ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରୀ ଗୀତଗୋବିନ୍ଦର ପ୍ରଣେତା ଶ୍ରୀ ଜୟଦେବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଆଜି ଶ୍ରୀ ଜୟଦେବଙ୍କ ଜୟନ୍ତୀ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ଶ୍ରୀ ଗୀତଗୋବିନ୍ଦର ପ୍ରଣେତା ଶ୍ରୀ ଜୟଦେବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି।
ଏହି ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୀବ କୁମାର ମିଶ୍ର, ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଦେବ ପ୍ରସାଦ ଦାଶ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଶ୍ରୀ ବିଜୟ କେତନ ଉପାଧ୍ୟାୟ ପ୍ରମୁଖ ଉପସ୍ଥିତ ଥିଲେ।