August 21, 2026
Home » ରାଷ୍ଟ୍ରୀୟ ସ୍ୱୟଂସେବକ ସଙ୍ଘ ତରଫରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ

ରାଷ୍ଟ୍ରୀୟ ସ୍ୱୟଂସେବକ ସଙ୍ଘ ତରଫରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ

0
WhatsApp Image 2026-05-03 at 1.02.36 PM

ବୌଦ୍ଧ ଜିଲ୍ଲା ସଦର ରାଷ୍ଟ୍ରୀୟ ସ୍ୱୟଂ ସେବକ ସଙ୍ଘ କାର୍ଯ୍ୟାଳୟ ଠାରେ ସଙ୍ଘ ତରଫରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି l ଜିଲ୍ଲା ସଙ୍ଘ ପ୍ରଚାରକ ପ୍ରମୁଖ ରଘୁନାଥ ଷଡ଼ଙ୍ଗୀଙ୍କ ସଭାପତିତ୍ୱରେ ଏକ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସାମାଜିକକର୍ମୀ ତଥା ସାମ୍ବାଦିକ ଦିବ୍ୟ ଶଙ୍କର ରାଉତ ଯୋଗଦେଇ ଦେବାର୍ଷି ନାରଦଙ୍କ ଉପରେ ସମ୍ୟକ କଥାରଖି ବର୍ତ୍ତମାନର ସାମ୍ବାଦିକ ମାନେ ନିର୍ଭିକ ଭାବରେ ଖବର ପ୍ରକାଶନ ନିମନ୍ତେ ଧ୍ୟାନ ଦେବାକୁ ସୂଚନା ପ୍ରଦାନ କରିଥିଲେ l ମୁଖ୍ୟବକ୍ତା ଭାବେ ସହ ପ୍ରାନ୍ତ ପ୍ରଚାର ପ୍ରମୁଖ ଦେବବ୍ରତ ପ୍ରାଣିଗ୍ରାହୀ ଯୋଗଦେଇ ଦେବର୍ଷି ନାରଦଙ୍କ ଜୀବନୀ ସହିତ ଭାରତୀୟ ସଂସ୍କୃତି ଓ ପରମ୍ପରା ଉପରେ ବିସ୍ତୃତ ବକ୍ତବ୍ୟ ରଖିଥିଲେ l ସଂମ୍ମାନିତ ଅତିଥି ଭାବେ ବୌଦ୍ଧ ନଗର ସଙ୍ଘ ଚାଲକ ପ୍ରମୁଖ ଡା. ସୁଦର୍ଶନ ମେହେର ଯୋଗଦେଇ ଉପସ୍ଥିତ ସାମ୍ବାଦିକ ମାନଙ୍କୁ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ l ଏହି ଅବସରରେ ମା ଭାରତୀ ଓ ନାରଦଙ୍କ ଉଦ୍ଧେଶ୍ୟ ରେ ସଙ୍ଘ ପରିବାରର ବରିଷ୍ଟ ସଦସ୍ୟ ବିଜୟ କୁମାର ସାହୁ ସ୍ୱରଚିତ କବିତା ଆବୃତ୍ତି କରିଥିଲେ l ଶେଷରେ ସଙ୍ଘ ପରିବାରର ବରିଷ୍ଟ ସଦସ୍ୟ ପଦ୍ମ ଚରଣ ମେହେର ଧନ୍ୟବାଦ ଅର୍ପଣ କରିଥିଲେ l

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed