ରାୟଗଡ ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାୟଗଡ ଜିଲ୍ଲା ସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ସୋମବାର ଦିନ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ,ଆରକ୍ଷୀ ଅଧିକ୍ଷକ,ଶ୍ରୀ ହରିଶl ବି.ସି, ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ, ଜିଲ୍ଲା ପରିଷଦ ଶ୍ରୀ ନିହାର ରଞ୍ଜନ କହଁର, ଉପ ଜିଲ୍ଲାପାଳ, ରାୟଗଡ କଲ୍ୟାଣୀ ସଂଘମିତ୍ରା ଦେଵୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଲାଲମୋହନ ରାଉତରାୟ , ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ ।
ଉକ୍ତ ଯୁଗ୍ମ ଅଭିଯୋଗ ଶୁଣାଣିରେ ମୋଟ ୯୦ଟି ଅଭିଯୋଗ ଆସିଥିବା ବେଳେ ସେଥିରୁ ୭୩ଟି ବ୍ୟକ୍ତିଗତ, ୦୯ ଗୋଟି ଗ୍ରାମବାସୀଙ୍କ ସାମୂହିକ ଅଭିଯୋଗ ଥିଲା । ଜିଲ୍ଲାପାଳ ୦୬ ଜଣକୁ ମୁଖ୍ୟମନ୍ତ୍ରୀ ସହାୟତା କୋଷରୁ ଓ ୦୨ଜଣଙ୍କୁ ରେଡ଼କ୍ରଶରୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ । ଏହି ଅଭିଯୋଗ ଶିବିରରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ,ସହକାରୀ ଜିଲ୍ଲାପାଳ ଓ ଅନ୍ୟାନ୍ୟ ଜିଲ୍ଲା ସ୍ଥରୀୟ ଅଧିକାରୀ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।
ଜିଲ୍ଲାପାଳ ଅଭିଯୋଗ ଶୁଣାଣି ପରେ ହଲୁଆ ଗ୍ରାମଠାରେ ଅନୁଷ୍ଠିତ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଗ୍ରାମରେ ହିତାଧିକାରୀଙ୍କୁ ବିଭିନ୍ନ ସହାୟତା ପ୍ରଦାନ କରିଥିଲେ । ବନ ବିଭାଗ ତରଫରୁ ଚାରା ବିତରଣ ତଥା ବିଭିନ୍ନ ବିଭାଗ ତଥା ସ୍ୱଚ୍ଛ ଭାରତ, ମିଶନ ଶକ୍ତି, କୃଷି ବିଭାଗ, ସ୍ୱାସ୍ଥ୍ୟ ବିଭାଗ, ପ୍ରାଣୀ ଓ ମତ୍ସ ସମ୍ପଦ ବିଭାଗ, ଶିକ୍ଷା ବିଭାଗ ଦ୍ୱାରା ପ୍ରଦର୍ଶନୀ ଷ୍ଟଲ ଖୋଲି ନିଜ ନିଜ ବିଭାଗର କାର୍ଯ୍ୟ ସମ୍ପାଦନ ବିଷୟରେ ଲୋକଙ୍କୁ ଅବଗତ କରିବା ସହ ଜିଲ୍ଲାପାଳଙ୍କୁ ମଧ୍ୟ ଅବଗତ କରାଇଥିଲେ । ସେହି ସ୍ଥାନରେ ହିତାଧିକାରୀଙ୍କୁ ପଟ୍ଟା, ଭତ୍ତା, ମୂର୍ତ୍ତିକା କାର୍ଡ, ମିଶନ ଶକ୍ତି ମା ମାନଙ୍କୁ ଆର୍ଥିକ ସହାୟତା ଆଦି ଜିଲ୍ଲାପାଳ ବଣ୍ଟନ କରିଥିଲେ ।
ରାୟଗଡା ଜିଲ୍ଲା ଇପିଏ ରୁ ତିରୁମାଲା ପ୍ରସାଦ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )