February 23, 2026
Home » ରାମନାଗୁଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ “ଅର୍ଘ୍ୟ ” ଅନୁଷ୍ଠିତ

ରାମନାଗୁଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ “ଅର୍ଘ୍ୟ ” ଅନୁଷ୍ଠିତ

0
WhatsApp Image 2025-02-06 at 6.28.02 PM

ରାମନାଗୁଡା:ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ ଅର୍ଘ୍ୟ ମହୋତ୍ସବ ମହାଡମ୍ବରେ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ ପ୍ରାରମ୍ଭରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ନିମନ୍ତ୍ରିତ ଅତିଥି ମାନଙ୍କୁ ବାଦ୍ୟଯନ୍ତ୍ର ମାଧ୍ୟମରେ ସ୍ୱାଗତ କରିଥିଲେ।ଏହି ବାର୍ଷିକ ଉତ୍ସବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଗୌରୀ ପ୍ରସାଦ ପଣ୍ଡାଙ୍କ ସଭାପତିତ୍ୱ ଆୟୋଜିତ ହୋଇଥିବା ବେଳେ ରାୟଗଡା ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଅତିଥି ରୂପେ ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକ ଯୋଗ ଦେଇଥିଲେ।ମୁଖ୍ୟବକ୍ତା ଭାବେ ନନ୍ଦପୁର ତହସିଲଦାର ସୁଶ୍ରୀ ପ୍ରଭାତୀ ଝୋଡିଆ ଯୋଗ ଦେଇଥିଲେ।ସେହିପରି ସ୍ୱତନ୍ତ୍ର ଅତିଥି ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ରାମ ଚନ୍ଦ୍ର ନାୟକ ,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଭଜନ ଲାଲ ମାଝୀ , ସମ୍ମାନିତ ଅତିଥି ରୂପେ ରାମନାଗୁଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ,ତହସିଲଦାର ପ୍ରାଣକୃଷ୍ଣ ପାଣିଗ୍ରାହୀ, ଗୋଷ୍ଠୀ ଶିକ୍ଷା ଅଧିକାରୀ ସୃଜନ ମଲ୍ଲିକ, ମୋ ସ୍କୁଲ ଅଭିଯାନ ସଭାପତି ବନବାଳି ମହାରଣା, ସମ୍ପାଦକ ଗଗନ ବିହାରୀ ଆଚାର୍ଯ୍ୟ ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଏ ସାନମୁଖା ପାତ୍ର, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୂର୍ଯ୍ୟରାଓ କୁମ୍ବ୍ରିକା ପ୍ରମୁଖ ମଞ୍ଚାସୀନ ଥିଲେ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ଅତିଥି ମାନଙ୍କୁ ସ୍ୱାଗତ ସଙ୍ଗୀତ ଗାନ ଏବଂ ସ୍ୱାଗତ ନୃତ୍ୟ ପରିବେଷଣ କରାଯାଇଥିବା ବେଳେ ଅତିଥି ମାନଙ୍କୁ ଅନୁଷ୍ଠାନ ପକ୍ଷରୁ ପୁଷ୍ପଗୁଚ୍ଛ ସହ ଉପଢୌକନ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇବା ପରେ ଜଗତର ନାଥ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତି ନିକଟରେ ଅତିଥି ମାନଙ୍କ ଦ୍ୱାରା ଦୀପ ପ୍ରଜ୍ଜ୍ୱଳନ କରି ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। କାର୍ଯ୍ୟକ୍ରମର ଆବାହକ ଅଧ୍ୟକ୍ଷ ଶ୍ରୀ ପଣ୍ଡା ପ୍ରଥମେ ବିଦ୍ୟାଳୟ ର ବାର୍ଷିକ ବିବରଣୀ ପାଠ କରିବା ସହିତ ଅନେକ ସୁବିଧା ସୁଯୋଗ ରାଜ୍ୟ ସରକାରଙ୍କ ପକ୍ଷରୁ ଯୋଗାଇ ଦେଇଥିବା କଥା କହିଥିବା ବେଳେ ବିଭିନ୍ନ ପ୍ରକାରର ଅନୁଷ୍ଠାନ ରେ ଅସୁବିଧା ଓ ସମସ୍ୟା ସମ୍ପର୍କରେ ବିବରଣୀ ପାଠ କରିଥିଲେ।ସମୟର ସଦୁପଯୋଗ କରି ଦୃଢ଼ ମନବଳ ସହିତ କାଠିନ ପରିଶ୍ରମ କରି ନିଜକୁ ଉତ୍ତମ ମଣିଷ ଭାବେ ଗଢି ତୋଳିବାକୁ ଅତିଥି ମାନେ ଉପଦେଶ ଦେଇଥିଲେ।ବିଦ୍ୟାଳୟରେ ଆୟୋଜିତ ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ ବିଜୟୀ ହୋଇଥିବା କୃତି ପ୍ରତିଯୋଗିଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ଏହି ବାର୍ଷିକ ମହୋତ୍ସବରେ ରାମନାଗୁଡା ଥାନା ଅଧିକାରୀ ସୁନିତା ବେହେରା, ପୁର୍ବ ତନ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ,ରାମନାଗୁଡା ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଅଞ୍ଜଳି ମହାପାତ୍ର ଅତିରିକ୍ତ ତହସିଲଦାର ଗୟା ଡମ୍ପୁରୁ ଧର ବେହେରା, ବିଜେପି ନେତା ଚିନ୍ତା କଣ୍ଡାଗରି ପୁର୍ବତନ ବିଦ୍ୟାଳୟ ର ଛାତ୍ରୀ ପ୍ରତିମା ବେହେରା,ମଣ୍ଡଳ ସାଧନ ସଂଯୋଜକ,ମାରିକିମା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶଶୀ ଭୂଷଣ ପଟନାୟକ,ପେଣ୍ଟା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ମନୋଜ କୁମାର ଗୌଡ଼ ,ଜାତ୍ତିଲି ପ୍ରଧାନ ଶିକ୍ଷକ ଅବନ ନନ୍ଦ ନାୟକ,ପ୍ରମୁଖଙ୍କ ସମେତ ନିକଟସ୍ଥ ବିଦ୍ୟାଳୟ ମାନଙ୍କର ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଯୋଗ୍ ଦେଇଥିବା ବେଳେ ବରିଷ୍ଠ ଶିକ୍ଷୟିତ୍ରୀ ସ୍ମିତାରାଣୀ ତୁଳ। ଧନ୍ୟବାଦ ଅର୍ପଣ କରିଥିଲେ। ଦ୍ୱିତୀୟ ଅଧିବେଶନ ରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।ଯାହା ଉପସ୍ଥିତ ଦର୍ଶକ ,ଅବିଭାବକ ମାନଙ୍କୁ ଶେଷ ହେବ ପର୍ଯ୍ୟନ୍ତ ବାନ୍ଧି ରଖିପାରିଥିଲା। ଏହି କାର୍ଯ୍ୟକ୍ରମକୁ ଶ୍ରୀମତୀ ବିଦିଶା ଶତପଥୀ, ବିଦ୍ୟାଳୟର ଶିକ୍ଷକ ସରୋଜ ଲିମା ମଞ୍ଚ ପରିଚାଳନା କରିଥିଲେ।ହାସ୍ୟ ଅଭିନେତା ପ୍ରଭାକର ମିଶ୍ର(ଟୁନା ଟନଟନ) ଅଭିନୟ ମାଧ୍ୟମରେ ଦର୍ଶକଙ୍କ ମନ ଜିଣି ପାରିଥିଲେ। ବରିଷ୍ଠ ଶିକ୍ଷକ ମୃତ୍ୟୁଞ୍ଜୟ ଶତପଥୀ ପରିଚାଳନା କରିଥିବା ବେଳେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ। କାର୍ଯ୍ୟକ୍ରମ ପରିଶେଷରେ ପ୍ରଭାତୀ ଝୋଡିଆ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ।

ରାମନାଗୁଡା ରୁ ନରସିଂହ ପରିଛା ଙ୍କ ରିପୋର୍ଟ ଇପିଏ ଉଇକ୍କି ଖବର।

Leave a Reply

Your email address will not be published. Required fields are marked *

You may have missed

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା ଭୁବନେଶ୍ୱର, ୨୨.୦୨.୨୦୨୬ : ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଜିଲ୍ଲାର କାର୍ଯ୍ୟକଳାପ ଉପରେ ସମୀକ୍ଷା କରିଛନ୍ତି। ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ଯାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଛନ୍ତି । ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ମିଶନ ଶକ୍ତି ବିଭାଗ ମାଧ୍ୟମରେ ଓଡ଼ିଶାର ଲକ୍ଷାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଯୋଡ଼ି ଆର୍ଥିକ, ସାମାଜିକ ଓ ଡିଜିଟାଲ ଭାବେ ସଶକ୍ତ ହୋଇପାରିଛନ୍ତି । ଏହି ବିଭାଗ ମହିଳାମାନଙ୍କୁ କେବଳ ଆତ୍ମନିର୍ଭର କରିବାରେ ସୀମିତ ରହିନାହିଁ, ସେମାନଙ୍କୁ ସଫଳ ଉଦ୍ୟୋଗୀ ଓ ସମାଜର ଅଗ୍ରଗାମୀ ନେତୃତ୍ୱ ଭାବେ ଗଢ଼ି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଅଛି । ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ଶକ୍ତିଶାଳୀ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ମହିଳାମାନଙ୍କ ଜୀବନମାନ ଉନ୍ନତି ସହିତ ରାଜ୍ୟର ଆର୍ଥିକ ଉନ୍ନତିରେ ମଧ୍ୟ ମୂଲ୍ୟବାନ ଅବଦାନ ରଖୁଛି। ମହିଳାମାନଙ୍କୁ ଉଦ୍ୟୋଗୀ ଭାବେ ଗଢି ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଏବଂ ‘ମହାଲକ୍ଷପତି ଦିଦି’ ପରିଣତ କରିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତ ରଖିଛନ୍ତି । ଏଥି ପାଇଁ ଆସନ୍ତା ଆର୍ଥିକ ବର୍ଷରେ ବଜାର ସଂଯୋଗ, ଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ, ଆର୍ଥିକ ସହାୟତା ଓ ଡିଜିଟାଲ ସଶକ୍ତିକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ । ଏହି ପଦକ୍ଷେପଗୁଡ଼ିକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଓ ସୁଦୃଢ଼ ଆର୍ଥିକ ସ୍ଥିତି ପ୍ରଦାନ କରିବ । ବୈଠକରେ ଚଳିତ ଆର୍ଥିକ ବର୍ଷର ଲକ୍ଷ୍ୟ ପୂରଣ ସହ ଆସନ୍ତା ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରିତ ପ୍ରଥମିକତା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯାହା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଆର୍ଥିକ ଭାବେ ଆହୁରି ସଶକ୍ତ କରିବା ସହିତ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରିବ । ଏହି ସମୀକ୍ଷା ବୈଠକରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଶ୍ରୀ ମାନସୀ ନିମ୍ବାଲ, ନିର୍ଦ୍ଦେଶିକା ଡ଼. ମୋନିକା ପ୍ରିୟଦର୍ଶିନୀଙ୍କ ସମେତ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାର ଅଧିକାରୀମାନେ ଉପସ୍ଥିତ ଥିଲେ । ମହିଳା ସଶକ୍ତିକରଣ, ମହିଳା ନେତୃତ୍ୱାଧୀନ ବିକାଶ ଏବଂ ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଳମ୍ବୀ କରିବା ଦିଗରେ ମିଶନ ଶକ୍ତି ବିଭାଗର ଏହି ସମୀକ୍ଷା ବୈଠକ ଏକ ଦୃଢ଼ ପଦକ୍ଷେପ ବୋଲି ଆଶା କରାଯାଇଛି ।