ସମ୍ବିଧାନ ପ୍ରଣେତା ଡ଼ଃ ବି.ଆର.ଆମ୍ବେଦକରଙ୍କ ୧୩୫ ତମ ଜନ୍ମ ଜୟନ୍ତୀ ପାଳିତ

ଭାରତର ସମ୍ବିଧାନ ପ୍ରଣେତା ଭାରତରତ୍ନ ଡଃ. ବାଵାସାହେବ ଭୀମାରାଓ ଆମ୍ବେଦକରଙ୍କ ୧୩୫ ତମ ଜୟନ୍ତୀ ରାୟଗଡ ଜିଲ୍ଲା ପ୍ରଶାସନ ପକ୍ଷରୁ ପାଳିତ ହୋଇଯାଇଛି । ୩୨୬ ନମ୍ବର ଜାତୀୟ ରାଜପଥ ରାୟଗଡା ସହରର ବସଷ୍ଟାଣ୍ଡ ନିକଟସ୍ଥ ଆଇଟିଡିଏ କାର୍ଯ୍ୟାଳୟ ସମ୍ମୁଖ ଟ୍ରାଫିକ ଛକ ଓ ରାମା ଟକିଜ ନିକଟସ୍ଥ ଆମ୍ବେଦକର ନଗରରେ ଅବସ୍ଥାପିତ ପ୍ରତିମୂର୍ତ୍ତିରେ ଅତିରକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ଚନ୍ଦ୍ର ନାୟକ,ଉପଜିଲ୍ଲାପାଳ ଶ୍ରୀ ରମେଶ ଚନ୍ଦ୍ର ଜେନା, ପ୍ରକଳ୍ପ ପ୍ରଶାସକ ସମ୍ମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା, ରାୟଗଡ଼, ସୂଚନା ଓ଼ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ପୂର୍ବତନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଜଳନ୍ଧର ପୁଷିକା, ଵି କlନ୍ତା ରାଓ, ତ୍ରିନାଥ ବିଭାର,ଏବଂ ଆମ୍ବେଦକର ପ୍ରେମୀ ଯୋଗଦାନ କରି ମଲ୍ୟାର୍ପଣ କରିଥିଲେ ।
ଏହାପରେ ସ୍ଥାନୀୟ ରାୟଗଡ ସ୍ୱୟଂ ଶାସିତ ମହାବିଦ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ସ୍ମୁତି ଚାରଣ ସଭା ଓ ଓଡ଼ିଆ ନବ ବର୍ଷ ପାଳିତ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳଙ୍କ ଶ୍ରୀ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ, ଉପଜିଲ୍ଲାପାଳ ଶ୍ରୀ ଜେନା,ଶିକ୍ଷବିତ୍ତ ଡ୍. ଦୁଷ୍ମନ୍ତ କୁମାର ମହାନ୍ତି, ଅଧକ୍ଷା ଡ଼ ସରସ୍ବତୀ ରାୟ, ପ୍ରାକ୍ତନ ଅଧ୍ୟକ୍ଷl ଡ଼ ବବିଳତା ସରାଫ, ଜିଲ୍ଲାସଂସ୍କୃତି ଅଧିକାରୀ ସୁଶ୍ରୀ ସୁସ୍ମିତା ବାଉରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ବସନ୍ତ କୁମାର ପ୍ରଧାନ, ସମାଜ ସେବି ଵି କାନ୍ତl ରାଓ ଆଦି ଯୋଗ ଦେଇ ସମ୍ବିଧାନ ପ୍ରଣେତା ଡ଼ଃ ବି.ଆର ଆମ୍ବେଦକରଙ୍କ ସଂଘର୍ସମୟ ଜୀବନୀ ତାଙ୍କର ମହାନ ଅବଦାନ ଉପରେ ଆଲୋକପlତ କରିଥିଲେ । ଆମ୍ବେଦକର ହେଉଛନ୍ତି ସାମାଜିକ ଗଣତନ୍ତ୍ରର ପ୍ରତିଷ୍ଠାତା ଥିଲେ ଓ ଆମ୍ବେଦକରଙ୍କ ସଙ୍ଘର୍ଷମୟ ଜୀବନ ଓ ଭାରତ ପାଇଁ ତାଙ୍କର ଅତୁଳନୀୟ ଅବଦାନ ଉପରେ ଆଲୋକପାତ କରିଥିଲେ । ଡ଼ଃ ଅମ୍ବେଦକରଙ୍କ ଜୟନ୍ତି ପାଳନ ଉପଲକ୍ଷେ ଉଚ୍ଚ ବିଦ୍ୟାଳୟ ସ୍ତରରେ ଅନୁଷ୍ଠିତ ହୋଇଥିବା ବକ୍ତୃତା, ପ୍ରବନ୍ଧ ପ୍ରତିଯୋଗିତାରେ କୃତି ପ୍ରତିଯୋଗିମାନଙ୍କୁ ଅଥିଥିମାନଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରlରମ୍ବିକ ସୂଚନା ପ୍ରଦାନ କରିଥିବାବେଳେ ଜିଲ୍ଲା ସଂସ୍କୃତି ଅଧିକାରୀ ସୁସ୍ମିତା ବାଉରୀ ଧନ୍ୟବାଦ ଅର୍ପଣ କରିଥିଲ । ସ୍ୱୟଂ ଶାସିତ ମହାବିଦ୍ୟାଳୟର ଏନସିସି ଶିକ୍ଷକ ଲେଫ୍ଟ ନାଣ୍ଟ ଉଦୟ ନାୟକ ସଂଯୋଜନା କରିଥିଲେ । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟର ଭବାନୀ ଶବର , କୁମୁଦିନୀ ମିଶlଲ,ସୁଭାଷ କେରକେଟା,ମନୀଷା ଚୌଧୁରୀ ସମ୍ରାଟ ସାହୁ, ରାଜେନ୍ଦ୍ର ଦୋରା, କବିର ଶାଗଡ଼ିଆ,ଦେବେନ୍ଦ୍ର ପୀରବାକ, ଚନ୍ଦ୍ର ଶେଖର ପ୍ରମୁଖ ସହଯୋଗ କରିଥିଲେ ।
ରିପୋର୍ଟ: ରାୟଗଡ଼ା ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ