November 12, 2026
Home » ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜାତୀୟ ଶିକ୍ଷା ଦିବସ ପାଳିତ

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜାତୀୟ ଶିକ୍ଷା ଦିବସ ପାଳିତ

0
WhatsApp Image 2026-11-12 at 1.42.35 PM

ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ଭାରତର ପ୍ରଥମ ଶିକ୍ଷା ମନ୍ତ୍ରୀ ମୌଲାନା ଅବଦୁଲ କାଲାମ ଆଜାଦ ଙ୍କ ଜନ୍ମଦିନ ଅବସରରେ ଜାତୀୟ ଶିକ୍ଷା ଦିବସ ପ୍ରଧାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନଙ୍କ ସଭାପତିତ୍ବରେ ପାଳିତ ହୋଇଯାଇଛି। ପୂର୍ବତନ ପ୍ରଧାନ ଶିକ୍ଷକ ମନୋଜ କୁମାର ପୂଜାରୀ, ମୁଖ୍ୟଅତିଥି ଭାବରେ ଯୋଗଦେଇ ଭାରତୀୟ ଶିକ୍ଷା କ୍ଷେତ୍ରରେ କଲାମଙ୍କ ଯୋଗଦାନ ଅବିସ୍ମରଣୀୟ ବୋଲି ମତ ପ୍ରକାଶ କରିଥିଲେ। ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ସମ୍ପଦ ଖମାରୀ, ସମାଜସେବୀ କୃଷ୍ଣଚନ୍ଦ୍ର ବାରିକ, ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ ମଞ୍ଚାସିନ ହୋଇ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ। ଆଲୁମିନି ସଦସ୍ୟ କିରଣ କୁମାର ପୁଟେଲ୍ ସଭା ସଂଯୋଜନା କରିଥିବା ବେଳେ ଛାତ୍ରୀ ଶ୍ରିମୟୀ, ଦିପ୍ତିଶିଖା ,ପ୍ରୀତି ଓ ଆୟୁଷି ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ। ଛାତ୍ରୀ ଆଭା ସାହୁ, ଡଲି ସାହୁ, ଅଙ୍କିତା ପ୍ରଧାନ, ଜୁବିଲି ନାୟକ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ। ଶେଷରେ ସଞ୍ଜୀବ କୁମାର ପୂଜାରୀ ଧନ୍ୟବାଦ ପ୍ରଦାନ କରିଥିବା ବେଳେ କର୍ମଚାରୀ ବିଭୀଷଣ ଖମାରୀ, ମିନିକେତନ ଦାସ , ସୁରଜ୍ ଖମାରୀ, ସମୀର କଠାର କାର୍ଯ୍ୟକ୍ରମକୁ ସହଯୋଗ କରିଥିଲେ।

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *