August 21, 2026
Home » ମଦ୍ୟପ ପୁଅର ଉନ୍ମତ୍ତ କାଣ୍ଡ। ଶିଳପୁଆରେ ବାପା ରେ ମୁଣ୍ଡକୁ ଛେଚି ହତ୍ୟା କଲା।

ମଦ୍ୟପ ପୁଅର ଉନ୍ମତ୍ତ କାଣ୍ଡ। ଶିଳପୁଆରେ ବାପା ରେ ମୁଣ୍ଡକୁ ଛେଚି ହତ୍ୟା କଲା।

0
WhatsApp Image 2026-05-02 at 6.52.14 PM

ଆଠଗଡ,: ଆଠଗଡ ଥାନା ଅନ୍ତର୍ଗତ ବଡଭୂଇଁ ଗ୍ରାମରେ ଜଣେ ମଦ୍ୟପ ଯୁବକ ନିଶାଗ୍ରସ୍ତ ଅବସ୍ଥାରେ ନିଜ ବାପା ବିକଳ ନାୟକ (୬୮) କୁ ଶିଳପୁଆ ରେ ମୁଣ୍ଡକୁ ଛେଚି ହତ୍ୟକରିଛି।ଅଭିଯୁକ୍ତ ବୁଟି ନାୟକ(୩୦) ନିଜ ପିତା ସହିତ ଶନିବାର ସକାଳୁ ବଚସା ହେବା ପରେ ଉତ୍ତ୍ୟକ୍ତ ହୋଇ ବାପା କୁ ହତ୍ୟା କରିଥିଲା।ଘଟଣା ସ୍ଥଳରୁ ହତ୍ୟାକାରୀ ପୁଅ ଫେରାର ହେବାକୁ ଚେଷ୍ଟା କରିବା ସମୟରେ ଗ୍ରାମବାସୀ ମାନେ ଦେଖି ତାକୁ ଧରି ହାତଗୋଡ ବାନ୍ଧି ପୋଲିସ କୁ ଖବର ଦେଇଥିଲେ।ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଜବତକରି ବ୍ୟବଚ୍ଛେଦ ପାଇଁ ଆଠଗଡ ଉପଖଣ୍ଡ ଡାକ୍ତରଖାନାକୁ ପଠାଇ ଅଭିଯୁକ୍ତ ପୁଅ ବୁଟି କୁ ଗିରଫ କରିଥିଲେ।ମୃତକଙ୍କ ପତ୍ନୀ ତଥା ଅଭିଯୁକ୍ତ ମାଆ ପ୍ରମିଳା ନାଏକଙ୍କ ଏତଲାକୁ ଭିତ୍ତିକରି ଆଠଗଡ଼ ପୁଲିସ କେଶ ନଂ ୧୮୨/୨୬ ରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଛି ବୋଲି ଆଠଗଡ଼ ଥାନା ଅଧିକାରୀ ସୁମତି କୁମାରୀ ମହାନ୍ତି ସୂଚନା ଦେଇଛନ୍ତି।

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed