ଶ୍ରୀମନ୍ଦିର ରେ ଆରମ୍ଭ ହେଉଛି ମହାପ୍ରଭୁଙ୍କ ପଞ୍ଚୁକ ନୀତି

0 4

ଭକ୍ତଙ୍କ ଭିଡ଼ କୁ ଦୃଷ୍ଟିରେ ରଖି ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମର୍ଚ୍ଚିକୋଟ ଛକ ଠାରୁ ଅସ୍ଥାୟୀ ବ୍ୟାରିକେଡ଼ ର ବ୍ୟବସ୍ଥା ହୋଇଛି। ପୋଲିସ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ଶ୍ରୀମନ୍ଦିର ଭିତର, ବଡଦାଣ୍ତ ଏବଂ ଟ୍ରାଫିକ ସୁପରିଚାଳନା ପାଇଁ କଡାକଡି ବ୍ୟବସ୍ଥା ଗ୍ରହଣ କରାଯାଇଛି। ସମୁଦାୟ ୨୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୩ଜଣ ଅତିରିକ୍ତ ଏସପି, ୧୦ ଡିଏସପି, ୩୦ ଇନ୍ସପେକ୍ଟର ସୁରକ୍ଷା ଦାୟିତ୍ବରେ ରହିବେ। ସେହିପରି ସମୁଦ୍ର କୂଳ ଅଞ୍ଚଳରେ ମଧ୍ୟ କଡା ପାଟ୍ରୋଲିଙ୍ଗ ସହ ସୁରକ୍ଷିତ ସମୁଦ୍ର ସ୍ନାନ ପାଇଁ ପର୍ଯ୍ୟାପ୍ତ ଲାଇଫ ଗାର୍ଡ ଓ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଯେଉଁ ଭକ୍ତ ଓ ପର୍ଯ୍ୟଟକ ମାନେ ପୁରୀ ଆସିବେ ସେମାନେ ମାର୍କେଟ ଛକ ପାଖ ଜଗନ୍ନାଥ ବଲ୍ଲଭ ପାର୍କିଂ ଏବଂ ସମୁଦ୍ର କୂଳ ଅଞ୍ଚଳର ଦିଗବାରେଣି ସହ ଲାଇଟ ହାଉସ ପାଖ ଯାତ୍ରିକା ଠାରେ ଗାଡି ପାର୍କିଂ କରିବା ବ୍ୟବସ୍ଥା କରାଯାଇଥିବା ଏସପି କହିଛନ୍ତି।


ତେବେ ଶ୍ରୀମନ୍ଦିର ଏସ ଓପି ଅନୁଯାୟୀ ଆଜି ରବିବାର ଅବସରରେ ଶ୍ରୀମନ୍ଦିର ବିଶୋଧନ କରାଯାଇଥିବା ରୁ ସାଧାରଣ ଦର୍ଶନ ବନ୍ଦ ଥିବାବେଳେ ଆସନ୍ତା କାଲି ବଡ ଏକାଦଶୀ ଓ କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ। କୋଭିଡ କଟକଣା ଦ୍ରୁଷ୍ଟି ରୁ ଭକ୍ତ ଙ୍କ ଭିଡ଼ କୁ ଦ୍ରୁଷ୍ଟି ରେ ରଖାଯାଇ ବିଶେଷ ଦିବସ ରେ ସାଧାରଣ ଦର୍ଶନ ବନ୍ଦ ରହିବ ।

ପୁରୀ ଜିଲ୍ଲା ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ୍ ଏଜେନ୍ସି )

Leave A Reply

Your email address will not be published.