August 21, 2026
Home » ମାୟାବର୍ହା ସ୍କୁଲ ପରିସରରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ l

ମାୟାବର୍ହା ସ୍କୁଲ ପରିସରରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ l

0
WhatsApp Image 2026-01-26 at 3.52.34 PM

ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମାୟାବର୍ହା ଓ ଅଙ୍ଗନବାଡିର ମିଳିତ ପ୍ୟାରେଡ ରେ ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତ ଅଭିବାଦନ ଗ୍ରହଣ କରି ୭୭ ତମ ସାଧାରଣ ତନ୍ତ୍ର ଦିବସରେ ଜାତୀୟ ତ୍ରିରଙ୍ଗା ପତାକା ଉତ୍ତୋଳନ କରି ସମବେତ ଛାତ୍ର ଛାତ୍ରୀଙ୍କୁ ଉଦବୋଧନ ଦେଇଥିଲେ । ପରେ ପରେ ସମସ୍ତ ଛାତ୍ରଛାତ୍ରୀ ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ଓ ଚୈତନ୍ୟ ବାରିକଙ୍କ ତତ୍ତ୍ୱ।ବଧାନରେ ମାୟାବର୍ହା ଗ୍ରାମ ପରିକ୍ରମା କରିଥିଲେ। ଜନରାଜ୍ୟ ଦିବସର ପ୍ରାକ୍ ପ୍ରତିଯୋଗିତାର କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ପୁରସ୍କାର ବିତରଣ ଉତ୍ସବରେ ବିଜ୍ଞାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ମଞ୍ଚ ପରିଚାଳନା କରିବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ । ସମ୍ମାନିତ ଅତିଥି ଭାବରେ ବିଦ୍ୟାଳୟ ର ପୂର୍ବତନ ଖେଳ ଶିକ୍ଷକ ପ୍ରହଲ୍ଲାଦ ଦାଶ ଓ ଅତିଥି ଶିକ୍ଷକ ସମ୍ପଦ ଖମାରୀ ମଞ୍ଚାସୀନ ରହି ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ଶିକ୍ଷକ ରାଜୁ ମେହେର ଓ ଛାତ୍ରୀ ଝରଣା ସାହୁ ପୁରସ୍କାର ବିତରଣ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ। ଛାତ୍ରୀ ପୂଜାରାଣୀ ଦୀପ ଷ୍ଟୁଡେଣ୍ଟ୍ ଅଫ ଦି ଇୟର , ବେଷ୍ଟ ଡିସିପ୍ଲିନ ଝରଣା ସାହୁ , ଖେଳ ଚାମ୍ପିଅନ ବିକାଶ ସାହୁ ଓ ଶ୍ୱେତା ମଲ୍ଲିକ, ବେଷ୍ଟ ସ୍କାଉଟ୍ ଅମିତ୍ ପଟେଲ, ବେଷ୍ଟ ଜୁନିଅର ଅନୁପମା କାଣ୍ଡ ଓ ଗଙ୍ଗା ହାଉସକୁ ବେଷ୍ଟ ହାଉସ ଅଫ ଦି ଇୟାର ଭାବରେ ଅତିଥି ମାନେ ପୁରସ୍କୃତ କରିଥିଲେ। ଶେଷରେ ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ ଧନ୍ୟବାଦ୍ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ମୀନକେତନ ଦାସ, ସଞ୍ଜୀବ ପୂଜାରୀ, ବିଭୀଷଣ ଖମାରୀ, ଲିପି ପ୍ରଧାନ , କିରଣ କୁମାର ପୁଟେଲ ,ସମୀର କଠାର , ସୁରଜ୍ ଖମାରୀ,ସୂର୍ଯ୍ୟକନ୍ତୀ କାଣ୍ଡ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ ।

 

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ… ପାଳନ

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।