July 5, 2025
Home » ମଧ୍ୟାହ୍ନ ଭୋଜନରେ ଅନିୟମିତତା ପ୍ରସଙ୍ଗ: ପ୍ରଧାନଶିକ୍ଷକ ନିଲମ୍ବିତ

ମଧ୍ୟାହ୍ନ ଭୋଜନରେ ଅନିୟମିତତା ପ୍ରସଙ୍ଗ: ପ୍ରଧାନଶିକ୍ଷକ ନିଲମ୍ବିତ

0
WhatsApp Image 2024-11-03 at 12.08.39 PM

ଭୁବନେଶ୍ୱର: ବିଦ୍ୟାଳୟ ପକ୍ଷରୁ ଛାତ୍ରଛାତ୍ରୀଙ୍କୁ ପୁଷ୍ଟିକର ତଥା ସ୍ବାଦିଷ୍ଟ ମଧ୍ୟାହ୍ନ ଭୋଜନ ଯୋଗାଇ ଦେବା ପାଇଁ ପିଏମ-ପୋଷଣ ଅଭିଯାନ କାର୍ଯ୍ୟ କରୁଛି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏଥିପାଇଁ ସମସ୍ତ ପ୍ରକାର ବନ୍ଦୋବସ୍ତ ମଧ୍ୟ କରାଯାଉଛି। ଯାଜପୁର ଜିଲ୍ଲା ଦାନଗଦି ବ୍ଲକ ଅଧିନସ୍ଥ ଟୋଲକାନି ଅଞ୍ଚଳର ଝାଡ଼େଶ୍ଵର ସରକାରୀ ଉଚ୍ଚ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଅନିୟମିତତାକୁ ନେଇ ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀମନ୍ତ କୁମାର ଦେହୁରୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି।

ସୂଚନାଯୋଗ୍ୟ, କିଛି ଦିନ ପୂର୍ବରୁ ଛାତ୍ରଛାତ୍ରୀମାନଙ୍କୁ ମଧ୍ୟାହ୍ନ ଭୋଜନରେ ଭାତ ସହ କେବଳ ଲୁଣ ଲଙ୍କା ଦିଆଯାଉଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ଏ ସମ୍ବନ୍ଧରେ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇଥିଲା। ପରେ କାର୍ଯ୍ୟରେ ଅବହେଳା କାରଣରୁ ଉକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି।

ଇପିଏରୁ ବିରଞ୍ଚିନାରାୟଣ ପତ୍ରୀ ଙ୍କ ରିପୋର୍ଟ, ଇଷ୍ଟଣ୍ଣ ପ୍ରେସ ଏଜେନ୍ସି, ଭୁବନେଶ୍ୱର

Leave a Reply

Your email address will not be published. Required fields are marked *