August 21, 2026
Home » ରାଜ୍ୟ ସ୍ତରୀୟ ଯୁବ ରେଡକ୍ରସ୍ ଶିବିରରେ କଳାହାଣ୍ଡି ଜିଲ୍ଲାର ସଫଳତା

ରାଜ୍ୟ ସ୍ତରୀୟ ଯୁବ ରେଡକ୍ରସ୍ ଶିବିରରେ କଳାହାଣ୍ଡି ଜିଲ୍ଲାର ସଫଳତା

0
WhatsApp Image 2026-01-23 at 2.08.15 PM

 

ଭବାନୀପାଟଣା : ଭୁବନେଶ୍ୱର ସ୍ଥିତ ରମାଦେବୀ ମହିଳା ବିଶ୍ଵବିଦ୍ୟାଳୟ ଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଯୁବ ରେଡକ୍ରସ୍ ଶିବିରରେ କଳାହାଣ୍ଡି ଜିଲ୍ଲାର ସ୍ଵେଚ୍ଛାସେବୀ ଛାତ୍ର ଛାତ୍ରୀ ମାନେ ସଫଳତା ହାସଲ କରିଛନ୍ତି। ଜାନୁଆରୀ ୧୯ ତାରିଖ ଠାରୁ ୨୨ ତାରିଖ ପର୍ଯ୍ୟନ୍ତ ଆୟୋଜିତ ଏହି ଶିବିରରେ କଳାହାଣ୍ଡି ଜିଲ୍ଲାର ଯୁବ ରେଡକ୍ରସ୍ ଆବାହକ ସମ୍ପାଦକ ସଂଜୀବ କୁମାର ସାହୁ ଙ୍କ ନେତୃତ୍ୱରେ ପରାମର୍ଶଦାତା ଡ. ନୃସିଂହାନନ୍ଦ ସାସମଲ, ସଞ୍ଜୀବ କୁମାର ସଗରିଆ, ସେତୁରାମ ନାଏକ ଏବଂ ଦୁଇଟି ଜିଲ୍ଳା ସ୍ତରୀୟ ଶିବିରରୁ ମନୋନୀତ ହୋଇଥିବା ବିଭିନ୍ନ ମହାବିଦ୍ୟାଳୟର ୧୨ ଜଣ ସ୍ଵେଚ୍ଛାସେବୀ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିବା ସହ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ।

ସେମାନଙ୍କ ମଧ୍ୟରୁ ମଦନ ରାମପୁର ମହାବିଦ୍ୟାଳୟ ଛାତ୍ର ମୁକେଶ ହରିଜନ ନୃତ୍ୟ ପ୍ରତିଯୋଗିତାରେ ପ୍ରଥମ, ସ୍ନାତକ ମହାବିଦ୍ୟାଳୟ , ମହାଲିଙ୍ଗ ର ଛାତ୍ର ଶରତ କୁମାର ତାଣ୍ଡି ପାରମ୍ପରିକ ପୋଷାକ ପରିଧାନ ପ୍ରତିଯୋଗିତାରେ ଦ୍ୱିତୀୟ ଓ ଇନ୍ଦ୍ରାବତୀ ଡିଗ୍ରୀ ମହାବିଦ୍ୟାଳୟ, ଜୟପାଟଣାର ଛାତ୍ରୀ ତନୁଜା ହରିଜନ ତର୍କ ପ୍ରତିଯୋଗିତାରେ ତୃତୀୟ ସ୍ଥାନ ଅଧିକାର କରି ଶିବିରର ଉଦଯାପନୀ ଉତ୍ସବରେ ପୁରସ୍କୃତ ହୋଇଛନ୍ତି। କଳାହାଣ୍ଡି ଜିଲ୍ଲା ଯୁବ ରେଡକ୍ରସର ଏହି ସଫଳତା ପାଇଁ ମା ମାଣିକେଶ୍ବରୀ ବିଶ୍ବ ବିଦ୍ୟାଳୟର ଭାରପ୍ରାପ୍ତ କୁଳପତି ଡ ନିବେଦିତା ନାଥ, କୁଳସଚିବ ଡ. ଗୁଣନିଧି ନାଏକ, ଉପ କୁଳସଚିବ ଡ. ଜୟଦେବ ସାହୁ, ଜିଲ୍ଲା ଯୁବ ରେଡକ୍ରସ୍ ସଂଯୋଜକ ଶାନ୍ତନୁ କୁମାର ପରିଡ଼ା ଏବଂ ବିଭିନ୍ନ ମହାବିଦ୍ୟାଳୟର ଅଧକ୍ଷ ତଥା ଯୁବ ରେଡକ୍ରସ ପରାମର୍ଶଦାତା ମାନେ ସେମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।