February 23, 2026
Home » “ମହିମା” ସୁବର୍ଣ୍ଣପୁର ଲୋକ ମହୋତ୍ସବ ଓ ରାଜ୍ୟ ସ୍ତରୀୟ ପଲ୍ଲୀଶ୍ରୀ ମେଳା – ୨୦୨୬ ର ପ୍ରଚାର ଓ ପ୍ରସାର ପାଇଁ ‘ମହିମା’ ରଥର ଶୁଭାରମ୍ଭ

“ମହିମା” ସୁବର୍ଣ୍ଣପୁର ଲୋକ ମହୋତ୍ସବ ଓ ରାଜ୍ୟ ସ୍ତରୀୟ ପଲ୍ଲୀଶ୍ରୀ ମେଳା – ୨୦୨୬ ର ପ୍ରଚାର ଓ ପ୍ରସାର ପାଇଁ ‘ମହିମା’ ରଥର ଶୁଭାରମ୍ଭ

0
WhatsApp Image 2025-12-26 at 2.09.06 PM

ସୁବର୍ଣ୍ଣପୁର: “ମହିମା” ସୁବର୍ଣ୍ଣପୁର ଲୋକ ମହୋତ୍ସବ ଏବଂ ରାଜ୍ୟ ସ୍ତରୀୟ ପଲ୍ଲିଶ୍ରୀ ମେଳା-୨୦୨୬ ର ସମଗ୍ର ଜିଲ୍ଲାରେ ପ୍ରଚାର ଓ ପ୍ରସାର ପାଇଁ ‘ମହିମା’ ରଥକୁ ସବୁଜ ପତାକା ଦେଖାଇ ଉଦଘାଟନ କରିଛନ୍ତି ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପରାଜ ସାହୁ । ଏହି ଅବସରରେ ସୁବର୍ଣ୍ଣପୁର,ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ଶ୍ରୀ ରାଜେନ୍ଦ୍ର ମାଝୀ ଓ ଜିଲ୍ଲା ସଂସ୍କୃତି ଅଧିକାରୀ, ସୁବର୍ଣ୍ଣପୁର, ସୁଶ୍ରୀ ଯମୁନା ପ୍ରଧାନ ପ୍ରମୁଖ ରଥର ଉଦଘାଟଣ ସମୟରେ ଉପସ୍ଥିତ ଥିଲେ ।
“ମହିମା” ରଥ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ଗ୍ରାମ ପଞ୍ଚାୟତ, ବ୍ଲକ, ସୋନପୁର ମ୍ୟୁନିସିପାଲଟି ଓ ସମସ୍ତ୍ତ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ଜିଲ୍ଲା ସଦର ମହକୁମା ରେ ଜିଲ୍ଲା ମହୋତ୍ସବ ବିଷୟରେ ବ୍ୟାପକ ପ୍ରଚାର ପ୍ରସାର କରିବ ଏବଂ ଆସନ୍ତା ‘ମହିମା’ ସୁବର୍ଣ୍ଣପୁର ଲୋକ ମହୋତ୍ସବ ଓ ରାଜ୍ୟସ୍ତରୀୟ ପଲ୍ଲିଶ୍ରୀ ମେଳା- ୨୦୨୬ ଯାହା ସୁବର୍ଣ୍ଣପୁର ଜିଲ୍ଲାସ୍ଥିତ ରାମେଶ୍ୱର ଷ୍ଟାଡିୟମ ରେ ଜାନୁଆରୀ ୭-୧୧ ଯାଏ ଆୟୋଜିତ ହେବ, ସେ ବିଷୟରେ ଜିଲ୍ଲାବାସୀଙ୍କୁ ଅବଗତ କରିବ ।
ଏହି “ମହିମା” ରଥ ମାଧ୍ୟମରେ ଜିଲ୍ଲାର ସମସ୍ତ ଜିଲ୍ଲାବାସୀଙ୍କୁ ଅନୁରୋଧ କରାଯାଉଛି, ଯେ ଆସନ୍ତା ୫ ଦିନିଆ ଜିଲ୍ଲା ମହୋତ୍ସବ ରେ ଜିଲ୍ଲାର ବିଭିନ୍ନ ବ୍ଲକ ଏବଂ ରାଜ୍ୟ ତଥା ରାଜ୍ୟ ବାହାରୁ ଆସୁଥିବା ସାଂସ୍କୃତିକ ଦଳ ମାନଙ୍କର ଲୋକ ସଂସ୍କୃତି, ଲୋକକଳା ଓ ଲୋକ ନୃତ୍ୟ ପରିବେଷଣ କୁ ଉପଭୋଗ କରିବା ହେବେ ଏବଂ ରାଜ୍ୟ ସ୍ତରୀୟ ପଲ୍ଲୀଶ୍ରୀ ମେଳାରେ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀ ମାନଙ୍କର କ୍ରୟ ବିକ୍ରୟରେ ସାମିଲ ହେବା ପାଇଁ ଅନୁରୋଧ କରିଛି । ଏହି ରଥ ଜିଲ୍ଲାର କୋଣ ଅନୁକୋଣରେ ବୁଲିବ ଆସନ୍ତା ‘ମହିମା’ ମହୋତ୍ସବର ଶୁଭାରମ୍ଭ ହେବା ଦିନ ପର୍ଯ୍ୟନ୍ତ ।
ଏହି “ମହିମା” ରଥ ଉଦଘାଟନ ସମୟରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ,ସୋନପୁର ଶ୍ରୀ ପ୍ରତୀକ କର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଶ୍ରୀମତୀ ଅନିତା ଗୁରୁ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ, ଶ୍ରୀ ଚତୁର୍ଭୁଜ ଦାସ ଙ୍କ ସମେତ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ । ଏହି ଅବସରରେ ଖଳିଆପାଲି ସ୍ଥିତ ଭୀମଭୋଇ ମହିମା ମଠ ଆଶ୍ରମର ମହିମା ଧର୍ମର ସାଧୁ, ସନ୍ୟାସିନୀ, ମହିମା ଧର୍ମାବଲମ୍ବୀ ବହୁତ ଭକ୍ତ ବୃନ୍ଦ ଓ ଜନସାଧାରଣଙ୍କ ସମେତ ବିଭିନ୍ନ ସମ୍ବାଦ ପତ୍ର ଗୁଡିକର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗ ଦେଇଥିଲେ । ସୁବର୍ଣ୍ଣପୁର ରୁ

ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *

You may have missed

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା ଭୁବନେଶ୍ୱର, ୨୨.୦୨.୨୦୨୬ : ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଜିଲ୍ଲାର କାର୍ଯ୍ୟକଳାପ ଉପରେ ସମୀକ୍ଷା କରିଛନ୍ତି। ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ଯାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଛନ୍ତି । ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ମିଶନ ଶକ୍ତି ବିଭାଗ ମାଧ୍ୟମରେ ଓଡ଼ିଶାର ଲକ୍ଷାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଯୋଡ଼ି ଆର୍ଥିକ, ସାମାଜିକ ଓ ଡିଜିଟାଲ ଭାବେ ସଶକ୍ତ ହୋଇପାରିଛନ୍ତି । ଏହି ବିଭାଗ ମହିଳାମାନଙ୍କୁ କେବଳ ଆତ୍ମନିର୍ଭର କରିବାରେ ସୀମିତ ରହିନାହିଁ, ସେମାନଙ୍କୁ ସଫଳ ଉଦ୍ୟୋଗୀ ଓ ସମାଜର ଅଗ୍ରଗାମୀ ନେତୃତ୍ୱ ଭାବେ ଗଢ଼ି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଅଛି । ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ଶକ୍ତିଶାଳୀ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ମହିଳାମାନଙ୍କ ଜୀବନମାନ ଉନ୍ନତି ସହିତ ରାଜ୍ୟର ଆର୍ଥିକ ଉନ୍ନତିରେ ମଧ୍ୟ ମୂଲ୍ୟବାନ ଅବଦାନ ରଖୁଛି। ମହିଳାମାନଙ୍କୁ ଉଦ୍ୟୋଗୀ ଭାବେ ଗଢି ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଏବଂ ‘ମହାଲକ୍ଷପତି ଦିଦି’ ପରିଣତ କରିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତ ରଖିଛନ୍ତି । ଏଥି ପାଇଁ ଆସନ୍ତା ଆର୍ଥିକ ବର୍ଷରେ ବଜାର ସଂଯୋଗ, ଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ, ଆର୍ଥିକ ସହାୟତା ଓ ଡିଜିଟାଲ ସଶକ୍ତିକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ । ଏହି ପଦକ୍ଷେପଗୁଡ଼ିକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଓ ସୁଦୃଢ଼ ଆର୍ଥିକ ସ୍ଥିତି ପ୍ରଦାନ କରିବ । ବୈଠକରେ ଚଳିତ ଆର୍ଥିକ ବର୍ଷର ଲକ୍ଷ୍ୟ ପୂରଣ ସହ ଆସନ୍ତା ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରିତ ପ୍ରଥମିକତା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯାହା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଆର୍ଥିକ ଭାବେ ଆହୁରି ସଶକ୍ତ କରିବା ସହିତ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରିବ । ଏହି ସମୀକ୍ଷା ବୈଠକରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଶ୍ରୀ ମାନସୀ ନିମ୍ବାଲ, ନିର୍ଦ୍ଦେଶିକା ଡ଼. ମୋନିକା ପ୍ରିୟଦର୍ଶିନୀଙ୍କ ସମେତ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାର ଅଧିକାରୀମାନେ ଉପସ୍ଥିତ ଥିଲେ । ମହିଳା ସଶକ୍ତିକରଣ, ମହିଳା ନେତୃତ୍ୱାଧୀନ ବିକାଶ ଏବଂ ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଳମ୍ବୀ କରିବା ଦିଗରେ ମିଶନ ଶକ୍ତି ବିଭାଗର ଏହି ସମୀକ୍ଷା ବୈଠକ ଏକ ଦୃଢ଼ ପଦକ୍ଷେପ ବୋଲି ଆଶା କରାଯାଇଛି ।