October 7, 2026
Home » ବ୍ରହ୍ମପୁରରେ ଜନଶୁଣାଣି ଶିବିର, ୧୧୫ ଅଭିଯୋଗ ଗ୍ରହଣ

ବ୍ରହ୍ମପୁରରେ ଜନଶୁଣାଣି ଶିବିର, ୧୧୫ ଅଭିଯୋଗ ଗ୍ରହଣ

0
WhatsApp Image 2026-10-06 at 1.38.02 PM

 

ବ୍ରହ୍ମପୁର, : ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ଓ ଅଭିଯୋଗର ଶୁଣାଣି କରି ତ୍ୱରିତ ସମାଧାନ ନିମନ୍ତେ ଆଜି ବ୍ରହ୍ମପୁର ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଶିବିରରେ ମୋଟ ୧୧୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୮୫ଟି ବ୍ୟକ୍ତିଗତ ସମସ୍ୟା ଏବଂ ୧୫ଟି ଗ୍ରାମସ୍ତରୀୟ ସମସ୍ୟା ସମ୍ପର୍କିତ ଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସହାୟତା ପାଇଁ ୧୪ଟି ଆବେଦନ ଗ୍ରହଣ କରାଯାଇଥିଲା। ଏଥିମଧ୍ୟରୁ ଗୋଟିଏ ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା।ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଅଭିନବ ସୋନକର, ବିଏମ୍‌ସି କମିଶନର ଆକବରମ ସସ୍ୟା ରେଡ୍ଡୀ, ବ୍ରହ୍ମପୁର ଉପ-ଜିଲ୍ଲାପାଳ ଅବିନାଶ କୁମାରଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଶିବିରରେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ। ଅଭିଯୋଗଗୁଡ଼ିକୁ ତର୍ଜମାକରି ତ୍ୱରିତ ସମାଧାନ ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

Leave a Reply

Your email address will not be published. Required fields are marked *