August 22, 2026
Home » ଶିଶୁସୁରକ୍ଷା ସ୍ବେଚ୍ଛାସେବୀଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟ ଶିଶୁ ଅଧିକାର କମିଶନ

ଶିଶୁସୁରକ୍ଷା ସ୍ବେଚ୍ଛାସେବୀଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟ ଶିଶୁ ଅଧିକାର କମିଶନ

0
WhatsApp Image 2026-07-31 at 9.12.16 PM (1)

ପୁରୀରେ ଅନୁଷ୍ଠିତ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଶିଶୁ ମାନଙ୍କ ସୁରକ୍ଷା ନିମନ୍ତେ ନିୟୋଜିତ ହୋଇଥିବା ଶିଶୁ ସୁରକ୍ଷା ସ୍ବେଚ୍ଛାସେବୀଙ୍କୁ ସ୍ଥାନୀୟ ସ୍ୱତନ୍ତ୍ର ପ୍ରଦକ୍ଷିଣ ଗୃହ, ପୁରୀ ଠାରେ ସମ୍ବର୍ଦ୍ଧିତ କରିଛନ୍ତି ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଶ୍ରୀମତୀ ବବିତା ପାତ୍ର। ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଦ୍ୱାରା ଆୟୋଜିତ ସ୍ବେଚ୍ଛାସେବୀ ସମ୍ବର୍ଦ୍ଧନା ସଭାରେ ଯୋଗ ଦେଇ ଅଧ୍ୟକ୍ଷା କହିଥିଲେ ଯେ, ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଜନସମାଗମ ପରିବେଶରେ ହଜିବା, ବିପରୀତ ପରିସ୍ଥିତିରେ ରହୁଥିବା ଶିଶୁମାନଙ୍କୁ ଖୋଜିବା ବା ଉଦ୍ଧାର କରିବା କଷ୍ଟକର ବ୍ୟାପାର। ଏହି କାର୍ଯ୍ୟକୁ ଶିଶୁସୁରକ୍ଷା ସ୍ବେଚ୍ଛାସେବୀମାନେ ନିଷ୍ଠାର ସହିତ ସମ୍ପାଦନା କରି ମୋଟ ୨୧୫ ଜଣ ଶିଶୁଙ୍କୁ ଉଦ୍ଧାର କରି ଶିଶୁ ମଙ୍ଗଳ କମିଟିଙ୍କ ନିର୍ଦ୍ଦେଶ କ୍ରମେ ପରିବାରରେ ସମ୍ମିଶ୍ରଣ କରାଇପାରିଛନ୍ତି। ଏ ଉପଲବ୍ଧି ଓ ସଫଳତା ପାଇଁ ଗୁଣ୍ଡିଚା ଯାତ୍ରା ଠାରୁ ବାହୁଡା଼ ଯାତ୍ରା ପର୍ଯ୍ୟନ୍ତ କାର୍ଯ୍ୟ କରିଥିବା ମୋଟ ୬୦ ଜଣ ଶିଶୁ ସୁରକ୍ଷା ସ୍ବେଚ୍ଛାସେବୀଙ୍କୁ ପ୍ରମାଣପତ୍ର, ପ୍ରୋତ୍ସାହନ ରାଶି ପ୍ରଦାନ ସହିତ ଧନ୍ୟବାଦ ଜଣାଇଛନ୍ତି। ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶରତ ଚନ୍ଦ୍ର ବେହେରା, ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷ ମହାବୀର ରୁଦ୍ର ନାରାୟଣ ସାହୁ ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ୟୁନିସେଫ ପ୍ରତିନିଧି ଚକ୍ରଧର ସାହୁ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ କୁମାର ତ୍ରିପାଠୀ, ସୁରକ୍ଷା ଅଧିକାରୀ ଶୁଭ ନାରାୟଣ ଶତପଥୀ ପ୍ରମୁଖ ଯୋଗ ଦେଇଥିଲେ। ସ୍ବେଚ୍ଛାସେବୀମାନେ ସେମାନଙ୍କର ଅଭିଜ୍ଞତା, କାର୍ଯ୍ୟ ସମୟରେ ଆହ୍ୱାନ ଗୁଡ଼ିକ ବିଷୟରେ ଅବଗତ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ଚାଇଲଡ ହେଲ୍ପଲାଇନ ସଂଯୋଜକ କୃଷ୍ଣଚନ୍ଦ୍ର ମିଶ୍ର, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ରୋଜାଲିନି ପାତ୍ର, ହରେକୃଷ୍ଣ ସାହୁ, ସୁସ୍ମିତା ନନ୍ଦ, ବିଜୟ ପରିଡ଼ା ପ୍ରମୁଖ ସହଯୋଗ କରିଥିଲେ।

 

soubhagya pattanayak nka report

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।