November 13, 2025
Home » ଭକ୍ତଙ୍କର ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ନେଇ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭକ୍ତଙ୍କର ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ନେଇ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

0
Screenshot 2025-10-31 140632

ପଞ୍ଚୁକ ନୀତି ଶୃଙ୍ଖଳିତ କରିବା ସହ ଭକ୍ତଙ୍କର ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ନେଇ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଙ୍କ ସହିତ ପରିଚାଳନା କମିଟିର ସେବାୟତ ସଦସ୍ୟ ଏବଂ ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ ନିଷ୍ପତ୍ତି ନିଆଯାଇଛି। ପଞ୍ଚୁକରେ ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ କେବଳ ସିଂହଦ୍ଵାର ପଟେ ପ୍ରବେଶ ଓ ଅନ୍ୟ ତିନି ଦ୍ଵାରରେ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଛି। ପଞ୍ଚୁକ ସମୟରେ ସେବାୟତମାନଙ୍କ ଦ୍ବାରା ଭକ୍ତମାନଙ୍କୁ ମହାପ୍ରସାଦ ବଣ୍ଟନ କରାଯିବା ନେଇ ବୈଠକରେ ନିଷ୍ପତ୍ତି ହୋଇଛି। ପଞ୍ଚୁକରେ ପ୍ରବଳ ଭକ୍ତଙ୍କ ସମାଗମ ହେବାର ଆଶଙ୍କା ଥିବାରୁ ଭକ୍ତମାନେ ବାହାର କାଠ ନିକଟରୁ ଦର୍ଶନ କରିବେ। କାର୍ତ୍ତିକ ପୂର୍ଣ୍ଣିମା ଦିନ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଭକ୍ତମାନେ ଭିତରକାଠ ନିକଟକୁ ଯାଇ ଠାକୁରଙ୍କୁ ଦର୍ଶନ କରିପାରିବେ। ଭକ୍ତମାନଙ୍କ ଶୃଙ୍ଖଳିତ ଦର୍ଶନ ଓ ସୁବିଧା ପାଇଁ ସମସ୍ତ ପ୍ରକାରର ବ୍ୟବସ୍ଥା କରାଯାଇଛି। ଭକ୍ତ ମାନଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ମାର୍କେଟ ଛକ ଠାରୁ ବ୍ୟାରିକେଡ଼ ସହ ଟେଣ୍ଟ ବ୍ୟବସ୍ଥା କରାଯାଇଛି। ଏଥିସହ ହଜିବା ଖୋଜିବା ସେଣ୍ଟର ସମେତ ଆଶୁ ଚିକିତ୍ସା କେନ୍ଦ୍ର ମଧ୍ୟ ଖୋଲାଯିବ। ଶ୍ରୀମନ୍ଦିରର ଜମିଜମାକୁ ନେଇ ଗଠିତ ସବ କମିଟିର ବୈଠକ ଅନୁଷ୍ଠିତ ହୋଇଥିଲା। ମହାପ୍ରଭୁଙ୍କ ଜମି ବିକ୍ରି ନେଇ ଗୁରୁତ୍ୱପୂର୍ଣ ନିଷ୍ପତ୍ତି ନିଆଯାଇଥିବା ବେଳେ ସରକାରଙ୍କ ଦ୍ୱାରା କରାଯାଇଥିବା ବେଞ୍ଚମାର୍କ ମୂଲ୍ୟରେ ଜମି ବିକ୍ରି କରାଯିବ। ଶ୍ରୀମନ୍ଦିର ପରିଚାଳନା କମିଟି ଓ ସରକାରଙ୍କ ଅନୁମୋଦନ ପରେ ଜମି ବିକ୍ରି ନେଇ ପଦକ୍ଷେପ ନିଆଯିବ। ଦୀର୍ଘ ବର୍ଷ ଧରି ଭକ୍ତଙ୍କ ପାଇଁ ବନ୍ଦ ଥିବା ଗୁଣ୍ଡିଚା ମନ୍ଦିର ଖୁବଶୀଘ୍ର ଖୋଲାଯିବ। ଶ୍ରୀମନ୍ଦିର ପ୍ରଶାସନ ନିଜେ ଏହାର ପରିଚାଳନା କରିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।

 

ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ

Leave a Reply

Your email address will not be published. Required fields are marked *