August 20, 2026
Home » ଶ୍ରୀମନ୍ଦିର ପରିକ୍ରମା ପରିସର ଉପରେ ଡ୍ରୋନ

ଶ୍ରୀମନ୍ଦିର ପରିକ୍ରମା ପରିସର ଉପରେ ଡ୍ରୋନ

0
WhatsApp Image 2026-01-23 at 12.27.25 PM

ଆଜି ପୁରୀ ଶ୍ରୀମନ୍ଦିର ପରିକ୍ରମା ପରିସର ଉପରେ ଏକ ଡ୍ରୋନ ଉଡୁଥିବା ସୂଚନା ମିଳିବା ପରେ, ପୁରୀ ପୋଲିସ ତରଫରୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା। ପୁରୀ ଏସ୍‌ପି ଶ୍ରୀ ପ୍ରତୀକ ସିଂଙ୍କ ନିର୍ଦେଶକ୍ରମେ ସିଂହଦ୍ୱାର ଥାନା ପୋଲିସ ସହ ଅନ୍ୟ ଏକ ସ୍ୱତନ୍ତ୍ର ଟିମ ଯୁଗ୍ମ ଭାବେ ଡ୍ରୋନକୁ କାବୁ କରିବାରେ ସଫଳ ହୋଇଥିଲେ। ଦୁଇଟି ଟିମ ମିଶି ପୁରୀ ଦୋଳମଣ୍ଡପ ସାହି ନିକଟରୁ ଉକ୍ତ ଡ୍ରୋନକୁ କାବୁ କରିଥିଲେ। ତଦନ୍ତ କାଳେ ଜଣାପଡ଼ିଛି ଯେ, ଝାରଖଣ୍ଡ ରାଞ୍ଚି ଅଞ୍ଚଳର ୟଶବତ ମାଥୋ (୨୦) ନାମକ ଜଣେ ଯୁବକ ଡ୍ରୋନଟି ଉଡାଇଥିଲେ। ତାଙ୍କୁ ସିଂହଦ୍ୱାର ଥାନାରେ ଅଟକ ରଖାଯାଇଛି ଏବଂ ଏହି ଘଟଣା ସମ୍ବନ୍ଧରେ ଆଇନଗତ ପଦକ୍ଷେପ ଗ୍ରହଣ କରାଯାଉଛି।

ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।

Leave a Reply

Your email address will not be published. Required fields are marked *

You may have missed