ରାୟଗଡାରେ ରାଷ୍ଟ୍ରୀୟ ଲୋକଅଦାଲତ
ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ତତ୍ତ୍ୱାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ତୃତୀୟ ରାଷ୍ଟ୍ରୀୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଅଛି l ଏହି ଲୋକ ଅଦାଲତରେ ରାୟଗଡା ଜିଲ୍ଲା ଅଦାଲତ ସମେତ ଗୁଣୁପୁର, ବିଷମକଟକ, କାଶିପୁର, ପଦ୍ମପୁର ଓ ମୁନିଗୁଡା ଅଦାଲତରେ ଦୀର୍ଘ ଦିନ ଧରି ପଡିରହିଥିବା ୨୭୮ ଟି ମାମଲାର ଫଇସଲା ହୋଇ, ସମୁଦାୟ ଟ. ୪୩,୩୧,୯୭୧/-(ତେୟାଳିସ ଲକ୍ଷ ଏକତିରିସ ହଜାର ନଅ ସହ ଏକସ୍ତରୀ) ଟଙ୍କାର ସେଟେଲମେଣ୍ଟ କରାଯାଇଅଛି l ସେହିପରି ରାଜସ୍ୱ ସମ୍ବନ୍ଧିତ ୩୬,୦୩୦ ଟି ମାମଲା ଫଇସଲା ହୋଇଅଛି ଓ ପ୍ରିଲିଟିଗେସନ ସମ୍ବନ୍ଧିତ ୯ ଟି ମାମଲାର ଫଇସଲା ହୋଇ ସମୁଦାୟ ଟ.୬,୦୮,୦୦୦/-(ଛଅ ଲକ୍ଷ ଆଠ ହଜାର) ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି l

ଏହି ଲୋକ ଅଦାଲତ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ପରିଚାଳନା କରିଥିଲେ Iଏଥିରେ ପରିବାର ଅଦାଲତର ବିଚାରପତି ଶ୍ରୀ ସଞ୍ଜିତ କୁମାର ବେହେରା, ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶ୍ରୀମତି ଅଳ୍ପନା ସ୍ୱାଇଁ, ମୂଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ଅପର୍ନା ମହାପାତ୍ର, ମହିଳା କୋର୍ଟର ବିଚାରପତି ଶ୍ରୀମତି ସସ୍ମିତା ମିଶ୍ର, ବରିଷ୍ଟ ଦେୱାନି ବିଚାରପତି ଶ୍ରୀ ଆଶିସ ପଟ୍ଟନାଏକ, ରେଜିଷ୍ଟ୍ରାର ଶ୍ରୀ ରାଣା ଘୋସ୍, ଉପଖଣ୍ଡୀୟ ବିଚାରବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ବର୍ଷା ଦାସ, ଗ୍ରାମ ନ୍ୟାୟଧିକାରୀ ତଥା ଜେ.ଏମ୍.ଏଫ୍.ସି ଏସ୍.ଆର ତୋସାଲି ଏବଂ ରାୟଗଡା ବାର ଆସୋସିଏସନର ଆଇନଜୀବି ଶ୍ରୀ ବିଷ୍ଣୁ ପ୍ରସାଦ ପଣ୍ଡା, ଶ୍ରୀ ନବ କୁମାର କାଣ୍ଟା, ଶ୍ରୀ ସୁରେନ୍ଦ୍ର କୁମାର ଶର୍ମା, ଶ୍ରୀ ମଙ୍ଗଳ ମୂର୍ତ୍ତୀ ବେଉରିଆ, ଶ୍ରୀ ଦେବରାଜ ନାଏକ, ଶ୍ରୀମତି ଭାରତି ତ୍ରିପାଠି ଓ ଶ୍ରୀ ରାଜେଶ ପାଢି ପ୍ରମୁଖ ବିଭିନ୍ନ ଅଦାଲତ ପରିସରରେ ଅନୁଷ୍ଠିତ ହେଇଥିବା ବେଞ୍ଛରେ ଯୋଗଦେଇଥିଲେ l ଏହି ଲୋକ ଅଦାଲତ ଟିକୁ ସଫଳ କରିଥିବାରୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ଆଚାର୍ଯ୍ୟ ଜିଲ୍ଳାର ଜନସାଧାରଣ ତଥା ଆଇନଜୀବି ଓ ରାଜସ୍ୱ ବିଭାଗ ଓ ସରକାରୀ ଅଧିକାରୀ, ବ୍ୟାଙ୍କ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି l
ରିପୋର୍ଟ: ରାୟଗଡ଼ା ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ
