February 23, 2026
Home » ସମର୍ପଣ ବୃଦ୍ଧାଶ୍ରମର ଅଷ୍ଟମ ବାର୍ଷିକ ଉତ୍ସବ ପାଳିତ

ସମର୍ପଣ ବୃଦ୍ଧାଶ୍ରମର ଅଷ୍ଟମ ବାର୍ଷିକ ଉତ୍ସବ ପାଳିତ

0
1000951131
 ଅସହାୟ ମାନଙ୍କ ପାଇଁ ସହାୟ ହେଉଛି ସମର୍ପଣ ବୃଦ୍ଧାଶ୍ରମ- ଜିଲ୍ଲାପାଳ।
ନୟାଗଡ଼ : ନୟାଗଡ ଜିଲ୍ଲା ଲେଖନପୁର ଠାରେ ଥିବା ସମର୍ପଣ ବୃଦ୍ଧାଶ୍ରମ ପରିସରରେ ଅନୁଷ୍ଠାନର ଅଷ୍ଟମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ମୁଖ୍ଯ ଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ ( ଆଇ ଏ ଏସ ) ଯୋଗଦେଇ ଅସହାୟ ମାନଙ୍କ ପାଇଁ ସହାୟ ହେଉଛି ସମର୍ପଣ ବୃଦ୍ଧାଶ୍ରମ ବୋଲି ବକ୍ତବ୍ୟରେ କହିଥିଲେ ।ସମର୍ପଣ ଅନ୍ତେବାସୀ ମାନଙ୍କ ସହିତ କିଛି ସମୟ ଅତିବାହିତ କରିଥିଲେ। ଆୟୋଜିତ ସଭାକୁ ସମର୍ପଣ ପରିଚାଳନା କମିଟିର କାର୍ଯ୍ଯକାରୀ ସଭାପତି ଅରୁଣ କୁମାର ମହାନ୍ତି ସଂଯୋଜନା କରିଥିଲା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସର୍ବେଶ୍ୱର ପାଣିଗ୍ରାହୀ ଯୋଗଦେଇ ଥିଲେ।
ଏହି ଅବସରରେ ଅନୁଷ୍ଠାନର ସଂପାଦକ ଶ୍ରୀଧର ସାହୁ ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ। ମୁଖ୍ଯ ଅତିଥି ତଥା ସମର୍ପଣ ବୃଦ୍ଧାଶ୍ରମ ପରିଚାଳନା କମିଟିର ସଭାପତି ଶ୍ରୀମତୀ ରଥ କହିଥିଲେ, ମୁଁ ଏ ଅନୁଷ୍ଠାନର ଅତିଥି ନୁହେଁ, ମୁଁ ହେଉଛି ଜଣେ ସେବକ। ଆପଣ ମାନଙ୍କର ପୂର୍ଣ୍ଣ ସହଯୋଗରେ ଏହି ସମର୍ପଣ ବୃଦ୍ଧାଶ୍ରମ କେବଳ ନୟାଗଡ଼ ମାଟିରେ ନୁହେଁ ସମଗ୍ର ଓଡିଶାରେ ଏକ ଅନନ୍ଯ ଉଦାହରଣ ସ୍ରୁଷ୍ଟି କରିପାରିଛି। ଅସହାୟ ମାନଙ୍କ ପାଇଁ ସହାୟ ହେଉଛି ଏହି ସମର୍ପଣ ବୃଦ୍ଧାଶ୍ରମ। ସମର୍ପଣ ଗୃହର ପରିଚାଳନା ସହିତ କଳେବର ବୃଦ୍ଧିରେ ସହଯୋଗ କରୁଥିବା ସମସ୍ତ ବଦାନ୍ଯ ବ୍ଯକ୍ତି ବିଶେଷ ମାନଙ୍କୁ ଧନ୍ଯବାଦ ଅର୍ପଣ କରିବା ସହିତ ପ୍ରତିଦିନ ନିଃଶ୍ଳୁକ ପରିବା ଯୋଗାଉଥିବା ପରିବା ବ୍ଯବସାୟୀ ସଂଘର କର୍ମକର୍ତ୍ତା ମାନଙ୍କୁ ମଧ୍ଯ ସାଧୁବାଦ ଜ୍ଞାପନ କରିଥିଲେ।
ସମର୍ପଣ ପ୍ଳେସ୍କୁଲ ପରିଚାଳନା ପାଇଁ ମାସିକ ଆର୍ଥିକ ସହାୟତା ପ୍ରଦାନ କରୁଥିବା ବଳଭଦ୍ର ପ୍ରସାଦ ପଟ୍ଟନାୟକ ଓ ସଂଗୀତା ପଟ୍ଟନାୟକ ଦମ୍ଫତିଙ୍କୁ ମୁଖ୍ଯ ଅତିଥି ଧନ୍ଯବାଦ ଅର୍ପଣ କରି ଥିଲେ। ଏହି କାର୍ଯ୍ୟକ୍ରମରେ ରୋଟାରୀ କ୍ଳବ୍, ଭାରତ ବିକାଶ ପରିଷଦ,ଦେବଦୂତ ସେବା ପରିଷଦ,ବରିଷ୍ଠ ନାଗରିକ ମଞ୍ଚ ଓ ନୟାଗଡ଼ ସହରର ବହୁ ବୁଦ୍ଧିଜୀବୀ ସମେତ ପରିଚାଳନା କମିଟିର ସମସ୍ତ ସଦସ୍ଯ ମାନେ ଉପସ୍ଥିତ ଥିଲେ। ପରିଶେଷରେ ସମର୍ପଣ ପରିଚାଳନା କମିଟିର କୋଷାଧ୍ୟକ୍ଷ ସନ୍ତୋଷ କୁମାର ନାୟକ ସମସ୍ତ ଉପସ୍ଥିତ ବରିଷ୍ଠ ନାଗରିକ, ପରିଚାଳନା କମିଟିର ସଦସ୍ଯ ଓ କର୍ମଚାରୀ ମାନଙ୍କ ସହଯୋଗ ସଦିଚ୍ଛା ପାଇଁ କୃତଜ୍ଞତା ଜ୍ଞାପନ କରିଥିଲେ।
ଇ ପି ଏ ରୁ ଗୋକୁଳ କୁମାର ଷଡ଼ଙ୍ଗୀ ଜିଲ୍ଲା ପ୍ରତିନିଧି ନୟାଗଡ଼ ।

Leave a Reply

Your email address will not be published. Required fields are marked *

You may have missed

ମିଶନ ଶକ୍ତି ବିଭାଗର ସମୀକ୍ଷା ବୈଠକ : ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ଉଦ୍ୟୋଗି ଭାବେ ଗଢ଼ି ତୋଳିବାକୁ ପ୍ରାଥମିକତା ଭୁବନେଶ୍ୱର, ୨୨.୦୨.୨୦୨୬ : ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭାଗର ସମସ୍ତ ଶାଖାର କାର୍ଯ୍ୟକଳାପ ଓ ଜିଲ୍ଲାଭିତ୍ତିକ ପ୍ରଗତି ଉପରେ ସମୀକ୍ଷା କରାଯାଇଛି । ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଜିଲ୍ଲାର କାର୍ଯ୍ୟକଳାପ ଉପରେ ସମୀକ୍ଷା କରିଛନ୍ତି। ଚଳିତ ଆର୍ଥିକ ବର୍ଷର ସଫଳତା, ବିଭିନ୍ନ ଯୋଜନାର ପ୍ରଗତି, ବ୍ଯାଙ୍କ ଋଣ, ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସୁଧ ଫେରସ୍ତ, ମହିଳାମାନଙ୍କୁ ଉଦ୍ୟୋଗପତି ଭାବେ ଗଢି ସେମାନଙ୍କ ଆୟବୃଦ୍ଧି କରିବା ସମ୍ପର୍କିତ ପଦକ୍ଷେପଗୁଡ଼ିକୁ ସେ ପର୍ଯ୍ୟବେକ୍ଷଣ କରିଛନ୍ତି । ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ମିଶନ ଶକ୍ତି ବିଭାଗ ମାଧ୍ୟମରେ ଓଡ଼ିଶାର ଲକ୍ଷାଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଯୋଡ଼ି ଆର୍ଥିକ, ସାମାଜିକ ଓ ଡିଜିଟାଲ ଭାବେ ସଶକ୍ତ ହୋଇପାରିଛନ୍ତି । ଏହି ବିଭାଗ ମହିଳାମାନଙ୍କୁ କେବଳ ଆତ୍ମନିର୍ଭର କରିବାରେ ସୀମିତ ରହିନାହିଁ, ସେମାନଙ୍କୁ ସଫଳ ଉଦ୍ୟୋଗୀ ଓ ସମାଜର ଅଗ୍ରଗାମୀ ନେତୃତ୍ୱ ଭାବେ ଗଢ଼ି ତୋଳିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଅଛି । ମିଶନ ଶକ୍ତି ଆଜି ମହିଳା ସଶକ୍ତିକରଣର ଏକ ଶକ୍ତିଶାଳୀ ଆନ୍ଦୋଳନରେ ପରିଣତ ହୋଇଛି, ଯାହା ମହିଳାମାନଙ୍କ ଜୀବନମାନ ଉନ୍ନତି ସହିତ ରାଜ୍ୟର ଆର୍ଥିକ ଉନ୍ନତିରେ ମଧ୍ୟ ମୂଲ୍ୟବାନ ଅବଦାନ ରଖୁଛି। ମହିଳାମାନଙ୍କୁ ଉଦ୍ୟୋଗୀ ଭାବେ ଗଢି ଅଧିକରୁ ଅଧିକ ‘ଲକ୍ଷପତି ଦିଦି’ ଏବଂ ‘ମହାଲକ୍ଷପତି ଦିଦି’ ପରିଣତ କରିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମତ ରଖିଛନ୍ତି । ଏଥି ପାଇଁ ଆସନ୍ତା ଆର୍ଥିକ ବର୍ଷରେ ବଜାର ସଂଯୋଗ, ଦକ୍ଷତା ବୃଦ୍ଧି, ପ୍ରଶିକ୍ଷଣ, ଆର୍ଥିକ ସହାୟତା ଓ ଡିଜିଟାଲ ସଶକ୍ତିକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯିବ । ଏହି ପଦକ୍ଷେପଗୁଡ଼ିକ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଓ ସୁଦୃଢ଼ ଆର୍ଥିକ ସ୍ଥିତି ପ୍ରଦାନ କରିବ । ବୈଠକରେ ଚଳିତ ଆର୍ଥିକ ବର୍ଷର ଲକ୍ଷ୍ୟ ପୂରଣ ସହ ଆସନ୍ତା ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରିତ ପ୍ରଥମିକତା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯାହା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଆର୍ଥିକ ଭାବେ ଆହୁରି ସଶକ୍ତ କରିବା ସହିତ ଉଦ୍ୟୋଗୀ ଭାବେ ପ୍ରତିଷ୍ଠିତ କରିବ । ଏହି ସମୀକ୍ଷା ବୈଠକରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ସଚିବ ସୁଶ୍ରୀ ମାନସୀ ନିମ୍ବାଲ, ନିର୍ଦ୍ଦେଶିକା ଡ଼. ମୋନିକା ପ୍ରିୟଦର୍ଶିନୀଙ୍କ ସମେତ ମିଶନ ଶକ୍ତି ବିଭାଗ ଏବଂ ଓଡ଼ିଶା ଜୀବିକା ମିଶନର ବରିଷ୍ଠ ଅଧିକାରୀ ଏବଂ ସମସ୍ତ ଜିଲ୍ଲାର ଅଧିକାରୀମାନେ ଉପସ୍ଥିତ ଥିଲେ । ମହିଳା ସଶକ୍ତିକରଣ, ମହିଳା ନେତୃତ୍ୱାଧୀନ ବିକାଶ ଏବଂ ମହିଳାମାନଙ୍କୁ ଆର୍ଥିକ ଭାବେ ସ୍ୱାବଳମ୍ବୀ କରିବା ଦିଗରେ ମିଶନ ଶକ୍ତି ବିଭାଗର ଏହି ସମୀକ୍ଷା ବୈଠକ ଏକ ଦୃଢ଼ ପଦକ୍ଷେପ ବୋଲି ଆଶା କରାଯାଇଛି ।