August 21, 2026
Home » ରାଜ୍ୟସ୍ତରୀୟ କିକ୍ ବକ୍ସିଂରେ ଜଗତସିଂହପୁର ଜିଲ୍ଲା ରନର୍ସ ଅପ୍ 

ରାଜ୍ୟସ୍ତରୀୟ କିକ୍ ବକ୍ସିଂରେ ଜଗତସିଂହପୁର ଜିଲ୍ଲା ରନର୍ସ ଅପ୍ 

0
WhatsApp Image 2026-05-14 at 3.19.38 PM
ପ୍ରତିଯୋଗୀଙ୍କୁ ଅଭିନନ୍ଦନ ଜଣାଇଲେ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ
ପାରାଦୀପ: ଗଂଜାମ ଜିଲ୍ଲା ବିଜୁ ପଟ୍ଟନାୟକ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଓାକୋ କିକ ବକ୍ସିଂ ପ୍ରତିଯୋଗୀତାରେ ଅଂଶଗ୍ରହଣ କରି ଦଳଗତ ସଫଳତା ହାସଲ କରିଛନ୍ତି ଜଗତସିଂହପୁର ଜିଲ୍ଲାର ପ୍ରତିଯୋଗୀମାନେ । ୩୦ଟି ଜିଲ୍ଲାରୁ ୫୬୦ ଜଣ ପ୍ରତିଯୋଗୀଙ୍କ ସମେତ ଅଫିସିଆଲ୍‌ମାନେ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ଜଗତସିଂହପୁର ଜିଲ୍ଲାର ୪୫ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିବା ସହିତ ସଫଳତାର ସହିତ ୩୩ ସ୍ୱର୍ଣ୍ଣ, ୧୬ ରୌପ୍ୟ ଏବଂ ୧୫ କାଂସ୍ୟ ପଦକ ହାସଲ କରି ରନର୍ସ ଅପ୍ ଆଖ୍ୟା ହାସଲ କରିଛନ୍ତି । ଏହି ସଫଳତା ପାଇଁ ଜଗତସିଂହପୁର ଜିଲ୍ଲାର ଏକମାତ୍ର ମନ୍ତ୍ରୀ ତଥା ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଜିଲ୍ଲା କିକ୍ ବକ୍ସିଂ ଟିମ୍‌କୁ ଅଭିନନ୍ଦନ ଜଣାଇଛନ୍ତି । ଜାତୀୟ କୋଚ୍ ଅମର ଜ୍ୟୋତି ରାଉତ ଏବଂ ମାନଓ ଦୋରାଙ୍କ ତାଲିମ୍‌ରେ ଦଳକୁ ଏହି ସଫଳତା ମିଳିଛି । ଜିଲ୍ଲା ଉପସଭାପତି ଗଗନ ବିହାରୀ ରାଉତ, ଆଇନ୍ ଉପଦେଷ୍ଟା ସଂଜୟ କୁମାର ବେହେରା ପ୍ରତିଯୋଗୀମାନଙ୍କୁ ମାର୍ଗଦର୍ଶନ ଦେଇଥିଲେ ।
paradeep ru prasanta dash nka report

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed