August 21, 2026
Home » ବ୍ୟକ୍ତିଗତ କାର୍ଯ୍ୟରେ ନିୟୋଜିତ ହେଉଛି ସରକାରୀ ଗାଡି

ବ୍ୟକ୍ତିଗତ କାର୍ଯ୍ୟରେ ନିୟୋଜିତ ହେଉଛି ସରକାରୀ ଗାଡି

0
WhatsApp Image 2025-08-23 at 2.13.06 PM

ସରକାରୀ ନିର୍ଦ୍ଦେଶାନାମା ମାନୁନାହାନ୍ତି ସରକାରୀ ବାବୁ

ସୁବର୍ଣ୍ଣପୁର ଜିଲ୍ଲା ରେ ସରକାରୀ ବାବୁ ମାନେ ସରକାରୀ ଗାଡିକୁ ବ୍ୟକ୍ତିଗତ କାର୍ଯ୍ୟରେ ନିୟୋଜିତ କରୁଥିବା ଅଭିଯୋଗ ହୋଇଛି | ଦିନକୁ ଦିନ ଜିଲ୍ଲାରେ ବଢି ଚାଲିଛି ଚୋରି ଡକାୟତି। ପେଟ୍ରୋଲିଂ ଠିକ୍ ଭାବରେ ହେଉ ନ ଥିବା ନେଇ ଜନ ସାଧାରଣ ରେ ଆଲୋଚନା ଚାଲିଥିବା ବେଳେ ରିଜର୍ଭ ଇନ୍ସପେକ୍ଟର ଙ୍କ ଗାଡ଼ି କୁ ତାଙ୍କ ଘରୋଇ କାମ ରେ ବ୍ୟବହାର ତଥା ସୋନପୁର ସହର ମଧ୍ୟ ରେ ବେଧଡକ ବୁଲୁଥିବା ନେଇ ଦେଖିବାକୁ ମିଳିଛି । ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଙ୍କ ଜାଣତ ରେ ଚାଲିଛି କି ଅଜାଣତ ରେ ଚାଲିଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ | ଏହା ପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବୁଦ୍ଧିଜୀବୀ ମହଲରେ ଦାବି ହେଉଛି। ସୁବର୍ଣ୍ଣପୁର ଜିଲ୍ଲା ସିଡିଓ(ପି ଡି)ଙ୍କ ଗାଡ଼ି ମଧ୍ୟ ସରକାରୀ କାର୍ଯ୍ୟ ଅପେକ୍ଷା ଘରୋଇ କାମ ରେ ବେଶୀ ବ୍ୟବହାର ହେଉଥିବା ଦେଖିବାକୁ ମିଳୁଛି। ସରକାର ଙ୍କ ସ୍ପଷ୍ଟ ନିର୍ଦ୍ଦେଶ ସରକାରୀ ଯାନ କୁ କେବଳ ସରକାରୀ କାର୍ଯ୍ୟ ବ୍ୟତୀତ ବ୍ୟକ୍ତିଗତ କାମ ରେ ଲଗାଇ ପାରିବେ ନାହିଁ | କିନ୍ତୁ ସୁବର୍ଣ୍ଣପୁର ଜିଲ୍ଲା ରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ନୂତନ ଭାବେ ସୁବର୍ଣ୍ଣପୁର ଜିଲ୍ଲା ରେ ଯୋଗଦାନ କରିଥିବା ଜିଲ୍ଲାପାଳ ଡ. ନୃପରାଜ ସାହୁ ଏହି ବିଷୟ ଉପରେ ଉପଯୁକ୍ତ ତଦନ୍ତ କରି ବିଭାଗୀୟ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବୁଦ୍ଧିଜୀବୀ ମହଲ ରେ ଚର୍ଚ୍ଚା ଜୋର୍ ଧରିଛି। ସରକାରୀ ଯାନ ତଥା ସରକାରୀ ଟଙ୍କା ର ଉଚିତ୍ ଉପଯୋଗ ହେଲେ ସୁବର୍ଣ୍ଣପୁର ଜିଲ୍ଲା ର ଉନ୍ନତି ହେଇପାରିବ ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ..

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed