ରୌପ୍ୟ ଜୟନ୍ତୀ ସମାରୋହ,ସୋନପୁର ବ୍ଲକ ରେ ପଏଁରୀ ତିହାରର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର: ଆଜି ସୋନପୁର ବ୍ଲକର ରାଇପାଲି ଗ୍ରାମରେ ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ପକ୍ଷରୁ ବ୍ଲକ ସ୍ତରୀୟ ପଏଁରୀ ତିହାର ଧୁମାଧାମରେ ପାଳନ କରାଯାଇଛି । ସୋନପୁର ବ୍ଲକ କଳା ସଂସ୍କୃତି ସଂଘର ଉପ-ସଭାପତି ଶ୍ରୀ ନନ୍ଦକାହ୍ନ ପୂଝାରୀ ଙ୍କ ସଭାପତିତ୍ୱରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ସଭା ଅନୁଷ୍ଠିତ ହୋଇଥିଲା ରାଇପାଲି ଠାରେ । ଗାଁ ଗାଁ ରେ ଲୁକି ଯାଉଥିବା ଲୋକକଳା ଓ କଳାକାର ମାନଙ୍କୁ ଲୋକଲୋଚନକୁ ଆଣିବା ଏବଂ ସେମାନଙ୍କୁ ପଏଁରୀ ତିହାର (ପାରମ୍ପରିକ ଲୋକନୃତ୍ୟ ଓ ସଂଗୀତ ଉତ୍ସବ) ମଂଚରେ ସ୍ଥାନ ଦେଇ ତାଙ୍କର କଳା ପରିବେଷଣ କରି ସମ୍ମାନ କରିବା ହେଉଛି ଏହି ତିହାର ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବୋଲି ଅନୁଷ୍ଠାନର ସଂପାଦକ ତଥା ଲୋକକଳା ଗବେଷକ, ନୃତ୍ୟ ନିର୍ଦ୍ଦେଶକ ଶ୍ରୀ ଚୌଧୁରୀ ବିଭାର ସୂଚନା ପ୍ରଦାନ କରିଥିଲେ ।
ଏହି ସଭାରେ ମୁଖ୍ୟ ଅତିଥି ଶ୍ରୀ ବିଶେଶ୍ୱର ରାୟ, ଜମିଦାର, ସଭାପତି ଶ୍ରୀ ଲଡୁକିଶୋର ମଲ୍ଲିକ, ଉପ ସଭାପତି ଶ୍ରୀ ପ୍ରଫୁଲ୍ଲ ନାଏକ, ସହ-ସଂପାଦକ ପୃଥିରାଜ ବାଗ, କାର୍ଯ୍ୟକାରୀ ସଭ୍ୟ ସୌମ୍ୟରଞ୍ଜନ ସେଠି, ବରିଷ୍ଟ ସଦସ୍ୟ ଗୋପାଳ ମେହେର ଉପସ୍ଥିତ ଥିଲେ । ଅନୁଷ୍ଠାନର ତରଫରୁ ଶ୍ରୀ ନନ୍ଦକାହ୍ନ ପୂଝାରୀ ଙ୍କୁ “ପଏଁରୀ କଳା ସମ୍ମାନ”ରେ ସମ୍ମାନିତ କରାଯାଇଥିଲା l ଏହି ତିହାରରେ ବ୍ଲକ ର ଶତାଧିକ କଳାକାର ସାମିଲ ହେଇ ଲୁକି ଯାଇଥିବା କଳା ଶୋଳ ସୁଆଙ୍ଗ ଦଣ୍ଡ ନୃତ୍ୟ , ସଂଚାର, ସଂପ୍ରଦା, ଖଜନୀ, କରମସାନି, ପ୍ରଭା ନୃତ୍ୟ, ନଚନିଆଁ, ଶବର ଶବରନି, ପତର ସଉରା, ଝୁମେର, ରାସରକେଳି, କୀର୍ତ୍ତନ ନୃତ୍ୟ ଆଦି ସୁନ୍ଦର ଭାବରେ ପରିବେଷଣ କରିଥିଲେ । ଶେଷରେ ସହ ସଂପାଦକ ପୃଥିରାଜ ବାଗ ଧନ୍ୟବାଦ୍ ଅର୍ପଣ କରିଥିଲେ । ଅନୁଷ୍ଠାନ ର କଳାକାଁହୁ ଦାସ, ସୁରୁବାବୁ ସାହୁ, ଆକାଶ ସାହୁ, ଦେବଦତ୍ତ ବଗର୍ତି, ଧର୍ମପଦ ବଢ଼େଇ ଓ ପୁଷ୍ପା ସୁନା ସହଯୋଗ କରିଥିଲେ l ତିହାରରେ ଶତାଧିକ ଦର୍ଶକ ଉପସ୍ଥିତ ରହି କଳାକାର ମାନଙ୍କୁ ଉତ୍ସାହିତ କରିଥିଲେ ଏବଂ ଭରପୁର ମଜା ନେଇଥିଲେ l
ସୁବର୍ଣପୁର ଇପିଏ ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )