March 21, 2026
Home » ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ ଗଣିତ ଦିବସ ପାଳିତ

ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ ଗଣିତ ଦିବସ ପାଳିତ

0
WhatsApp Image 2026-03-15 at 1.39.57 PM

ସୁବର୍ଣ୍ଣପୁର– ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ୱରେ ଆନ୍ତର୍ଜାତୀୟ ଗଣିତ ଦିବସ ପାଳିତ ହୋଇଯାଇଛି। ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଭାକୁ ସଂଯୋଜନା କରିବା ସହ ଦିବସର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଏହି ଅବସରରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟର ପୂର୍ବତନ ଗଣିତ ଶିକ୍ଷକ ତଥା ଅତିଥି ଶିକ୍ଷକ ମନୋଜ କୁମାର ପୂଜାରୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶ୍ରୀନିବାସ ରାମାନୁଜନ୍ ଙ୍କ ଗଣିତ କ୍ଷେତ୍ର ରେ ଅବଦାନ ଅତୁଳନୀୟ ବୋଲି ମତ ପ୍ରକାଶ କରିଥିଲେ । ଶିକ୍ଷକ ସମ୍ପଦ ଖମାରୀ , କିରଣ କୁମାର ପଟେଲ ମଞ୍ଚାସିନ ହୋଇ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ।ଏହି ଅବସରରେ ଛାତ୍ରୀ ଶ୍ରୀମୟ ସେଠ୍ ସ୍ବାଗତ ସଙ୍ଗୀତ ଗାନ କରିଥିବା ବେଳେ ଆଭା ସାହୁ , ଆୟୁଷି ନାୟକ, ଆକାଶ ସାହୁ, ପ୍ରୀତି ପ୍ରଧାନ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ। ଶେଷରେ ଶିକ୍ଷକ ଚିନ୍ମୟ କୁମାର ଦାସ ଧନ୍ୟବାଦ୍ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ସଞ୍ଜୀବ ପୂଜାରୀ,ବିଭୀଷଣ ଖମାରୀ, ସମୀର କାଠର, ସୁରଜ୍ ଖମାରୀ,ପ୍ରଭୁତି ସହଯୋଗ କରିଥିଲେ ।

 

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *