August 20, 2026
Home » “ମହିଳା ସଶକ୍ତିକରଣର ସୁନାମି ଆସିଛି, ଓଡ଼ିଶା ପ୍ରଗତିପଥେ ଅଗ୍ରସର ହେଉଛି”: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

“ମହିଳା ସଶକ୍ତିକରଣର ସୁନାମି ଆସିଛି, ଓଡ଼ିଶା ପ୍ରଗତିପଥେ ଅଗ୍ରସର ହେଉଛି”: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

0
WhatsApp Image 2026-03-08 at 2.00.14 PM

ଭୁବନେଶ୍ୱର:ଆନ୍ତର୍ଜାତୀୟ ମହିଳା ଦିବସ ପୂର୍ବ ସନ୍ଧ୍ୟାରେ, ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ରଖିଥିବା ବିଶିଷ୍ଟ ମହିଳାମାନଙ୍କୁ ସମ୍ମାନିତ କରିବା ପାଇଁ ଭୁବନେଶ୍ୱରସ୍ଥିତ ମେ’ଫେୟାର କନଭେନସନଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଦକ୍ଷ ନେତୃତ୍ୱ ଓ ମାର୍ଗଦର୍ଶନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମରେ ମାନ୍ୟବର ରାଜ୍ୟପାଳଙ୍କ ପତ୍ନୀ ତଥା ରାଜ୍ୟର ପ୍ରଥମ ମହିଳା ଶ୍ରୀମତୀ କମ୍ଭମପାଟି ଜୟଶ୍ରୀ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ଡଃ ପ୍ରିୟଙ୍କା ମାରାଣ୍ଡି, ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଭୁବନେଶ୍ୱର ମହାନଗର ନିଗମର ମେୟର ଶ୍ରୀମତୀ ସୁଲୋଚନା ଦାସ, ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଡଃ ମୃଣାଳିନୀ ଦର୍ସୱାଲ, ମିଶନ ଶକ୍ତି ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ମାନସୀ ନିମ୍ଭାଲ, ସମେତ ରାଜ୍ୟର ଅନେକ ବିଶିଷ୍ଟ ଅତିଥି ଏବଂ ସଫଳ ମହିଳାମାନେ ଯୋଗ ଦେଇଥିଲେ।ଅତିଥିମାନଙ୍କ ଆଗମନ ପରେ ବୃକ୍ଷରେ ଜଳଦାନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା, ଯାହା ଅଭିବୃଦ୍ଧି, ଆଶା ଏବଂ ନାରୀଶକ୍ତିର ପ୍ରତୀକ ଅଟେ।ଏହି ଅବସରରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କୁ ତାଙ୍କର ଅଦ୍ୱିତୀୟ ନେତୃତ୍ୱ ଏବଂ ଜନ ପ୍ରଶାସନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା।ନିଜ ଅଭିଭାଷଣରେ ଉପମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି କାର୍ଯ୍ୟକ୍ରମରେ ବିଭିନ୍ନ କ୍ଷେତ୍ରରୁ ଏତେ ସଂଖ୍ୟକ ସଫଳ ମହିଳାଙ୍କ ଉପସ୍ଥିତି ଏକ ବଳିଷ୍ଠ ପ୍ରମାଣ ଯେ, ଆଜିର ଓଡ଼ିଶାରେ ମହିଳାମାନେ ରାଜ୍ୟର ବିକାଶରେ କେବଳ ସହଭାଗୀ ନୁହନ୍ତି, ବରଂ ପରିବର୍ତ୍ତନର ନେତୃତ୍ୱ ନେଇ ରାଜ୍ୟର ବିକାଶ ଧାରାକୁ ଏକ ନୂତନ ରୂପ ଦେଉଛନ୍ତି।ପରିଶେଷରେ, ବିଶିଷ୍ଟ କଣ୍ଠଶିଳ୍ପୀ ତଥା କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରାପ୍ତ ଶ୍ରୀମତୀ ସୁସ୍ମିତା ଦାଶ ଏବଂ ରାଜ୍ୟ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରାପ୍ତ ଡଃ ଆଦ୍ୟାଶା ଦାସଙ୍କ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ଉତ୍ସବକୁ ଅଧିକ ମନୋଜ୍ଞ କରିଥିଲା।

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed