March 16, 2026
Home » ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ରେ ବିଭିନ୍ନ ପ୍ରକାରର ୮୧ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ l

ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ରେ ବିଭିନ୍ନ ପ୍ରକାରର ୮୧ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ l

0
WhatsApp Image 2026-03-16 at 4.18.14 PM

ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଉଲୁଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ କୋଟସମାଲାଇ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ,) ରାଜେନ୍ଦ୍ର ମାଝୀ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୮୧ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୪୪ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୩୭ ସାମୁହିକ ଦରଖାସ୍ତ ହସ୍ତଗତ ହୋଇଥିଲା। ଗୋଟିଏ ମାତ୍ର ଅଭିଯୋଗ ଆର୍ଥିକ ସହାୟତା ନିମନ୍ତେ ହତଗତ ହୋଇଥିଲା।

ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଉଲୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିଲୀପ କୁମାର ବାରା ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର ଅଶ୍ୱିନି କୁମାର ମେହେର, ଉପ – ଜିଲ୍ଲାପାଳ, ଵୀରମହାରାଜପୁର ସୁରେନ୍ଦ୍ର କୁମାର ମେହେର, ଡେପୁଟି କଲେକ୍ଟର, ଅଭିଯୋଗ ଶୁଣାଣୀ, ସୁଶ୍ରୀ ପ୍ରିୟଦର୍ଶିନୀ ସାହୁଙ୍କ ସମେତ ଅତିରିକ୍ତ ତହସିଲଦାର, ଉଲୁଣ୍ଡା, ନିରଞ୍ଜନ କୁମାର ଧଳ, ସରପଞ୍ଚ, କୋଟସମଲାଇ ଗ୍ରାମ ପଞ୍ଚାୟତ ଶ୍ରୀମତି ବେଦମତି ମେଣ୍ଡଲି, ପଞ୍ଚାୟତ ନିର୍ବାହୀ ଅଧିକାରୀ, କୋଟାସମଲାଇ,ଶ୍ରବଣ କମ୍ପ ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ବୃନ୍ଦ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ….

Leave a Reply

Your email address will not be published. Required fields are marked *