ରେଡକ୍ରସ ଛାତ୍ରଛାତ୍ରୀକୁ ପ୍ରାଥମିକ ଚିକିତ୍ସା ତାଲିମ୍ ପ୍ରଦାନ

l
ସୁବର୍ଣ୍ଣପୁର : ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ମିଳିତ ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପଲସାଗୋରା ଜୁନିଅର ରେଡ଼କ୍ରସ୍ ଆନୁକୁଲ୍ୟରେ ପ୍ରାଥମିକ ତାଲିମ୍ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି।ପ୍ରଧାନ ଶିକ୍ଷକ ସଞ୍ଜୀବ କୁମାର ପ୍ରହରାଜ କାର୍ଯ୍ୟକ୍ରମରେ ସଭାପତିତ୍ବ କରିଥିବା ବେଳେ ବିପର୍ଯ୍ୟୟ ପରିଚାଳନା ସାଧନାକର୍ମୀ ବନମାଳୀ ମେହେର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ପ୍ରାଥମିକ ଚିକିତ୍ସା ତାଲିମ ପ୍ରଦାନ କରିଥିଲେ । ହଠାତ୍ ମୂର୍ଚ୍ଛା ହେବା,ସାପ କାମୁଡା,ନିଆଁ ରୁ ରକ୍ଷା ପାଇବା ପାଇଁ ପ୍ରତିରକ୍ଷାତ୍ମକ ବ୍ୟବସ୍ଥା ତଥା ମୁଣ୍ଡ ଫଟା,ରକ୍ତସ୍ରାବର ତତ୍କାଳ ଚିକିତ୍ସା ଓ ବ୍ୟବସ୍ଥା ସମ୍ପର୍କରେ ଛାତ୍ରଛାତ୍ରୀମାନଙ୍କୁ ସୂଚନା ପ୍ରଦାନ କରିଥିଲେ।କାର୍ଯ୍ୟକ୍ରମକୁ ଜୁନିଅର ରେଡକ୍ରସ୍ ପରାମର୍ଶଦାତା ସୋନାଲି ପ୍ରିୟଦର୍ଶୀନି ସଂଯୋଜନା କରିଥିଲେ।ବିଦ୍ୟାଳୟର ସମସ୍ତ ଶିକ୍ଷକ ତଥା କର୍ମଚାରୀ ସହଯୋଗ କରିଥିଲେ। ସଂସ୍କୃତ ଶିକ୍ଷକ ସନତ କୁମାର ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷକ ରିଙ୍କୁ ଝାଙ୍କର ଧନ୍ୟବାଦ ଅର୍ପଣ କରିଥିଲେ l
ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ.