July 1, 2025
Home » ଶିକ୍ଷକ ପ୍ରଶିକ୍ଷଣ ନାମଲେଖା ପ୍ରକ୍ରିୟା ଆରମ୍ଭ

ଶିକ୍ଷକ ପ୍ରଶିକ୍ଷଣ ନାମଲେଖା ପ୍ରକ୍ରିୟା ଆରମ୍ଭ

0
images

ଆଗାମୀ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ.ଏଡ଼ ପାଠ୍ୟକ୍ରମ ମରେ ନାମ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟ ବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ
ଦୃଷ୍ଟିରେ ରଖ୍ ଶିକ୍ଷାବର୍ଷ ୨୦୨୫-୨୬ ପାଇଁ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପଭି ନିଆଯାଇଛି। ଏଥୁପାଇଁ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ମାର୍ଚ୍ଚ ୨୪ ତାରିଖ (୨୪.୦୩.୨୦୨୫) ଠାରୁ Common Application
Form (CAF) ପୂରଣ ପ୍ରକିୟା ଆରମ୍ଭ ହେବ ।

ବିଗତ ବର୍ଷ ଭଳି ଆଗାମୀ ଶିକ୍ଷା ବର୍ଷ ୨୦୨୫-୨୬ ପାଇଁ ମଧ୍ଯ ଦୁଇ ବର୍ଷିଆ ବି. ଏଡ଼/ଏମ୍. ଏଡ଼/ ବି.ଏଚ. ଏଡ଼ ପାଠ୍ୟକ୍ରମରେ ନାମଲେଖା ଏବଂ ଚୟନ ପ୍ରକିୟା ଏଥିପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷାର ମାର୍କ ଆଧାରରେ ହିଁ କରାଯିବ । ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ୍ ମାସ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ। ଏଥ୍ ସହ ଶିକ୍ଷା ବର୍ଷ ୨୦୨୫-୨୬ରେ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ. ଏଡ଼ ପାଠ୍ୟକ୍ରମକୁ ଆସନ୍ତା ୨୪ ଜୁଲାଇ, ୨୦୨୫ ତାରିଖ ସୁଦ୍ଧା ଆରମ୍ଭ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି ।
ସରକାରଙ୍କ ଏହି ନିଷ୍ପଭି ଫଳରେ ସଠିକ ସମୟରେ ପାଠ୍ୟକ୍ରମ ଆରମ୍ଭ ହୋଇ ସଠିକ ସମୟରେ ପରୀକ୍ଷା କରାଯିବ ଫଳାଫଳ ମଧ୍ୟ ଘୋଷଣା କରାଯାଇପାରିବ, ଯାହାଦ୍ୱାରା ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ ।

Leave a Reply

Your email address will not be published. Required fields are marked *