ମହାଳୟା ଅମାବାସ୍ୟାରେ ଶ୍ରୀକ୍ଷେତ୍ରରେ ହଜାର ହଜାର ଶ୍ରଦ୍ଧାଳୁ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦେଲେ

।
ପବିତ୍ର ମହାଳୟା ଅମାବାସ୍ୟା। ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ ଭାବେ ପାଳନ କରାଯାଇଥାଏ ।
ଯେଉଁ ତିଥିରେ ଯାହାଙ୍କର ପିତା ମୃତ୍ୟୁବରଣ କରିଥାନ୍ତି ସେହି ତିଥିରେ ଶ୍ରାଦ୍ଧ ଦେବାର ପରମ୍ପରା ରହିଛି। ଯେଉଁ ଗୃହସ୍ଥ ଏହି ସମୟ ମଧ୍ୟରେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦେଇନଥାନ୍ତି ସେହିମାନେ ମହାଳୟା ଅମାବାସ୍ୟା ଦିନ ଶ୍ରାଦ୍ଧ ଦେଇଥାନ୍ତି । ଏଣୁ କେହି ଶ୍ରୀମନ୍ଦିର ଚତୁରପାର୍ଶ୍ୱରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ ଓ ପିଣ୍ଡଦାନ କରିଥାଏ ତ ଆଉ କିଏ ନିଜ ବାସଭବନ, ମହୋଦଧି ଓ ପଞ୍ଚତୀର୍ଥ ପୁଷ୍କରିଣୀରେ ତର୍ପଣ କରିଥାନ୍ତି। ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ଦେବା ପାଇଁ ଲୋକମାନେ ଶ୍ରୀକ୍ଷେତ୍ରକୁ ଅଧିକ ପସନ୍ଦ କରିଥାନ୍ତି । ଆଜିର ଏହି ମହାଳୟା ତିଥିରେ ହଜାର ହଜାର ଭକ୍ତ ଓ ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ମହୋଦଧି , ଇନ୍ଦ୍ରଦ୍ୟୁମ୍ନ,ନରେନ୍ଦ୍ର, ଶ୍ୱେତଗଙ୍ଗା ଓ ମାର୍କଣ୍ଡେୟ ଆଦି ତୀର୍ଥ ପୁଷ୍କରିଣୀ ମାନଙ୍କରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ଦେଇଛନ୍ତି ।
ଶ୍ରୀମନ୍ଦିର ଉତ୍ତରଦ୍ୱାର ସମ୍ମୁଖ ଭାଗରେ ପିଣ୍ଡଦାନ ପାଇଁ ପ୍ରବଳ ଗହଳି ଦେଖିବାକୁ ମିଳିଥିଲା | ଏହି ପିତୃପକ୍ଷରେ ପ୍ରତ୍ୟେକ ଗୃହସ୍ଥ ନିଜର ପିତୃପିତାମହଙ୍କ ଉଦ୍ଦେଶ୍ୟରେ ତର୍ପଣ କରିଥାନ୍ତି। ପିତୃପକ୍ଷରେବିଶେଷକରିପିତା,ପିତାମହ,ପ୍ରପିତାମହ,ମାତା,ପିତାମୟି,ପ୍ରପିତାମୟି,ମାତାମହ,ପ୍ରମାତାମହ,ବୃଦ୍ଧ ପ୍ରମାତାମହ ଆଦିଙ୍କ ଉଦ୍ଦେଶ୍ୟରେ ପିଣ୍ଡ ଓ ତର୍ପଣ କରିବାର ବିଧି ରହିଛି। ପିତୃପକ୍ଷରେ ପୁତ୍ରଙ୍କ ହସ୍ତରୁ ଜଳଟିକେ ପାଇ ତୃପ୍ତ ହେବାକୁ ପିତୃପୁରୁଷ ଚାହିଁ ରହିଥାନ୍ତି।
ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ