ଯୁବ ରେଡକ୍ରସ ଓ ରେଡ୍ ରିବନ୍ କ୍ଲବ୍ ଆନୁକୂଲ୍ୟରେ ସ୍ବେଛାକୃତ ରକ୍ତଦାନ ପ୍ରୋତ୍ସାହନ କାର୍ଯ୍ୟକ୍ରମ।
ଧର୍ମଗଡ: ସ୍ଥାନୀୟ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଯୁବ ରେଡକ୍ରସ ଓ ରେଡ୍ ରିବନ କ୍ଲବ୍ ଆନୁକୂଲ୍ୟରେ ସ୍ବେଛାକୃତ ରକ୍ତଦାନ ପ୍ରୋତ୍ସାହନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଉପଲକ୍ଷେ ଆୟୋଜିତ ସଚେତନତା ସଭାରେ ମହାବିଦ୍ୟାଳୟର ଅଧ୍ୟକ୍ଷା ସବିତା ପାଇକରାଏ ସଭାପତିତ୍ୱ ରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଜ୍ଞାପିତ ଅଞ୍ଚଳ ପରିଷଦ ଉପାଧ୍ୟକ୍ଷା ଶ୍ରୀମତୀ ମନୀଷା ମିଶ୍ର, ସମ୍ମାନୀତ ଅତିଥି ଭାବେ ରେଡକ୍ରସ୍ ଆଜୀବନ ସଦସ୍ୟ ହୃଷିକେଶ ମିଶ୍ର, ବିବେକ ରଞ୍ଜନ ମିଶ୍ର, ରାଜେନ୍ଦ୍ର ଦୁରିଆ, ଲଖିରାମ ଅଗ୍ରୱାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବେହେରାର ଅଧ୍ୟକ୍ଷ ନିର୍ମଳ ଚନ୍ଦ୍ର ନାୟକ, କଳାହାଣ୍ଡି ଜିଲ୍ଲା ଯୁବ ରେଡକ୍ରସ୍ ତଥା ରେଡ୍ ରିବନ କ୍ଲବ୍ ସଂଯୋଜକ ଶାନ୍ତନୁ କୁମାର ପରିଡ଼ା ପ୍ରମୁଖ ଯୋଗ ଦେଇ ସମ୍ପ୍ରତି ଦେଖା ଦେଇଥିବା ରକ୍ତ ସଂକଟକୁ ଦୂର କରିବା ପାଇଁ ସ୍ବେଛାକୃତ ରକ୍ତଦାନ କରିବାକୁ ଆଗେଇ ଆସିବାକୁ ଛାତ୍ରୀ ମାନଙ୍କୁ ଆହ୍ଵାନ ଦେବା ସହ ରକ୍ତଦାନର ମହତ୍ତ୍ୱ ବିଷୟରେ ଆଲୋଚନା କରିଥିଲେ।

ଯୁବ ରେଡକ୍ରସ୍ ପରାମର୍ଶଦାତା ସଂଜୀବ କୁମାର ମୁଣ୍ଡ୍ ସ୍ଵାଗତ ଅଭିଭାଷଣ ତଥା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ଓ ଅଧ୍ୟାପକ ବଙ୍କିମ ଚନ୍ଦ୍ର ମୁଣ୍ଡ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଯୁବ ରେଡକ୍ରସ୍ ଓ ରେଡ୍ ରିବନ କ୍ଳବ୍ ସ୍ୱେଚ୍ଛାସେବୀ ଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ।
ବିଦ୍ୟାଧର ସାହୁଙ୍କ ରିପୋର୍ଟ….
