March 3, 2026
Home » ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ରେ ବିଭିନ୍ନ ପ୍ରକାରର ୩୭ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ l

ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ରେ ବିଭିନ୍ନ ପ୍ରକାରର ୩୭ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ l

0
WhatsApp Image 2026-03-02 at 5.03.30 PM

ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ପଞ୍ଚାୟତ ସମିତି ସଭା ଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ, ଶ୍ରୀ ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ଶ୍ରୀ ପ୍ରତାପ କୁମାର ରଣା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୩୭ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୩୪ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୦୩ ଗୋଟି ସାମୁହିକ ଦରଖାସ୍ତ ହସ୍ତଗତ ହୋଇଥିଲା। ୦୧ ଗୋଟି ଦରଖାସ୍ତ ତୁରନ୍ତ ଅଭିଯୋଗ ଶୁଣାଣି ସମୟରେ ଫଏସଲା ହୋଇଥିଲା। ଅବଶିଷ୍ଟ ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ସୋନପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରତୀକ କୁମାର କର ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପ – ଜିଲ୍ଲାପାଳ, ସୋନପୁର, ଡ. ସୌମ୍ୟାରୂପା ରଥ,ଡେପୁଟି କଲେକ୍ଟର, ଅଭିଯୋଗ ଶୁଣାଣୀ, ସୁଶ୍ରୀ ପ୍ରିୟଦର୍ଶିନୀ ସାହୁଙ୍କ ସମେତ ତହସିଲଦାର, ସୋନପୁର, ଶ୍ରୀମତି ସ୍ଵର୍ଣ୍ଣରେଖା ଜି ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ବୃନ୍ଦ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ l

 

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *