“ସଙ୍ଗିତାଧାରା” ଅନୁଷ୍ଠାନ ଭକ୍ତି ସଙ୍ଗୀତ ପ୍ରତିଯୋଗିତା,୧୧ରେ ନୟାଗଡ଼ ବ୍ଲକ ଅଡିସନ
ନୟାଗଡ଼: ନୟାଗଡ ଜିଲ୍ଲାରେ ଥିବା ଲୁକ୍କାୟିତ ସଙ୍ଗୀତ ପ୍ରତିଭା ମାନଙ୍କୁ ଲୋକଲୋଚନକୁ ଆଣିବା ପ୍ରୟାସରେ ‘ସଙ୍ଗୀତଧାରା’ ,ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ଭକ୍ତିସଙ୍ଗୀତ ସିଜିନ-୩ ପ୍ରତିଯୋଗିତାର ବ୍ଳକସ୍ତରୀୟ ଅଡିସନ ନୟାଗଡ଼ରେ ଆସନ୍ତା ୧୧ ତାରିଖ ରବିବାର ଦିନ ନୟାଗଡ଼ ନୂଆ ରାଜବାଟୀ ସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ର ପରିସରରେରେ ପୂର୍ବାହ୍ନରେ ୧୦ଟା ସମୟରେ ବିନା ବାଦ୍ୟଯନ୍ତ୍ରରେ ପ୍ରତିଯୋଗୀ ମାନଙ୍କ ଅଡିସନ ନିଆଯିବ। ଏଥିରେ ୧୪ରୁ ୨୪ବର୍ଷ ବୟସର ଉଭୟ ପୁଅ ଝିଅ ପ୍ରତିଯୋଗିତାରେ ଭାଗ ନେଇ ପାରିବେ । ପ୍ରତିଯୋଗୀ ମାନେ ସକାଳ ସାଢେ଼ ୯ଟାରେ ନିର୍ଦ୍ଧାରିତ ସ୍ଥାନରେ ପହଞ୍ଚି ନାମ ପଞ୍ଜିକରଣ କରିବେ। ଏ ନେଇ ‘ସଙ୍ଗୀତଧାରା’ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ଦିନ ସଭାପତି ଡ.ବିଜୟ କୁମାର ଚୌଧୁରୀଙ୍କ ଅଧ୍ୟକ୍ଷତାରେ ମହର୍ଷି ଖେଳ ପଡ଼ିଆଠାରେ ଅନୁଷ୍ଠିତ ହୋଇ ଯାଇଛି । ନିଷ୍ପତ୍ତି ଅନୁଯାୟୀ ଚୂଡ଼ାନ୍ତ ପର୍ଯ୍ୟାୟ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ‘ନୟାଗଡ଼ ସଙ୍ଗୀତ କଲ୍ଲୋଳ’ ଉପାଧି ସହିତ ନଗଦ ୧୧ ହଜାର ଟଙ୍କା ପୁରସ୍କାର ଅର୍ଥରାଶି ଏବଂ ଦ୍ୱିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ମାନଙ୍କୁ ଯଥାକ୍ରମେ ୫ ହଜାର ଏବଂ ୩ ହଜାର ଅର୍ଥରାଶି ପୁରସ୍କାର ପ୍ରଦାନ କରାଯିବ। ଏହି ପ୍ରସ୍ତୁତି ବୈଠକରେ ଅନୁଷ୍ଠାନର ସଭାପତି ଡ. ବିଜୟ କୁମାର ଚୌଧୁରୀଙ୍କ ସମେତ ମୁଖ୍ୟ ପୃଷ୍ଠପୋଷକ ପ୍ରମୋଦ ପଟ୍ଟନାୟକ, ସମ୍ପାଦକ ପ୍ରଶାନ୍ତ କୁମାର ଦାଶ,ଉପ ସଭାପତି ଲକ୍ଷ୍ମୀଧର ମହାପାତ୍ର,କୋଷାଧ୍ୟକ୍ଷ ପ୍ରଦୀପ କୁମାର ସାହୁ, ସଂଯୋଜକ ଲକ୍ଷ୍ମୀଧର ସାହୁ, ସଦସ୍ୟ ଡ.ଆଶୁତୋଷ ମିଶ୍ର,ପ୍ରଶାନ୍ତ ପଟ୍ଟନାୟକ, ଅଶୋକ ମଲ୍ଲ,ଗୋପୀନାଥ ସେଠି,ରବୀନ୍ଦ୍ର ସାହୁ, ମାଧବ ଡାକୁଆ ପ୍ରମୁଖ ଉପସ୍ଥିତ ଥିଲେ ।
ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।
