ଶିଶୁ ସୁରକ୍ଷା ବିଶେଷଜ୍ଞ କମିଟି ସୋନପୁର ଉପକାରାଗାର ପରିଦର୍ଶନ

ସୁବର୍ଣ୍ଣପୁର-: ତାରିଖ ବୁଧବାର ଦିନ ଶିଶୁ ସୁରକ୍ଷା ପାଇଁ ଗୃହ ବିଭାଗ, ଓଡିଶା ସରକାରଙ୍କ ଦ୍ୱାରା ମନୋନୀତ ବିଶେଷଜ୍ଞ କମିଟି ସୁବର୍ଣ୍ଣପୁର ଶିଶୁ ସୁରକ୍ଷା ବିଭାଗ ଉପକାରାଗାର ସୋନପୁର, ପରିଦର୍ଶନ କରିଛନ୍ତି l ଜିଲ୍ଲା ଆଇନ ସେବା ପ୍ରାଧିକରଣ, ସୁବର୍ଣ୍ଣପୁର ର ସମ୍ପାଦକ ଶ୍ରୀ ଦେବାଶିଷ ଦାସ ଙ୍କ ତତ୍ୱାବଧାନରେ କମିଟିର ସଦସ୍ୟ ପ୍ରଫେସର ନୀଳାମ୍ବର ଶତପଥୀ, ପ୍ରକୃତି ବନ୍ଧୁ ଶ୍ରୀ ରାଜୀବ ଲୋଚନ ଗୁରୁ, ହେମନ୍ତ କୁମାର ସା ଓ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ, ସୁବର୍ଣ୍ଣପୁର ର ଆଇନ ଅଧିକାରୀ ଶ୍ରୀ କେଶବ ଚନ୍ଦ୍ର ମେହେର ପ୍ରମୁଖ ଉପକାରାଗାର କୁ ଯାଇ ଉକ୍ତ କାରାଗାର ର ଅନ୍ତେବାସୀଙ୍କ ସହିତ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିବା ସହିତ ଏକ ଶିବିର ଅନୁଷ୍ଠିତ ହେବା ସଂଗେ ସଂଗେ କୌଣସି ମାମଲାରେ ଆଇନ ସହ ଦ୍ବନ୍ଦରେ ଥିବା ଶିଶୁ କାରାଗାରରେ ଥିବା ଅନ୍ୟ କଏଦୀଙ୍କ ସହିତ ରହୁଛନ୍ତି କି ନାହିଁ କମିଟି ପକ୍ଷରୁ ଯାଞ୍ଚ କରିଥିଲେ l କିନ୍ତୁ କୌଣସି ଶିଶୁ ଆଇନ ସହ ଦ୍ବନ୍ଦରେ ଥିବା ଶିଶୁ ପାଇ ନ ଥିଲେ l ଉକ୍ତ କାରାଗାର ର ଅଧ୍ୟକ୍ଷ ଡିଲେଶ୍ୱର ଜେନା ପରିଦର୍ଶନ ସମୟରେ କମିଟିକୁ ସାହାଯ୍ୟ କରିଥିଲେ l
ରିପୋର୍ଟ — ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର