May 27, 2026
Home » ସଡ଼କ ସୁରକ୍ଷା ସଚେତନତା ରଥକୁ ସବୁଜ ପତାକା ଦେଖାଇ ଶୁଭlରମ୍ଭ କଲେ ରାୟଗଡ଼ା ଜିଲ୍ଲାପାଳ

ସଡ଼କ ସୁରକ୍ଷା ସଚେତନତା ରଥକୁ ସବୁଜ ପତାକା ଦେଖାଇ ଶୁଭlରମ୍ଭ କଲେ ରାୟଗଡ଼ା ଜିଲ୍ଲାପାଳ

0
rayagada-sadak

ଜନସାଧାରଣଙ୍କୁ ସେମାନଙ୍କର ଦାୟିତ୍ଵ ବିଷୟରେ ସଚେତନ ଜାଗୃତ କରିବା ସହ ସଡକ ସୁରକ୍ଷା ଅଭ୍ୟାସକୁ ପ୍ରୋତ୍ସାହିତ କରିବା ଏବଂ ସଡ଼କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସଡକ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ଏକ ସପ୍ତାହ ବ୍ୟାପୀ ସଚେତନ ଅଭିଯାନର ଆୟୋଜନ କରାଯାଉଛି। ଏଣୁ ଚଳିତ ମାସ ଜାନୁଆରୀ ୦୧-୦୭,୨୦୨୫ ପର୍ଯ୍ୟନ୍ତ ଓଡିଶା ରାଜ୍ୟରେ ସଡକ ସୁରକ୍ଷା ସପ୍ତାହ ପାଳନ କରିବା ଅବସରରେ ବୁଧୁବାର ଦିନ ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସକାଳ ୧୦. ୩୦ମିନିଟ ସମୟରେ ରାୟଗଡ ଜିଲ୍ଲାପାଳ ପାରୁଲ ପଟୱାରି ସଡ଼କ ସୁରକ୍ଷା ସଚେତନତା ରଥକୁ ସବୁଜ ପତାକା ଦେଖାଇ ଶୁଭlରମ୍ଭ କରିଛନ୍ତି ।ସଡ଼କ ସୁରକ୍ଷା ସଚେତନତା ରଥ ଶୁଭlରମ୍ଭ ଅବସରରେ ରାୟଗଡ଼ା ଆର୍ଟିଓ କହିଛନ୍ତି ଯେ,ସରକାରୀ ନିର୍ଦ୍ଦେଶନା କ୍ରମେ ପ୍ରଥମେ ସପ୍ତାହ ଚାଲିବ । ପରବର୍ତ୍ତୀ ସମୟରେ ମାସ ଯାକ ପାଇଁ ନିର୍ଦ୍ଦେଶ ଆସିଲେ ଚାଲିବ । ଜାନୁଆରୀ ୩୧ ପର୍ଯ୍ୟନ୍ତ ବିଭିନ୍ନ ଜାଗାରେ ଏନଫର୍ସମେଣ୍ଟ, ସଚେତନତା କାର୍ଯ୍ୟକ୍ରମ,ଚକ୍ଷୁ ଶିବିର କାର୍ଯ୍ୟକ୍ରମ,ପଥପ୍ରାନ୍ତ ନାଟକ ଭଳି ଜିଲ୍ଲାରେ ପ୍ରଦର୍ଶନ କରାଯିବ । ରଥଟି ନାଟ୍ୟ ରୂପାନ୍ତର ଆକାରରେ ବିଭିନ୍ନ ସ୍ଥାନରେ ଯେପରିକି ହାଟରେ ,ଜନ ଗହଳି ସ୍ଥାନରେ ପ୍ରଦର୍ଶନୀ ହେବ । ସେ ଆହୁରି କହିଥିଲେ ଯେ ,ଖୁସିର କଥା ଜିଲ୍ଲାରେ ୨୦୨୩ରେ ସଡକ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୨୦ ରହିଥିବା ବେଳେ ଡିସେମ୍ବର ୩୧,୨୦୨୪ ସୁଦ୍ଧା ୧୧୯ ରହିଥିବା ବେଳେ ବ୍ଲାକ ସ୍ପଟ୍ ୧୧ ରୁ ୭ କୁ ହ୍ରାସ ପାଇଛି ।ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ଶିବ ଶଙ୍କର ଚୌଧୁରୀ ଙ୍କ ତତ୍ୱାବଧାନରେ ଜିଲ୍ଲାରେ ଜିଲ୍ଲା ପୋଲିସ ଓ ପରିବହନ ବିଭାଗୀୟ ଅଧିକାରୀଙ୍କ ମିଳିତ ଭାବେ ବିଭିନ୍ନ ସ୍ଥାନରେ କଡାକଡି ଯାଞ୍ଚ କରାଯିବ l ସାଧାରଣତଃ କିଛି ବେଖାତିର ଭାବେ ଲୋକେ ଯେପରିକି ମଦ୍ୟପାନ କରି ଗାଡି ଚଳାଇବା,ଗାଡି ଚଳାଇବା ସମୟରେ ମୋବାଇଲ୍ ଫୋନ୍ ବ୍ୟବହାର,ଡ୍ରାଇଭର ମୋବାଇଲରେ କଥାବାର୍ତ୍ତା କରିବାରେ ବ୍ୟସ୍ତ ରହିବା, ଭଳି ସାଂଘାତିକ ପରିସ୍ଥିତିରେ ଦୁର୍ଘଟଣା ଘଟିଥାଏ। ଏଥିସହ ଟାୟାର ଫାଟିଯିବା, ବ୍ରେକ ଫେଲ ଏବଂ ଇଞ୍ଜିନ ସମସ୍ୟା ମଧ୍ୟ କେତେକ ମୁଖ୍ୟ କାରଣ ଅଟେ ଯେଉଁଥିରେ ଯାନବାହାନ ନିୟନ୍ତ୍ରଣ ବାହାରକୁ ଯାଇ ଦୁର୍ଘଟଣା ଘଟାଇଥାଏ । ଯାନକୁ ସଠିକ୍ ତେଲ(ଗ୍ରିସିଂ) ଏବଂ ରକ୍ଷଣାବେକ୍ଷଣ କରିବା ନିହାତି ଜରୁରୀ ଅଟେ ।

ସଡକ ସୁରକ୍ଷା ସପ୍ତାହର ଏହି କାର୍ଯ୍ୟକ୍ରମ ଆୟୋଜନ କରିବା ମୁଖ୍ୟ ଉଦ୍ଦେଶ୍ୟ ହେଲା ସଡକ ସୁରକ୍ଷା ସମସ୍ୟା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏବଂ ଲୋକଙ୍କୁ ଟ୍ରାଫିକ ନିୟମାବଳୀ ପାଳନ କରିବାକୁ ଉତ୍ସାହିତ କରିବା । ଏହି ସପ୍ତାହ ସାରା ହେଲମେଟ ବ୍ୟବହାର, ଦ୍ରୁତ ଗତିରେ ନଚଳାଇବା, ବିନା ଲାଇସେନ୍ସରେ ନଚଲାଇବା,କମ ବୟସ ପିଲାଙ୍କୁ ଗାଡ଼ି ନଚଳାଇବା ପାଇଁ ସଚେତନତା କରିବା,ସଡକ ସୁରକ୍ଷା ରାଲି,ରୋଡ୍ ଶୋ, ଚକ୍ଷୁ ପରୀକ୍ଷା,ରଙ୍ଗୋଲି ପ୍ରତିଯୋଗିତା ,କୁଇଜ୍ ପ୍ରତିଯୋଗିତା, ସଡ଼କ ସୁରକ୍ଷା ଜନିତ ପୋଷ୍ଟର, ଅତ୍ୟଧିକ ଗତିରୁ ଦୂରେଇ ରୁହନ୍ତୁ – ଦୁର୍ଘଟଣାକୁ ରୋକନ୍ତୁ” ବିଷୟବସ୍ତୁ, କର୍ମଶାଳା, ସଚେତନତା ଡ୍ରାଇଭ୍, ସେମିନାର ଏବଂ ଟ୍ରକ୍ ଡ୍ରାଇଭରମାନଙ୍କ ପାଇଁ ମାଗଣା ଥକ୍କା ଯାଞ୍ଚ ଭଳି ଅନେକ କାର୍ଯ୍ୟକଳାପ ଦ୍ୱାରା ଚିହ୍ନିତ ହୋଇ ଚାଲିବ । ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ସ୍ଲୋଗାନ, କ୍ଵିଜ ଓ ଚିତ୍ରlଙ୍କନ ପ୍ରତିଯୋଗିତା ଆୟୋଜନ କରାଯିବ । କୃତୀ ପ୍ରତିଯୋଗୀ ମନଙ୍କୁ ଜିଲ୍ଲାସ୍ତରରେ ଓ ରାଜ୍ୟ ସ୍ତରରେ କାର୍ଯ୍ୟକ୍ରମରେ ପୁରସ୍କୃତ କରାଯିବ l ଜିଲ୍ଲାରେ ବସ ମାଲିକ ସଙ୍ଘ, ଟ୍ରକ ମାଲିକ ସଙ୍ଘ,ଅଟୋ ଆସୋସିଏସନ, ଡ୍ରାଇଭର ମହାସଂଘକୁ ସାମିଲ କରି ସଚେତନ କାର୍ଯ୍ୟକ୍ରମ କରାଯିବ ।
ଆଜିର କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସମେତ ଏଡିଏମ୍, ପିଡି ୱାଟେର ସେଡ,ସିଦିଭିଓ, ଡିଆଇପିଆରଓ, ଟ୍ରକ ଓ ବସ୍ ୟୁନିଅନ ସଭାପତି ଓ ସମ୍ପାଦକ, ଅଧ୍ୟକ୍ଷା ରାୟଗଡ ମହାବିଦ୍ୟାଳୟ,, ସିଡ଼ିଏମ୍ଓ,ଏମଭିଆଇ, ଡିଏସଓ,ରାୟଗଡ଼ା ବିଡିଓ,ରାସ୍ତା ଓ କୋଠା ନିର୍ମାଣ ବିଭାଗର ନିର୍ବାହୀ ଯନ୍ତ୍ରୀ, ଏନସିସି ଛାତ୍ରଛାତ୍ରୀ,ବିଭାଗୀୟ କର୍ମଚାରୀ ଅଂଶଗ୍ରହଣ କରିଥିଲେ ।

ରାୟଗଡା ଜିଲ୍ଲା ଇପିଏ ରୁ ତିରୁମାଲା ପ୍ରସାଦ ପଟ୍ଟନାୟକ ଙ୍କ ରିପୋର୍ଟ
ଇପିଏ ନିଉଜ ( ଇଷ୍ଟର୍ଣ୍ଣ ପ୍ରେସ ଏଜେନ୍ସି )

ଆଗାମୀ ରଥଯାତ୍ରା ରେ ଶ୍ରଦ୍ଧାଳୁ ଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏ ନେଇ ଏକ ସମୀକ୍ଷା ବୈଠକ ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ୩୦ ଟି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ୮ ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅତିରିକ୍ତ ବ୍ୟବସ୍ଥା କରାଯାଉଛି। ଏଥି ସହିତ ୧୦ ଶଯ୍ୟା ବିଶିଷ୍ଟ ୮ ଟି ଅତିରିକ୍ତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ। ଏଥିରେ ଅତିରିକ୍ତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ନିୟୋଜିତ ରହିବେ। ବଡଦାଣ୍ଡ ସମେତ ପୁରୀ ସହର ର ପ୍ରମୁଖ ସ୍ଥାନ ଗୁଡିକରେ ଆଶୁ ଚିକିତ୍ସା କେନ୍ଦ୍ର ଖୋଲାଯିବ।୫୦ ରୁ ଅଧିକ ଆମ୍ବୁଲାନ୍ସ ବିଭିନ୍ନ ସ୍ଥାନରେ ମୁତୟନ କରାଯିବ। ବିଭିନ୍ନ ସ୍ୱେଚ୍ଛାସେବି ସଂଗଠନ ଙ୍କ ସହାୟତା ନିଆଯିବ। ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ସ୍ୱାସ୍ଥ୍ୟ ସେବାର ତଦାରଖ କରିବେ। ଆଇ ସି ୟୁ, ଟ୍ରମା କେୟାର କେନ୍ଦ୍ର ପ୍ରସ୍ତୁତ କରି ରଖାଯିବ। ପୁରୀ ରେ ଥିବା ସବୁ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କୁ ପ୍ରସ୍ତୁତ ରଖାଯିବ। ରେଲୱେ ଷ୍ଟେସନ, ବସଷ୍ଟାଣ୍ଡ ରେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲିବ। ଗୁରୁତର ରୋଗୀ ଙ୍କୁ କଟକ, ଭୁବନେଶ୍ୱର ସ୍ଥାନାନ୍ତର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବ। ଆମ୍ବୁଲାନ୍ସ ଗୁଡ଼ିକ ଯେଭଳି ସୁରୁଖୁରୁରେ ଯାତାୟାତ କରିପାରିବ ସେ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା ହେବ। ରଥଯାତ୍ରା ସମୟରେ ଲୋକ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ୨ ଶହ ଡାକ୍ତର ଙ୍କୁ ନିୟୋଜିତ କରାଯିବ। ଅପମିଶ୍ରିତ ଓ ବାସୀ ଖାଦ୍ୟ ବିକ୍ରି ବନ୍ଦ ପାଇଁ ଖାଦ୍ୟ ନିରାପତ୍ତା ଅଧିକାରୀ ମାନେ ଯାଞ୍ଜ କରିବେ। ରଥଯାତ୍ରା ସ୍ୱାସ୍ଥ୍ୟ ସେବାକୁ ଶୃଙ୍ଖଳିତ କରିବା ପାଇଁ ଅନୁଷ୍ଠିତ ହୋଇଥିବା ବୈଠକ ରେ ପୁରୀ ମହାନଗର ନିଗମ ର କମିଶନର, ଅତିରିକ୍ତ ଜିଲ୍ଲାପାଳ, ଏସପି, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ସାମିଲ ହୋଇଥିଲେ। ରଥଯାତ୍ରା ର ଭକ୍ତ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଥିବା ସ୍ୱେଚ୍ଛାସେବୀ ଦେବାଶିଶ ମିଶ୍ର କୁହନ୍ତି, ରଥଯାତ୍ରା ଭିଡ଼ରେ ବଡ ଆମ୍ବୁଲାନ୍ସ ଯାତାୟାତ ରେ ବହୁତ୍ ସମସ୍ୟା ସୃଷ୍ଟି କରୁଛି। ଏଣୁ ଆମେ ଜିଲାପାଳ ଙ୍କୁ ପ୍ରସ୍ତାବ ଦେଲୁ କିଛି ଛୋଟ ଆମ୍ବୁଲାନ୍ସ ନିୟୋଜିତ କରାଯାଉ। ଏହା ଦ୍ଵାରା ଆମ୍ବୁଲାନ୍ସ ଯାତାୟାତ ରେ ସୁବିଧା ହେବା ସହ ଲୋକ ମାନେ ତ୍ୱରିତ ଚିକିତ୍ସା ସେବା ପାଇପାରିବେ। ଆଉ ଏକ ପ୍ରସ୍ତାବ ରହିଚି ବଡ ଦାଣ୍ଡ ରେ ଅଧିକ ଶୀତତାପ ନିୟନ୍ତ୍ରିତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଉ। ଏହା ଦ୍ଵାରା ଅଯଥା ରେ ଲୋକ ଙ୍କୁ ମୁଖ୍ୟ ଚିକିତ୍ସାଳୟ କୁ ନିଆନଯାଇ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ । ଆମେ ଜିଲାପାଳ ଙ୍କୁ ଅନୁରୋଧ କରିଛୁ ଗୁଣ୍ଡିଚା ମନ୍ଦିର ନିକଟ ରେ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯିବା ନେଇ ଅନୁମତି ଦିଆଯାଉ। ଏହା ହେଲେ ମନ୍ଦିର ଭିତରେ ଅବା ବାହାରେ କିଛି ଅଘଟଣ ଘଟିଲେ ସଙ୍ଗେ ସଙ୍ଗେ ଚିକିତ୍ସା ସେବା ଲୋକ ଙ୍କୁ ଓ ସେବାୟତ ଙ୍କୁ ଚିକିତ୍ସା ସେବା ଦେଇହେବ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଚଳିତ ରଥଯାତ୍ରା ରେ ଲୋକ ଙ୍କୁ କିଭଳି ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ ସେ ନେଇ ଏକ ମାର୍ଗଦର୍ଶିକା କରାଯାଇଛି। ବଡଦାଣ୍ଡ ସମେତ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ ୮ ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ । ମୋଟ ୮୦ ବେଡ ବିଶିଷ୍ଟ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ସବୁ ପ୍ରକାର ଚିକିତ୍ସା ସେବା ବ୍ୟବସ୍ଥା ରହିବ। ସବୁ ପ୍ରକାର ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ଉପକରଣ ଓ ସ୍ପେଶଲିଷ୍ଟ ଡାକ୍ତର ରହିବେ। ଏ ନେଇ ଆଜିର ବୈଠକ ରେ ଆଲୋଚୋନା ହେଲା। ଆମ୍ବୁଲାନ୍ସ କିଭଳି ଯାତାୟାତ କରିବ, ସ୍ୱେଚ୍ଛାସେବୀ ଙ୍କୁ ତାଲିମ ପ୍ରଦାନ ସେ ନେଇ ସବିଶେଷ ଆଲୋଚନା ହୋଇଛି। ମାର୍ଗଦର୍ଶିକା ଅନୁଯାୟୀ ରଥଯାତ୍ରା, ସୁନାବେଶ, ବାହୁଡ଼ା ରେ ସ୍ୱାସ୍ଥ୍ୟ ସେବା ଲୋକ ଙ୍କୁ ଯୋଗାଇ ଦିଆଯିବ। ଆଗାମୀ ଜୁନ ୨୯ ରେ ମହାପ୍ରଭୁ ଙ୍କ ସ୍ନାନଯାତ୍ରା ଓ ଜୁଲାଇ ୧୬ ରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ଦୁଇ ଯାତ୍ରାରେ ଦଇତାପତି ସେବକ ଙ୍କ ଗୁରୁ ଦାୟିତ୍ୱ ରହିଛି । ଦଇତାପତି ସେବକମାନେ ମହାପ୍ରଭୁ ଙ୍କୁ ସ୍ନାନଯାତ୍ରାରେ ରତ୍ନସିଂହାସନ ରୁ ପହଣ୍ଡି ରେ ଆଣି ସ୍ନାନ ବେଦୀ କୁ ଆଣିବେ। ସେହିପରି ଆଗାମୀ ରଥଯାତ୍ରାରେ ମଧ୍ୟ ଦଇତାପତି ସେବକ ମାନେ ମହାପ୍ରଭୁ ଙ୍କୁ ପହଣ୍ଡି ଆଣି ରଥ ଉପରେ ଠାକୁର ଙ୍କୁ ବିରାଜମାନ କରାଇବେ। ତେବେ ଠାକୁର ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଓ ସୁରକ୍ଷିତ ଢଙ୍ଗରେ ହୋଇ ପାରିବ ସେ ନେଇ ସମୀକ୍ଷା କରିଛନ୍ତି ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପ ମୁଖ୍ୟପ୍ରଶାସକ ଦିବ୍ୟଜ୍ୟୋତି ପରିଡା। ଶ୍ରୀମନ୍ଦିର କାର୍ଯ୍ୟାଳୟ ରେ ଅନୁଷ୍ଠିତ ହୋଇଥିବା ବୈଠକ ରେ ଶ୍ରୀମନ୍ଦିର ଦଇତାପତି ନିଯୋଗ ର କର୍ମକର୍ତ୍ତା ଯୋଗ ଦେଇଥିଲେ।୨୦୨୪ ରଥଯାତ୍ରା ରେ ଆଡ଼ପ ମଣ୍ଡପ ବିଜେ ବେଳେ ବଡ ଠାକୁର ଶ୍ରୀବଳଭଦ୍ର ରଥ ରୁ ଚାରମାଳ କୁ ଖସି ପଡ଼ିଥିଲେ। ଏଣୁ ଏଭଳି ଅଘଟଣ କିଭଳି ଆଗାମୀ ଦିନରେ ହେବ ନାହିଁ ଏବଂ ଶୃଙ୍ଖଳିତ ଢଙ୍ଗରେ ପହଣ୍ଡି କାର୍ଯ୍ୟ ସମାପନ ହେବ ସେ ନେଇ ଜିଲ୍ଲାପାଳ ଆଲୋଚନା କରିଥିଲେ। ପହଣ୍ଡି ପାଇଁ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ସଂଖ୍ୟାରୁ ଯେଭଳି ଅଧିକ ସେବକ ନ ରହିବେ ସେ ନେଇ ଆଲୋଚନା ହୋଇଥିଲା। ସେହିପରି ନିର୍ଦ୍ଧାରିତ ସମୟ ଅନୁସାରେ ସମସ୍ତ ନୀତି ଯେଭଳି ପାଳନ ହେବ ସେ ନେଇ ମଧ୍ୟ ଆଲୋଚାନା ହୋଇଛି। ତେବେ ମହାପ୍ରଭୁ ସ୍ନାନଯାତ୍ରା, ଅଣସର, ନବଯୌବନ, ନେତ୍ରୋତ୍ସବ ସମସ୍ତ ନୀତି ଶୃଙ୍ଖଳିତ କରିବାକୁ ବାଡଗ୍ରାହୀ ସେବକ ମତ ରଖିଛନ୍ତି। ଦଇତାପତି ସେବକ ଭବାନୀ ଦାସ ମହାପାତ୍ର ନିଜ ପ୍ରତିକ୍ରିୟାରେ କୁହନ୍ତି, ଆଗାମୀ ରଥଯାତ୍ରା ରେ କିଭଳି ମହାପ୍ରଭୁ ଙ୍କ ସମସ୍ତ ନିତିକାନ୍ତି, ଭକ୍ତ ଙ୍କ ଦର୍ଶନ ସୁରୁଖୁରୁରେ ଶୃଙ୍ଖଳିତ ଭାବରେ ହୋଇପାରିବ ସେ ନେଇ ଜିଲ୍ଲାପାଳ ଙ୍କ ସହ ଆଲୋଚନା ହୋଇଛି। ସେବାୟତ ଙ୍କ ମଧ୍ୟରେ ଯେଭଳି ଏକ ସମନ୍ଵୟ ରହିବ ସେ ନେଇ ଆଲୋଚନା ହୋଇଥିଲା। ମହାପ୍ରଭୂ ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଢଙ୍ଗରେ ହୋଇପାରିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ତେବେ ମହାପ୍ରଭୁ ଙ୍କ କାର୍ଯ୍ଯ କୁ ଶୃଙ୍ଖଳିତ ଭାବରେ କରିବା ପାଇଁ ଦଇତାପତି ସେବକ ସମ୍ପୂର୍ଣ ପ୍ରସ୍ତୁତ ରହିଚନ୍ତି। ଏହି ଭରସା ଆମେ ପ୍ରଶାସନ କୁ ଦେଇଛୁ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଆଗାମୀ ରଥଯାତ୍ରା କୁ ଶୃଙ୍ଖଳିତ ଭାବେ ଆୟୋଜନ ନେଇ ସବୁ ସେବାୟତ ବିଯୋଗ ସହ ଆଲୋଚନା କରାଯାଉଛି। ମହାପ୍ରଭୁ ଙ୍କ ଶୃଙ୍ଖଳିତ ନୀତି କାନ୍ତି ଓ ପହଣ୍ଡି ପ୍ରସଙ୍ଗ ରେ ମଧ୍ୟ ଦଇତାପତି ସେବକ ଙ୍କ ସହ ଆଲୋଚନା ହୋଇଛି। ଆମର ଆଶା ରହିଛି ମହାପ୍ରଭୁ ଙ୍କ କୃପାରୁ ରଥଯାତ୍ରା ସୁରୁଖୁରୁରେ ସମାପନ ହେବ।

Leave a Reply

Your email address will not be published. Required fields are marked *

You may have missed