August 21, 2026
Home » ମହାପ୍ରଭୁଙ୍କ ଆଶୀର୍ବାଦ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଦଇତାପତି ଭବାନୀ ପ୍ରସାଦ

ମହାପ୍ରଭୁଙ୍କ ଆଶୀର୍ବାଦ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଦଇତାପତି ଭବାନୀ ପ୍ରସାଦ

0
WhatsApp Image 2026-05-10 at 12.12.17 PM

ପୁରୀ: ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଶୁଭେନ୍ଦୁ ଅଧିକାରୀ କୋଳକୋତାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ନେଇଛନ୍ତି। ଏଥିସହ ମହାପ୍ରଭୁଙ୍କ ଆଶୀର୍ବାଦ ଯୋଗୁଁ ତାଙ୍କୁ ସଫଳତା ମିଳିଥିବା ନେଇ ଦଇତାପତି ଭବାନୀ ଦାସ ମହାପାତ୍ରଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି l ଶ୍ରୀ ଦାସ ମହାପାତ୍ର ପୁରୀ ଶ୍ରୀମନ୍ଦିରରୁ ଯାଇଥିବା ମହାପ୍ରଭୁଙ୍କ ଅଙ୍ଗବସ୍ତ୍ର,ପୁଷ୍ପ ଓ ଭୋଗ ଆଦି ପ୍ରଦାନ କରିଛନ୍ତି l ଏହି ଅବସରରେ ଦଇତାପତି ଶ୍ରୀ ଦାସ ମହାପାତ୍ର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି ଆଶୀର୍ବାଦ ନେବା ପାଇଁ ନିମନ୍ତ୍ରଣ କରିଛନ୍ତି । ପୂର୍ବରୁ ପଶ୍ଚିମବଙ୍ଗରେ ବିଜେପିର ବିପୁଳ ବିଜୟ ଓ ଶୁଭେନ୍ଦୁ ଅଧିକାରୀଙ୍କ ପାଇଁ ମହାଯଂଜ୍ଞ ସହ ସ୍ବତନ୍ତ୍ର ପୂଜାର୍ଚ୍ଚନା ହୋଇଥିଲା l କୋଲକୋତାରେ ଶୁଭେନ୍ଦୁ ଅଧିକାରୀ ମହାପ୍ରଭୁଙ୍କ ଆଶୀର୍ବାଦ ନେଇଥିଲେ । କୋଲକୋତାରେ ଏହି ସ୍ଵତନ୍ତ୍ର ପୂଜାର୍ଚ୍ଚନା ସହ ମହାଯଂଜ୍ଞ କରିଥିଲେ ଯୁବ ଦଇତାପତି ଭବାନୀ ଦାସ ମହାପାତ୍ର। ପୂର୍ବରୁ ଓଡ଼ିଶାରେ ବିଜେପିର ବିପୁଳ ବିଜୟୀ ପାଇଁ ମହାପ୍ରଭୁଙ୍କ ମାଳ, ମାହାର୍ଦ, ଧ୍ବଜା,ଭୋଗ, ନେଇ ଶ୍ରୀ ମହାପାତ୍ର ବିଜୟୀ ଶୋଭାଯାତ୍ରା କରି ସମଗ୍ର ରାଜ୍ୟ ବୁଲିଥିଲେ l ତାହା ଓଡ଼ିଶାରେ ସଫଳ ହୋଇଥିଲା l ବିଜେପି ବିପୁଳ ସଂଖ୍ୟାରେ ବିଜୟୀ ହୋଇ ସରକାର ଗଠନ କରିଥିଲା l

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed