ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର କର୍ଲାଯୋରି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ରେ ଅନୁଷ୍ଠିତ l
ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ଅନ୍ତର୍ଗତ କର୍ଲାଯୋରୀ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୧୧୬ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୯୮ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୮ ଗୋଟି ସାମୁହିକ ଦରଖାସ୍ତ ହସ୍ତଗତ ହୋଇଥିଲା। ୦୨ ଦରଖାସ୍ତ ଅଭିଯୋଗ ଶୁଣାଣୀ ଶିବିରରେ ଫାଇସଲା କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଡୁଙ୍ଗୁରିପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ସଂଜୀବ କୁମାର ସାହୁ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ) ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ଡେପୁଟି କଲେକ୍ଟର, ଅଭିଯୋଗ ଶୁଣାଣୀ ସୁଶ୍ରୀ ପ୍ରିୟଦର୍ଶିନୀ ସାହୁଙ୍କ ସମେତ ତହସିଲଦାର, ଶ୍ରୀ ବିମଳ କିଶୋର ପାତ୍ର, ଊପାଧ୍ୟକ୍ଷ, ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ମକରଧ୍ବଜ ସାହୁ ସରପଞ୍ଚ,କର୍ଲାଯୋରି ଗ୍ରାମ ପଞ୍ଚାୟତ ସୁଜାତା ସେଠୀ ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ। ଏହି ଅବସରରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଦୁଇ ଜଣ ଭିନ୍ନକ୍ଷମ ବୃଦ୍ଧା ଭାରତୀ ରାଉତ ନିବାସୀ ମହୁଳପାଲି ଓ ରଏବାରି ସାହୁ ନିବାସୀ ଯାଜମାଲ ଙ୍କୁ ହ୍ୱୀଲ ଚେୟାର ପ୍ରଦାନ କରିଥିଲେ ଏବଂ କର୍ଲକୋରି ଗ୍ରାମ ପଞ୍ଚାୟତର ନୂତନ ପାଠାଗାର ର ଶୁଭ ଉଦଘାଟନ କରିଥିଲେ l
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…
