ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ଏସ୍ଆରସିଙ୍କ ଚିଠି
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧୀରେଧୀରେ ଉତ୍ତର-ପଶ୍ଚିମ ଦିଗକୁ ମୁହାଁଉଥିବା ବେଳେ ଭାରତୀୟ ପାଣିପାଗ ବିଭାଗ ବାତ୍ୟା ଓ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି। ଓଡ଼ିଶା ସରକାରଙ୍କ ସ୍ବତନ୍ତ୍ର ରିଲିଫ କମିସନ (ଏସ୍ଆରସି) ପକ୍ଷରୁ ମଧ୍ୟ ରାଜ୍ୟବାସୀଙ୍କ ପାଇଁ ଚେତାବନୀ ଜାରି କରାଯାଇଛି।ଏସ୍ଆରସି ପକ୍ଷରୁ କୁହାଯାଇଛି ଯେ, ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକୁ ଅଧିକ ସତର୍କ ରହିବାକୁ ହେବ। ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ ପଡ଼ିବ। କୁଆପଥର ମାଡ଼ ଓ ବଜ୍ରପାତରୁ ନିଜକୁ ସୁରକ୍ଷା କରିବା ପାଇଁ ସୁରକ୍ଷିତ ସ୍ଥାନକୁ ଆଶ୍ରୟସ୍ଥଳୀ ଭାବେ ବାଛନ୍ତୁ। ଅକ୍ଟୋବର ୨୬ ତାରିଖ ଠାରୁ ୨୯ ପର୍ଯ୍ୟନ୍ତ ସମୁଦ୍ର ଅସ୍ଥିର ରହିବ। ସମ୍ଭାବିତ ବାତ୍ୟା ସମୟରେ ଅକ୍ଟୋବର ୨୬ରୁ ୨୯ ତାରିଖ ପର୍ଯ୍ୟନ୍ତ ପବନର ବେଗ ଘଣ୍ଟା ପିଛା ୩୫ରୁ ୬୦ କିମି ରହିବ। ଏହା ଘଣ୍ଟା ପିଛା ସର୍ବାଧିକ ୭୦କିମି ହୋଇପାରେ।ଅକ୍ଟୋବର ୨୮ ତାରିଖ (ବୁଧବାର) ସକାଳ ସାଢ଼େ ୮ଟାରୁ ଅକ୍ଟୋବର ୩୦ (ଗୁରୁବାର) ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ଗଂଜାମ, ବାଲେଶ୍ବର, ମୟୂରଭଂଜ ଓ ଭଦ୍ରକ ଜିଲ୍ଲାକୁ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ମାଲକାନଗିରି, କନ୍ଧାମାଳ, ରାୟଗଡ଼ା, କୋରାପୁଟ, ମୟୂରଭଂଜ, ଢେଙ୍କାନାଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଓ ନବରଂଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।୨୫ରେ ଅବପାତ ରୂପପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଲଘୁଚାପ ଆଗାମୀ ୨୫ ତାରିଖରେ ଅବପାତର ରୂପ ନେବ। ସୁଦୃଶ୍ୟ ଲଘୁଚାପର ରୂପ ନେବ। ୨୬ ତାରିଖ ବେଳକୁ ଗଭୀର ଅଭପାତର ରୂପ ନେବ। ୨୭ ସକାଳେ ବାତ୍ୟାର ରୂପ ନେଇପାରେ ଲଘୁଚାପ। ଏବେ ଲଘୁଚାପ ଧୀରେ ଧୀରେ ଉତ୍ତର-ପଶ୍ଚିମ ଉତ୍ତର ଦିଗରେ ଗତି କରୁଛି। ଘଣ୍ଟା ପ୍ରତି ୩ କିମି ବେଗରେ ଗତି କରୁଛି। ବଙ୍ଗୋପସାଗରରେ ବଳ ଗୋଟାଉଛି। ବାତ୍ୟା ପାଇଁ ରହିଛି ଅନୁକୂଳ ପାଗ । ୨୭ରୁ ୨୯ ତାରିଖ ଯାଏ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। କିନ୍ତୁ ପବନର ଆଶଙ୍କା କମ୍ ଥିବା କୁହାଯାଉଛି। ତେବେ ବାତ୍ୟା କେଉଁଠି ମାଡ଼ ହେବ, ସେନେଇ ଏବେ ଯାଏ କୌଣସି ସୂଚନା ମିଳିନାହିଁ।
ଇପିଏରୁ ବିରଞ୍ଚିନାରାୟଣ ପତ୍ରୀ ଙ୍କ ରିପୋର୍ଟ, ଇଷ୍ଟଣ୍ଣ ପ୍ରେସ ଏଜେନ୍ସି, ଭୁବନେଶ୍ୱର
