ଶ୍ରୀମନ୍ଦିର ରେ ଆରମ୍ଭ ହେଲା ପହିଲିଭୋଗ

ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ | ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଥିବା ବେଳେ ଏହି ନୀତି ଦୀର୍ଘ ଏକ ମାସ ଧ FC FCରି ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ |
ସ୍ୱତନ୍ତ୍ର ନୀତି ଅନୁସାରେ ଆଜିଠାରୁ ପ୍ରତ୍ୟେହ ରାତି 2ଟା ରେ ଶ୍ରୀମନ୍ଦିର ଦ୍ୱାରଫିଟା ଯାଇ ଭିତର ଶୋଧ, ମଙ୍ଗଳ ଆଳତୀ ଓ ରୋଷ ହୋମ, ମଇଲମ ଓ ତଡପଲାଗି, ଅବକାଶ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା ଓ ବେଶ ଶେଷ, ଭୋର 5:30ରୁ 6 ଟା ମଧ୍ୟରେ ପହିଲି ଭୋଗ, ପରେ
କୋଠଭୋଗ ହୋଇ ପୁନର୍ବାର ମଇଲମ ଓ ବେଶ ପରେ ଭୋଗମଣ୍ଡପ ଓ ଅନ୍ୟାନ୍ୟ ନୀତି ବଢ଼ି ଦ୍ଵିତୀୟ ଭୋଗ ମଣ୍ଡପ, ଦିବା ପହୁଡ଼ ଓ ସନ୍ଧ୍ୟା ଆଳତୀ, ମଇଲମ, ଚନ୍ଦନ ଲାଗି ପରେ ମହାପ୍ରଭୁଙ୍କ ବଡସିଂହାର ବେଶ ପରେ ଅନ୍ୟାନ୍ୟ ନୀତି ବଢ଼ି, ରାତ୍ର ପହୁଡ଼ ନୀତି ଅନୁଷ୍ଠିତ ହେବ | ଏକମାସ ବ୍ୟାପି ରୋଷ ଘରେ ମହାପ୍ରଭୁଙ୍କ ପହିଲି ଭୋଗ ପ୍ରସ୍ତୁତ କରାଯିବ |
ଏହି ପହିଲି ଭୋଗରେ ମହାପ୍ରଭୁଙ୍କ ପାଇଁ ବିଭିର୍ନ ବ୍ୟଞ୍ଜନ, ବଡ ଝିଲି, ଦରସୁଆ ବଡ଼ି, ଦରସୁଆ ଝିଲି, ବଡ଼ବଡା, କାକେରା, ଅମାଲୁ, ନଳୀ, ଏଣ୍ଡୁରି, ମୁଗେଇ, ଚଢ଼େଇ ନେଦା , ଲଡ଼ୁ, ଗଜା, ଗଇଁଠା, ମଣ୍ଡା ଓ ଖଇର ଚୁଳ ଆଦି ମହାପ୍ରଭୁଙ୍କୁ ଭୋଗ କରାଯାଇଥାଏ | ପ୍ରତିଦିନ ସୂର୍ଯ୍ୟ ଉଦୟ ପୂର୍ବରୁ ମହାପ୍ରଭୁଙ୍କ ଅବକାଶ ଓ ମଙ୍ଗଳ ଆଳତୀ ବଢିବା ପରେ ମହାପ୍ରଭୁଙ୍କୁ ପହିଲି ଭୋଗ ଲାଗି କରାଯିବ | ଏହି ଅବସରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ ଲାଗି ରହିଛି |
ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )