August 22, 2026
Home » ମଠକରକରଗୋଳ ମହାବିଦ୍ୟାଳୟ ରେ ସ୍ମାର୍ଟ ନିବେଶକ ସଚେତନତା କାର୍ଯ୍ୟକ୍ରମ

ମଠକରକରଗୋଳ ମହାବିଦ୍ୟାଳୟ ରେ ସ୍ମାର୍ଟ ନିବେଶକ ସଚେତନତା କାର୍ଯ୍ୟକ୍ରମ

0
WhatsApp Image 2025-08-24 at 5.16.48 PM

ଭୁବନ ବ୍ଲକ ଅନ୍ତର୍ଗତ ମଠକରଗୋଳା ମହାବିଦ୍ୟାଳୟ ରେ ଆଜି ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ପରାମର୍ଶ କ୍ରମେ ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ ( ସେବୀ) ଆନୁକୁଲ୍ୟ ରେ ସ୍ମାର୍ଟ ନିବେଶକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଯାଇଅଛି।ସେବୀ ର ପ୍ରତିନିଧି ତଥା ତାଲିମ ଦାତା ଶ୍ରୀଯୁକ୍ତ ସଂଗ୍ରାମ କେଶରୀ ସାହୁ ଛାତ୍ର ଛାତ୍ରୀ ମାନଙ୍କୁ ତଥା ମହାବିଦ୍ୟାଳୟ ର ସମସ୍ତ ଅଧ୍ୟାପକ ,ଅଧ୍ୟାପିକା ଓ କର୍ମଚାରୀ ମାନଙ୍କୁ ନିରାପଦ ନିବେଶ କେମିତି କରିହେବ ତାଲିମ ପ୍ରଦାନ କରିଥିଲେ।

ସେବୀ ର କାର୍ଯ୍ୟାବଳୀ,ନିବେଶକ ମାନଙ୍କ ଦାୟିତ୍ଵ, କର୍ତ୍ତବ୍ୟ ଓ ସାବଧାନତା ଉପରେ ବ୍ୟାପକ ସୂଚନା ପ୍ରଦାନ କରାଯାଇଥିଲା।ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ଚିତ୍ତରଞ୍ଜନ ଦାଶ ଦୈନ୍ୟଦିନ ଘଟୁ ଥିବା ଛାତ୍ର ଛାତ୍ରୀ ଅନ୍ ଲାଇନ୍ ଗେମ୍ ଖେଳି ଆତ୍ମହତ୍ୟା କରୁଛନ୍ତି ବୋଲି ଅବତ।ରଣ। କରିବା ସହିତ ଉକ୍ତ ଜୀବନ ନାଶକାରୀ ଅସୁର କବଳରୁ କିଭଳି ମୁକ୍ତି ମିଳିବ ଦିଗ୍ ଦର୍ଶନ ଦେଇଥିଲେ।ବାଣିଜ୍ୟ ବିଭାଗ ମୁଖ୍ୟ ପ୍ରଫେସର ସୁଧାଂଶୁ ଶେଖର ପାତ୍ର, ମ୍ୟୁଚୁଆଲ ଫଣ୍ଡ ଓ ଡାକ ବିଭାଗ ର ବିଭିନ୍ନ ସଞ୍ଚୟ ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ । ମଞ୍ଚରେ ଉପସ୍ଥିତ ପ୍ରଫେସର ଶ୍ଵପ୍ନିତା ରାଉତ, ଶୁଭସ୍ମିତା ବିଶ୍ଵାଳ ଛାତ୍ର ଛାତ୍ରୀ ମାନଙ୍କୁ ବ୍ୟାଙ୍କ୍ ସେବା ଓ ପ୍ରତିଭୂତି ସମ୍ବନ୍ଧୀୟ ସୂଚନା ପ୍ରଦାନ କରିଥିଲେ।ସର୍ବଶେଷ ରେ ସେବୀ ର ପ୍ରତିନିଧି ତଥା ସମସ୍ତ ଶିକ୍ଷାର୍ଥୀ ଙ୍କୁ ଅନୁଷ୍ଠାନ ତରଫରୁ ଧନ୍ୟବାଦ୍ ଅର୍ପଣ କରାଯାଇଥିଲା।

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।