ରାଇଘରଠାରେ ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ..
![](https://epaodisha.com/wp-content/uploads/2024/12/WhatsApp-Image-2024-12-17-at-3.50.49-PM-1-1024x768.jpeg)
ନବରଙ୍ଗପୁର ରାଇଘର ବ୍ଲକ ସମ୍ମିଳନୀ ଗୃହରେ ତା୧୬.୧୨.୨୦୨୪: ଆଜି ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସି ଡି ଓ ,ଜିଲ୍ଲା ପରିଷଦ ଶ୍ରୀ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ,ନବରଙ୍ଗପୁର ଶ୍ରୀ ପ୍ରକାଶ ମିଶ୍ର, ବ୍ଲକ ଅଧ୍ୟକ୍ଷ ଗୁପ୍ତ ପ୍ରସାଦ ଝାଙ୍କର,ବି ଡି ଓ ଲକ୍ଷ୍ମୀ ସାଗର ମାଝୀ, ତହସିଲଦାର ରିତୁ ସିଂ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୨୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ରାଇଘର ବ୍ଲକ ଗଞ୍ଜପରା ଗ୍ରାମ ପଞ୍ଚାୟତ ଗସ୍ତ କରି ଡିଗ୍ରୀ କଲେଜ ର ସ୍ଥାନ ଚିହ୍ନଟ ପ୍ରସ୍ତାବ କୁ ଦେଖିଥିଲେ ଏବଂ ନୂଆପଡ଼ା ଏସ ଏସ ଡି ବିଦ୍ୟାଳୟ ରେ ଛାତ୍ର ଛାତ୍ରୀ ଙ୍କୁ ଶ୍ରେଣୀରେ ପାଠ ପଢ଼ାଇ ତାଙ୍କ ସହିତ ବାର୍ତ୍ତାଳାପ କରିଥିଲେ।
ରିପୋର୍ଟ: ନବରଙ୍ଗପୁର ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ