July 11, 2026
Home » ମାୟାବର୍ହା ଉଚ୍ଚ ବିଦ୍ୟାଳୟ ଠାରେ ଅଭିଭାବକ/ ଅଭିଭାବିକା ବୈଠକ ଅବସରରେ ,”ମାଁ ପାଇଁ ଗଛ ଟିଏ” କାର୍ଯ୍ୟକ୍ରମ

ମାୟାବର୍ହା ଉଚ୍ଚ ବିଦ୍ୟାଳୟ ଠାରେ ଅଭିଭାବକ/ ଅଭିଭାବିକା ବୈଠକ ଅବସରରେ ,”ମାଁ ପାଇଁ ଗଛ ଟିଏ” କାର୍ଯ୍ୟକ୍ରମ

0
WhatsApp Image 2026-07-11 at 5.06.19 PM (1)

ମାୟାବର୍ହା ଉଚ୍ଚ ବିଦ୍ୟାଳୟ ଠାରେ ଅଭିଭାବକ/ ଅଭିଭାବିକା ବୈଠକ ଅବସରରେ ,”ମାଁ ପାଇଁ ଗଛ ଟିଏ” କାର୍ଯ୍ୟକ୍ରମ ଅନୁଷ୍ଠିତ। ସୁବର୍ଣ୍ଣପୁର —ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନଙ୍କ ସଭାପତିତ୍ୱରେ ଅଭିଭାବକ/ ଅଭିଭାବିକା ବୈଠକ ଅବସରରେ ବିଦ୍ୟାଳୟ ପରିଚାଳନା କମିଟି ଗଠିତ ହୋଇଯାଇଛି ।ସଭରେ ଅତିଥି ଭାବରେ ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ ଓ ଅଙ୍ଗନବାଡ଼ି କର୍ମୀ ବଲ୍ଲଭି ବନଛୋର ଯୋଗଦାନ କରି ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ । ଏହି ଅବସରରେ ଆୟୋଜିତ “ମାଁ ପାଇଁ ଗଛ ଟିଏ” କାର୍ଯ୍ୟକ୍ରମରେ ମାଆମାନେ ସମବେତ ଛାତ୍ର ଛାତ୍ରୀଙ୍କ ସହ ଗଛ ଲଗାଇବା ସହ ଯତ୍ନ ନେବା ପାଇଁ ପ୍ରବର୍ତ୍ତାଇଥିଲେ ।

ଛାତ୍ରୀ ଶ୍ରୀମୟୀ ସେଠ୍ ଓ ଦିପ୍ତିଶିଖା ବାଗ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିବା ବେଳେ ପାୟଲ ବିଶ୍ଵକର୍ମା ଓ ସାଥୀ ନୃତ୍ୟ ପରିବେଷଣ କରିଥିଲେ ।ସଂସ୍କୃତ ଶିକ୍ଷକ ରାଜୁ ମେହେର ସଭା ସଂଯୋଜନା କରିଥିଲେ ଓ ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ସଞ୍ଜୀବ କୁମାର ପୂଜାରୀ, ଆଲୁମିନି ସଦସ୍ୟ କିରନ କୁମାର ପଟେଲ , ଲିପି ପ୍ରଧାନ, କର୍ମଚାରୀ ସୁରଜ୍ ଖମାରୀ, ସମୀର କଠାର,ବିଭୀଷଣ ଖମାରୀ ଓ ମିନିକେତନ ଦାସ ସହାଯୋଗ କରିଥିଲେ l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *