August 20, 2026
Home » ଯୁକ୍ତ ୨ ପରୀକ୍ଷାରେ ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସଫଳତା

ଯୁକ୍ତ ୨ ପରୀକ୍ଷାରେ ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସଫଳତା

0
WhatsApp Image 2026-05-21 at 12.46.07 PM

ବିଜ୍ଞାନ ବିଭାଗରେ ଅଭିଜିତ୍ ସରାଫ ୯୮.୩୪ % ପ୍ରତିଶତ ନମ୍ବର ରଖି ଜିଲା ଟପ୍ପର….

ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି ।ଏଥିରେ
କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ର ପୁଣି ସଫଳତା ଅର୍ଜନ କରିଛନ୍ତି।ଯାହାକୁ ନେଇଁ ସ୍ଥାନୀୟ ବିଦ୍ୟାଳୟର ଛାତ୍ରୀଛାତ୍ର , ଶିକ୍ଷକ ଓ ଅଭିଭାବକଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।ବିଜ୍ଞାନ ବିଭାଗରେ ଅଭିଜିତ୍ ସରାଫ ୯୮.୩୪ % ପ୍ରତିଶତ ନମ୍ବର ରଖି ଜିଲା ଟପ୍ପର ହୋଇ ଗୌରବ ଅର୍ଜନ କରିଛନ୍ତି । ବିଜ୍ଞାନ ବିଭାଗରେ ସର୍ବମୋଟ ୨୫୫ ଜଣ ପରୀକ୍ଷା ଦେଇଥିବା ବେଳେ ୪ ଜଣ ୯୫% ପ୍ରତିଶତ ରୁ ଉର୍ଦ୍ଧ୍ବ , ୨୪ ଜଣ ୯୦% ପ୍ରତିଶତରୁ ଊର୍ଦ୍ଧ୍ୱ, ୧୫୧ ଜଣ ୮୦% ପ୍ରତିଶତରୁ ଊର୍ଦ୍ଧ୍ୱ ଓ ୨୧୬ ଜଣ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ଚଳିତ ବର୍ଷର ପରୀକ୍ଷା ଫଳାଫଳ ବିଗତ ବର୍ଷ ମାନଙ୍କର ରେକର୍ଡ ଭାଙ୍ଗିଛି ।ବୋର୍ଡ ପରୀକ୍ଷା ଫଳାଫଳ ପ୍ରକାଶ ପାଇବା ପରେ ଲକ୍ଷ୍ମୀ ବିକାଶ ଅନୁଷ୍ଠାନ ସମୂହର ଚେୟାର ମ୍ୟାନ ଡି ନାଗେଶ୍ୱର ରାଓ, ନିର୍ଦ୍ଦେଶକ ଡି ଶ୍ୟାମ, ନିର୍ଦ୍ଦେଶକ ଡି ରାମ କୁମାର, ମୁଖ୍ୟ ଶିକ୍ଷା ଅଧିକାରୀ ଡି ବିଜୟା, ଡି ପଦ୍ମିନୀ, ପ୍ରିନ୍ସିପାଲ କମ ମୁଖ୍ୟ ପ୍ରଶାସକ ଯୁବରାଜ ନାୟକ, ବିକାଶ ଆବାସିକ ବିଦ୍ୟାଳୟ ଅଧ୍ଯକ୍ଷା ଆରତୀ ମିଶ୍ର, ଉପାଧ୍ୟକ୍ଷ ନାରାୟଣ ମହାନ୍ତି, ଉପାଧ୍ୟକ୍ଷ ପ୍ରସନ୍ନଜିତ ଦତ୍ତ, ପ୍ରବନ୍ଧକ ଗୁପ୍ତେଶ୍ୱର ଖୁଣ୍ଟିଆ ପ୍ରମୁଖ ଛାତ୍ରୀଛାତ୍ରମାନଙ୍କୁ ଅଭିନନ୍ଦନ ଜଣାଇବା ସହ ତାଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ପରୀକ୍ଷା ଫଳାଫଳକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକ ଖୁସି ବ୍ୟକ୍ତ କରିବା ସହ ଅନୁଷ୍ଠାନର ମ୍ୟାନେଜମେଣ୍ଟ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସାଧୁବାଦ ଜଣାଇଛନ୍ତି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed