ଆଜିଠାରୁ ପିତୃପକ୍ଷ ଆରମ୍ଭ ହୋଇଛି l କୋଭିଡ କଟକଣା ଯୋଗୁ କୌଣସି ଭକ୍ତଙ୍କୁ ଶ୍ରୀମନ୍ଦିରକୁ ପ୍ରବେଶ ଅନୁମତି ନ ଥିବାରୁ ଚଳିତ ବର୍ଷ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ଗହଳି ଦେଖିବାକୁ ମିଳିଛି l ବହୁ ଲୋକ ନିଜ ନିଜ ପିତୃ ପୁରୁଷଙ୍କ ଉଦେଶ୍ୟରେ ତର୍ପଣ ଓ ପିଣ୍ଡଦାନ କରିଛନ୍ତି l ଏନେଇ ଆଜି ସକାଳୁ ପୁରୀର ବିଭିନ ତୀର୍ଥ ପୁଷ୍କରଣୀ ସମେତ ମହୋଦଧିରେ ଭିଡ଼ ଦେଖିବାକୁ ମିଳିଛି l ଶ୍ରଦ୍ଧାଳୁ ମାନେ ପିତୃପୁରୁଷଙ୍କ ଉଦ୍ୟେଶ୍ୟରେ ପିଣ୍ଡଦାନ କରିବା ସହ ତର୍ପଣ ଅର୍ପଣ କରୁଥିବା ଦେଖିବାକୁ ମିଳିଛି l ଦୀର୍ଘ ପନ୍ଦରଦିନ ଧରି ପିତୃପୁରୁଷ ମାନଙ୍କ ଉଦ୍ୟେଶ୍ୟରେ ତର୍ପଣ କରାଯିବାର ବିଧିରହିଥିବା ବେଳେ ଆସନ୍ତା ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ପିତୃପକ୍ଷ ଚାଲୁରହିବ l
ପୁରୀ ଇପିଏ ରୁ ସୌଭାଗ୍ୟ ପଟନାୟକଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )