August 22, 2026
Home » ସମର୍ଥ ଭାରତ ଗର୍ବ ଓ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ପାଳିତ

ସମର୍ଥ ଭାରତ ଗର୍ବ ଓ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ପାଳିତ

0
WhatsApp Image 2026-01-13 at 2.40.27 PM

ସମର୍ଥ ଭାରତ ଗର୍ବ ଓ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ଅବସରରେ ଜୟପୁର ଉଗ୍ରସେନ ଭବନ ଠାରେ ଏକ ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସନ୍ଦୀପ କୁମାର ଚାନ୍ଦ ଯୋଗଦେଇ ନିଜ ଅଭିଭାଷଣରେ ସ୍ୱାମୀ ବିବେକାନନ୍ଦଙ୍କ ନୀତି ଓ ଆଦର୍ଶକୁ ଯୁବ ସମାଜ କିପରି ଆପଣାଇ ସ୍ୱୟଂକୁ ସଶକ୍ତ କରିପାରିବେ, ସେଥିପାଇଁ ଗୁରୁତ୍ୱପୂର୍ଣ୍ଣ ମତ ପ୍ରକାଶ କରିଥିଲେ।

ଆଜି ସକାଳ ଆଠ ଘଣ୍ଟା ସମୟରେ ବିକ୍ରମ ଦେବ ବିଶ୍ୱ ବିଦ୍ୟାଳୟ ରେ ସୂର୍ଯ୍ୟ ନମସ୍କାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥୀଲା ଏହି କାର୍ଯ୍ୟକ୍ରମରେ ଡ଼ ପ୍ରସନ ଜିତ ସିଂହା କେନ୍ଦୀୟ ବିଶ୍ୱ ବିଦ୍ୟାଳୟର ସହକାରୀ ପ୍ରଦ୍ୟାପକ ଉପସ୍ଥିତ ରହି ଯୁବ ସମାଜକୁ ଉଦବଦନ ଦେଇ ଥୀଲେ ସ୍ୱାମୀ ବିବେକାନନ୍ଦଙ୍କ ଚିନ୍ତାଧାରା, ଦେଶପ୍ରେମ, ଆତ୍ମବିଶ୍ୱାସ ଓ କର୍ମନିଷ୍ଠାକୁ ଜୀବନରେ ଅନୁସରଣ କଲେ ଭାରତ ଆଉ ଅଧିକ ସମର୍ଥ ହେବ ବୋଲି ସେ କହିଥିଲେ।ଏହି ଅବସରରେ ଜୟପୁର ନଗର ସଂଯୋଜକ ପ୍ରମୋଦ କୁମାର ରାଉଳ ସହ ଅନେକ ସାମାଜିକ କର୍ମୀ, ଯୁବକ ଓ ସ୍ଥାନୀୟ ନାଗରିକ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମଟି ସଫଳ ଭାବେ ସମାପ୍ତ ହୋଇଥିଲା। କାର୍ଯ୍ୟକ୍ରମ ଶେଷରେ ପ୍ରମୋଦ କୁମାର ରାଉଳ ଧନ୍ୟବାଦ ଅର୍ପଣ କରିଥିଲେ..।

ରିପୋର୍ଟ: କୋରାପୁଟ ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।