August 20, 2026
Home » ମହାପ୍ରଭୁଙ୍କ ଦର୍ଶନ କଲେ କେନ୍ଦ୍ର ଆଇନ ମନ୍ତ୍ରୀ

ମହାପ୍ରଭୁଙ୍କ ଦର୍ଶନ କଲେ କେନ୍ଦ୍ର ଆଇନ ମନ୍ତ୍ରୀ

0
WhatsApp Image 2026-06-10 at 12.52.46 PM

ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଆର୍ଶୀବାଦ ନେଲେ କେନ୍ଦ୍ର ଆଇନମନ୍ତ୍ରୀ ଅର୍ଜୁନରାମ ମେଘୱାଲ। ଆଜି ସକାଳେ କେନ୍ଦ୍ର ଆଇନମନ୍ତ୍ରୀଙ୍କ ସହ ପୁରୀ ସାଂସଦ ସମ୍ବିତ ପାତ୍ର,, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରି ଆର୍ଶୀବାଦ ନେଇଛନ୍ତି। ପ୍ରାୟ 40 ମିନିଟ୍ ଶ୍ରୀମନ୍ଦିର ଭିତରେ ଅତିବାହିତ କରି ଫେରିବା ପରେ ଗଣମାଧ୍ୟମରେ କେନ୍ଦ୍ର ଆଇନମନ୍ତ୍ରୀ ଅର୍ଜୁନରାମ ମେଘୱାଲ ପ୍ରତିକ୍ରିୟା ରଖିଛନ୍ତି,, ଦେଶରେ ସବୁଠାରୁ ଲମ୍ବା ସମୟ ଧରି ଜନତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆର୍ଶୀବାଦ ଦେଇଥିବାରୁ ସେ ଶାସନ କରିଆସୁଛନ୍ତି। ଆଜିର ଦିନ ଭାରତର ଗଣତନ୍ତ୍ର ପାଇଁ ଏକ ବିଶେଷ ଦିନ,,କାରଣ ପ୍ରଧାନମନ୍ତ୍ରୀ ଏକ ନୂଆ ରେକର୍ଡ କରିଛି,,ଯୋଉଥିପାଇଁ ସାରା ଦେଶ ଗର୍ବିତ। ଜନତାଙ୍କ ଆର୍ଶୀବାଦରୁ ଦେଶର ଲୋକପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସବୁଠାରୁ ଲମ୍ବା ସମୟଧରି ପ୍ରଧାନମନ୍ତ୍ରୀ ଆସନରେ ରହି ଶାସନ କରିଆସୁଛନ୍ତି। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଦେଶରେ ଏଭଳି ସୁଶାସନ ବଜାୟ ରହୁ ଏନେଇ ଆଜି ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ନିକଟରେ ପ୍ରାଥନା ଓ ପୂଜାର୍ଚ୍ଚନା କଲୁ ବୋଲି କହିଛନ୍ତି କେନ୍ଦ୍ର ଆଇନମନ୍ତ୍ରୀ। ମହାପ୍ରଭୁଙ୍କ ଆର୍ଶୀବାଦରୁ ଦେଶ ଉନ୍ନତି କରୁ ବୋଲି ମଧ୍ୟ କହିଛନ୍ତି କେନ୍ଦ୍ର ଆଇନମନ୍ତ୍ରୀ। ଦେଶର ପ୍ରଧାନ ସେବକ ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 12 ବର୍ଷ ପୂରଣ କରିବା ସହ 2047 ସୁଦ୍ଧା ଭାରତ କିଭଳି ବିକଶିତ ରାଷ୍ଟ୍ରରେ ପରିଣତ ହେବ ସେନେଇ ଆଜି ଭାରତବର୍ଷର ସବୁ ମନ୍ଦିରରେ ପୂଜାର୍ଚ୍ଚନା କରାଯାଉଛି ବୋଲି କହିଛନ୍ତି ପୁରୀ ସାଂସଦ ପ୍ରତିକ୍ରିୟା ରଖିଛନ୍ତି। ତେଣୁ ଓଡିଶା ଓ ଭାରତର ମଙ୍ଗଳ ପାଇଁ ଆଜି ମହାପ୍ରଭୁଙ୍କ ନିକଟରେ ପ୍ରାଥନା କରାଯିବା ସହ ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରେ କେନ୍ଦ୍ର ଆଇନମନ୍ତ୍ରୀ, ପୁରୀ ସାଂସଦ, ପିପିଲି ବିଧାୟକଙ୍କ ସମେତ ଜିଲ୍ଲା ବିଜେପି କର୍ମକର୍ତ୍ତା ମାନେ ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରି ପ୍ରଦୀପ ପ୍ରଜ୍ୱଳନ କରିଥିଲେ। ଶ୍ରୀମନ୍ଦିରରୁ ପ୍ରତ୍ୟାବର୍ତ୍ତନ କରିବା ସମୟରେ ଶ୍ରୀମନ୍ଦିର ପ୍ରଶାସନ ଓ ସେବାୟତଙ୍କ ତରଫରୁ ମନ୍ତ୍ରୀଙ୍କୁ ମହାପ୍ରଭୁଙ୍କ ଲାଗି ଖଣ୍ଡୁଆ ପ୍ରଦାନ କରାଯାଇଥିଲା।

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed