December 27, 2025
Home » ଶ୍ରୀ ମନ୍ଦିର ରେ ମହାପ୍ରଭୁଙ୍କର ଆଡ଼କିଆ ତଥା ତ୍ରିବିକ୍ରମ ବେଶ

ଶ୍ରୀ ମନ୍ଦିର ରେ ମହାପ୍ରଭୁଙ୍କର ଆଡ଼କିଆ ତଥା ତ୍ରିବିକ୍ରମ ବେଶ

0
WhatsApp Image 2025-11-03 at 1.12.01 PM

ପବିତ୍ର ପଞ୍ଚୁକ ର ଦ୍ଵିତୀୟ ଦିବସ। ଶ୍ରୀ ମନ୍ଦିର ରେ ମହାପ୍ରଭୁଙ୍କର ଆଡ଼କିଆ ତଥା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଛି । ପ୍ରାତଃ ସମୟରେ ଶ୍ରୀଜିଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଅନୁଷ୍ଠିତ ହେଇଥିଲା । ପଞ୍ଚୁକର ଦ୍ୱିତୀୟ ଦିବସରେ ଏହି ବେଶ ଦର୍ଶନ ପାଇଁ ଆଜି ଶ୍ରୀମନ୍ଦିରରେ ହଜାର ହଜାର ଭକ୍ତଙ୍କ ଭିଡ଼ ହୋଇଥିଲା । ମହାପ୍ରଭୁଙ୍କ ଏହି ଅପୂର୍ବ ବେଶ ଦର୍ଶନ କରି ଭକ୍ତ ନିଜକୁ ଧନ୍ୟ ମଣିଛନ୍ତି ।ସକାଳୁ ଦୀର୍ଘ ସମୟ ଲାଇନରେ ରହି ମହାପ୍ରଭୁଙ୍କ ଟିକେ ଝଲକ ପାଇ ଭକ୍ତ ବେଶ ଆନନ୍ଦିତ ହୋଇଛନ୍ତି ।। ସେପଟେ ହବିଷ୍ୟାଳୀମାନେ ନିଜର ବ୍ରତ ଶେଷ ହେବା ସମୟ ଉପନୀତ ଥିବା ବେଳେ ମହାପ୍ରଭୁଙ୍କ ଦର୍ଶନ ପାଇଁ ନିଜକୁ ଧନ୍ୟ ମଣିଛନ୍ତି । ମହାପ୍ରଭୁ ସବୁବେଳେ ତାଙ୍କରି ଡୋରି ଲଗାଇ ରଖିଥାନ୍ତୁ ବୋଲି ହବିଷ୍ୟାଳୀ କହିଛନ୍ତି ।ଶାସ୍ତ୍ରରେ ବର୍ଣ୍ଣନା ଅନୁଯାୟୀ ଯେଉଁ ଭକ୍ତ ପଞ୍ଚୁକରେ ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ ଦର୍ଶନ କରେ ତାକୁ ଅନନ୍ତ ପୁଣ୍ୟ ପ୍ରାପ୍ତି ହୋଇଥାଏ । ଏହା ମହାପ୍ରଭୁର ଏକ ଅନ୍ୟତମ ଦୁର୍ଲଭ ବେଶ । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥାନ୍ତି । ତ୍ରିବିକ୍ରମ ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ପ୍ରଭୁ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଏ । ଚୂଳ ୨ଟି ସୋଲ, କନା, ବେତ, ଜମ୍ବୁରା, କଇଁଥ ଅଠା ଆଦିରେ ନିର୍ମିତ ହୋଇଥାଏ । ଏହି ଚୂଳରେ ସ୍ବର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଥାଏ । ଦେବୀ ସୁଭଦ୍ରା ଓ ଅନ୍ୟ ଦୁଇ ଠାକୁରଙ୍କ ମସ୍ତକର ଶୀର୍ଷ ଭାଗରେ ସ୍ବର୍ଣ୍ଣ ଚନ୍ଦ୍ରିକା ମଧ୍ୟ ଖଞ୍ଜା ଯାଇଥାଏ । ଏଥି ସହିତ ପୂର୍ବ ଦିନ ପରି ଅନ୍ୟାନ୍ୟ ସ୍ବର୍ଣ୍ଣ ଅଳଙ୍କାର ଓ ହଳ, ମୂଷଳ, ଶଙ୍ଖ, ଚକ୍ର ଏବଂ ପାଟ ବସ୍ତ୍ର ଆଦିରେ ଠାକୁରମାନଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ଭୂଷିତ କରାଯାଇଥାଏ ।ସୁଭଦ୍ରାଙ୍କୁ ମଧ୍ୟ ଏହି ବେଶରେ ଗୋଟିଏ ସୁନା ଚନ୍ଦ୍ରିକା ଦ୍ବାରା ଶୋଭିତ କରାଯାଏ । ମାତ୍ର ତାଙ୍କ ମସ୍ତକରେ ଚୂଳ ଲାଗି କରା ନଯାଇ ସୁନା କିରୀଟ ଲଗାଯାଏ । ସବୁ ଠାକୁରମାନଙ୍କର ମୂଖର ଉପର ପାର୍ଶ୍ବରେ ୨ଟି ଲେଖାଏଁ କାଡ଼କାନି ଲଗାଯାଇଥାଏ । ଏହି ବେଶରେ ଘାଗଡା ମାଳି, ବରକୋଳି ମାଳି, ପଦ୍ମମାଳି, ଗିନିମାଳି, ପଦକ ମାଳି ପିନ୍ଧାଯାଏ । ଏହା ବ୍ୟତୀତ ମହାପ୍ରଭୁଙ୍କ ଅନ୍ୟାନ୍ୟ ଅଳଙ୍କାର , ମାଳି, ଶ୍ରୀପୟର, ଶ୍ରୀହସ୍ତ ଏବଂ ଆୟୁଧ ମଧ୍ୟ ଲାଗି କରାଯାଏ । ଜଗନ୍ନାଥ, ବଳଭଦ୍ରଙ୍କୁ ଲୁଗାକଛା ମାରି ପିନ୍ଧାଇ ଦିଆଯାଏ ।କିମ୍ବଦନ୍ତୀ ଅନୁଯାୟୀ ମହନ୍ତ ମହାରାଜ ରାମ ଜୟନ୍ତୀ ଦାସଙ୍କ ଦ୍ବାରା ଏହି ବେଶର ପ୍ରଚଳନ ହୋଇଥିଲା । ଏହି ବେଶରେ ଶ୍ରୀଜିଉମାନଙ୍କ ଶ୍ରୀମସ୍ତକରେ ସୋଲ, କନା, ବେତ, ଜମ୍ବୁରା ଓ କଇଁଥ ଅଠାରେ ତିଆରି ହୋଇଥିବା ଚୁଳ ଲଗାଯାଏ । ଏହି ଚୁଳରେ ସ୍ବର୍ଣ୍ଣ ନିର୍ମିତ କିଆ ଆଡ଼ବାଗରେ ଖୋସାଯାଇଥିବା ବେଳେ ଶୀର୍ଷଭାଗରେ ସ୍ବର୍ଣ୍ଣ ଚନ୍ଦ୍ରିକା ଖୋସାଯାଇଥାଏ ।

 

ପୁରୀ ଇପିଏ ରୁ ସୌଭାଗ୍ୟ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ

Leave a Reply

Your email address will not be published. Required fields are marked *