May 27, 2026
Home » ସମ୍ ହସ୍ପିଟାଲ ପକ୍ଷରୁ ବିଶ୍ୱ ମଧୁମେହ ଦିବସ ପାଳିତ

ସମ୍ ହସ୍ପିଟାଲ ପକ୍ଷରୁ ବିଶ୍ୱ ମଧୁମେହ ଦିବସ ପାଳିତ

0
PHOTO (2)

ଭୁବନେଶ୍ୱର ନଭେମ୍ବର,୧୪: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲର ଜେନେରାଲ ମେଡିସିନ୍ ଓ ଏଣ୍ଡୋକ୍ରିନୋଲୋଜି ବିଭାଗ ପକ୍ଷରୁ ଗୁରୁବାର ଦିନ ହସ୍ପିଟାଲ ପରିସରରେ ବିଶ୍ୱ ମଧୁମେହ ଦିବସ ପାଳିତ ହୋଇଯାଇଛି।
ଚଳିତବର୍ଷ ବିଶ୍ୱ ମଧୁମେହ ଦିବସର ଥିମ୍ ରହିଛି “ଡାଇବେଟିସ୍ ଆଣ୍ଡ ୱେଲବିଙ୍ଗ୍ ଏମ୍‌ପାୱାରଇଂ ଗ୍ଳୋବାଲ୍ ହେଲଥ୍‌”। ଏହାର ଅର୍ଥ ମଧୁମେହ ଏବଂ ସୁସ୍ଥତା ସହ ବିଶ୍ୱ ସ୍ୱାସ୍ଥ୍ୟକୁ ସଶକ୍ତ କରିବା ମୂଳ ଲକ୍ଷ୍ୟ।
ଏହି ଅବସରରେ ମୁଖ୍ୟବକ୍ତା ଭାବେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟବିଜ୍ଞାନ) ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ର ଯୋଗ ଦେଇ କହିଥିଲେ ଯେ ପ୍ରତିବର୍ଷ ଭାରତରେ ୧୨୦ରୁ ୧୩୦ ମିଲିୟନ୍ ଲୋକ ମଧୁମେହ ରୋଗରେ ପୀଡିତ ହେଉଛନ୍ତି। ମଧୁମେହ ରୋଗ ଏକ ସାଘାଂତିକ ରୋଗ ନୁହେଁ। ଲୋକ ମାନେ ଏହି ରୋଗ ବିଷୟରେ ଯେତେ ଶୀଘ୍ର ସଚେତନ ହେବେ ସେତେ ଶୀଘ୍ର ଏହାର ଭୟ ସେମାନଙ୍କର ମନରୁ ଦୂରେଇ ଯିବ। ନିଜର ଜୀବନଶୈଳୀକୁ ପରିବର୍ତନ କରିବା ନିତାନ୍ତ ଆବଶ୍ୟକ। ପ୍ରତ୍ୟେକ ମଣିଷ ମାନସିକ, ଶାରୀରିକ ଓ ଆଧ୍ୟାତ୍ମିକ ସ୍ତରରେ ନିଜକୁ ସୁଦୃଢ କରିବା ଜରୁରୀ ବୋଲି ପ୍ରଫେସର (ଡାକ୍ତର) ମହାପାତ୍ର କହିଥିଲେ।
ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲର ମେଡିକାଲ୍ ସୁପରିଟେଣ୍ଡେଂଟ୍ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର ଯୋଗଦେଇ କହିଥିଲେ ଯେ ଏହି ରୋଗରୁ ଲୋକମାନେ ମୁକ୍ତି ପାଇପାରିବେ ଏବଂ ଏହି ବାର୍ତା ଦେବା ଆମର ମୂଳ ଲକ୍ଷ୍ୟ ।
ଅନ୍ୟତମ ସମ୍ମାନିତ ଅତିଥି ଭାବେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲର ଇଏନ୍‌ଟି ବିଭାଗର ମୁଖ୍ୟ ଓ ଇନ୍‌ଚାର୍ଜ ଡିନ୍ ପ୍ରଫେସର (ଡାକ୍ତର) ସୌମ୍ୟ ରଂଜନ ଦାସ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ କହିଥିଲେ ଯେ ମଧୁମେହକୁ ଲୋକମାନେ ନ ଡରି ତାହାର ସାମନା କରିବା ଜରୁରୀ। ଗୋଟେ ଲୋକ ମାନସିକ ଦୁଃଶିନ୍ତାରୁ ନିଜକୁ ମୁକ୍ତ ରଖିବା ସହିତ ଖୁସି ରହିବାକୁ ଚେଷ୍ଟା କରିବା ବୋଲି ପ୍ରଫେସର ଦାସ କହିଥିଲେ।
ଏହି ଅବସରରେ ସମ୍ ହସ୍ପିଟାଲ୍‌ର ଏଣ୍ଡୋକ୍ରାଇନୋଲୋଜି ବିଭାଗର ପ୍ରଫେସର (ଡାକ୍ତର) ଜୟଭାନୁ କନ୍‌ୱର କହିଥିଲେ ଇନ୍‌ସୁଲିନ୍‌ର ଉଦ୍‌ଭାବନ ୧୦୦ ବର୍ଷ ତଳେ ହୋଇଥିଲେ ମଧ୍ୟ ଲୋକମାନେ ଏହାର ବ୍ୟବହାର ସମ୍ପର୍କରେ ଏ ପର୍ଯ୍ୟନ୍ତ ଅବଗତ ହୋଇପାରୁ ନାହାନ୍ତି। ତେଣୁ ମଧୁମେହ ରୋଗର ଆଗୁଆ ଚିହ୍ନଟ, ଚିକିତ୍ସା ଓ ଏହାର ନିରାକରଣ ନିମନ୍ତେ ସଚେତନତା ଜରୁରୀ ବୋଲି ସେ କହିଛନ୍ତି।
ସମ୍ ହସ୍ପିଟାଲ୍‌ର ଜେନେରାଲ ମେଡିସିନ୍ ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ସମୀର ସାହୁ ଯୋଗଦେଇ ନଭେମ୍ବର ୧୪ ତାରିଖ ଦିନ ବିଶ୍ୱ ମଧୁମେହ ଦିବସ ପାଳନ ଅବସରରେ ତଥ୍ୟ ପ୍ରଦାନ କରିଥିଲେ। ଦିନକୁ ଦିନ ମଧୁମେହ ରୋଗୀଙ୍କ ସଂଖ୍ୟା ବଢୁଥିବା ବେଳେ ଗ୍ରାମାଂଚଳ ଅପେକ୍ଷା ସହରାଂଚଳରେ ଏହାର ମାତ୍ରା ଅଧିକ। ଉଚିତ୍ ଚିକିତ୍ସା, ସଚେତନତା ଓ ଜୀବନ ଶୈଳୀରେ ପରିବର୍ତନରେ ଏହି ରୋଗର ନିୟନ୍ତ୍ରଣ କରାଯାଇପାରିବ ବୋଲି ପ୍ରଫେସର ସାହୁ କହିଥିଲେ। ଏଣ୍ଡୋକ୍ରାଇନୋଲୋଜି ବିଭାଗର ଆସୋସିଏଟ୍ ପ୍ରଫେସର ଡାକ୍ତର ଜୟଶ୍ରୀ ସ୍ୱାଇଁ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ।
ଏହି ଅବସରରେ ବିଭିନ୍ନ ଆଲୋଚନ ଚକ୍ର ମଧ୍ୟ ଅନୁଷ୍ଠିତ ହୋଇଥିଲା।
ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲର ଜେନେରାଲ ମେଡିସିନ୍ ବିଭାଗର ପ୍ରଫେସର (ଡାକ୍ତର) ଲଲିତ ମେହେର ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ।
ଶେଷରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲର ଜେନେରାଲ ମେଡିସିନ୍ ବିଭାଗର ଡାକ୍ତର ମେଘନାଦ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।
ସମ୍ ହସ୍ପିଟାଲ୍‌ର ଜେନେରାଲ ମେଡିସିନ୍ ଓ ଏଣ୍ଡୋକ୍ରିନୋଲୋଜି ବିଭାଗ ପକ୍ଷରୁ ଗୁରୁବାର ସକାଳେ ରକ୍ତଭଣ୍ଡାର ଠାରୁ କଳିଙ୍ଗ ଷ୍ଟୁଡିଓ ଛକ ପର୍ଯ୍ୟନ୍ତ ବିଶ୍ୱ ମଧୁମେହ ଦିବସ ପାଳନ ଉପଲକ୍ଷେ ୱାକାଥନ୍ ଓ ସଚେତନତା ରାଲି ମଧ୍ୟ କରାଯାଇଥିଲା। ଏହାର ମୂଳଲକ୍ଷ୍ୟ ଥିଲା ଲୋକଙ୍କୁ ମଧୁମେହ ରୋଗ ସମ୍ପର୍କରେ ସଚେତନ କରାଇବା। ଏହି ସଚେତନତା ରାଲିରେ ୨୦୦ରୁ ଉର୍ଦ୍ଧ୍ୱ ଡାକ୍ତର, ଛାତ୍ରଛାତ୍ରୀ, ନର୍ସ ଏବଂ ଅନ୍ୟାନ୍ୟ କର୍ମକର୍ତାମାନେ ଉପସ୍ଥିତ ଥିଲେ।

ଆଗାମୀ ରଥଯାତ୍ରା ରେ ଶ୍ରଦ୍ଧାଳୁ ଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏ ନେଇ ଏକ ସମୀକ୍ଷା ବୈଠକ ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ୩୦ ଟି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ୮ ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅତିରିକ୍ତ ବ୍ୟବସ୍ଥା କରାଯାଉଛି। ଏଥି ସହିତ ୧୦ ଶଯ୍ୟା ବିଶିଷ୍ଟ ୮ ଟି ଅତିରିକ୍ତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ। ଏଥିରେ ଅତିରିକ୍ତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ନିୟୋଜିତ ରହିବେ। ବଡଦାଣ୍ଡ ସମେତ ପୁରୀ ସହର ର ପ୍ରମୁଖ ସ୍ଥାନ ଗୁଡିକରେ ଆଶୁ ଚିକିତ୍ସା କେନ୍ଦ୍ର ଖୋଲାଯିବ।୫୦ ରୁ ଅଧିକ ଆମ୍ବୁଲାନ୍ସ ବିଭିନ୍ନ ସ୍ଥାନରେ ମୁତୟନ କରାଯିବ। ବିଭିନ୍ନ ସ୍ୱେଚ୍ଛାସେବି ସଂଗଠନ ଙ୍କ ସହାୟତା ନିଆଯିବ। ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ସ୍ୱାସ୍ଥ୍ୟ ସେବାର ତଦାରଖ କରିବେ। ଆଇ ସି ୟୁ, ଟ୍ରମା କେୟାର କେନ୍ଦ୍ର ପ୍ରସ୍ତୁତ କରି ରଖାଯିବ। ପୁରୀ ରେ ଥିବା ସବୁ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କୁ ପ୍ରସ୍ତୁତ ରଖାଯିବ। ରେଲୱେ ଷ୍ଟେସନ, ବସଷ୍ଟାଣ୍ଡ ରେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲିବ। ଗୁରୁତର ରୋଗୀ ଙ୍କୁ କଟକ, ଭୁବନେଶ୍ୱର ସ୍ଥାନାନ୍ତର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବ। ଆମ୍ବୁଲାନ୍ସ ଗୁଡ଼ିକ ଯେଭଳି ସୁରୁଖୁରୁରେ ଯାତାୟାତ କରିପାରିବ ସେ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା ହେବ। ରଥଯାତ୍ରା ସମୟରେ ଲୋକ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ୨ ଶହ ଡାକ୍ତର ଙ୍କୁ ନିୟୋଜିତ କରାଯିବ। ଅପମିଶ୍ରିତ ଓ ବାସୀ ଖାଦ୍ୟ ବିକ୍ରି ବନ୍ଦ ପାଇଁ ଖାଦ୍ୟ ନିରାପତ୍ତା ଅଧିକାରୀ ମାନେ ଯାଞ୍ଜ କରିବେ। ରଥଯାତ୍ରା ସ୍ୱାସ୍ଥ୍ୟ ସେବାକୁ ଶୃଙ୍ଖଳିତ କରିବା ପାଇଁ ଅନୁଷ୍ଠିତ ହୋଇଥିବା ବୈଠକ ରେ ପୁରୀ ମହାନଗର ନିଗମ ର କମିଶନର, ଅତିରିକ୍ତ ଜିଲ୍ଲାପାଳ, ଏସପି, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ସାମିଲ ହୋଇଥିଲେ। ରଥଯାତ୍ରା ର ଭକ୍ତ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଥିବା ସ୍ୱେଚ୍ଛାସେବୀ ଦେବାଶିଶ ମିଶ୍ର କୁହନ୍ତି, ରଥଯାତ୍ରା ଭିଡ଼ରେ ବଡ ଆମ୍ବୁଲାନ୍ସ ଯାତାୟାତ ରେ ବହୁତ୍ ସମସ୍ୟା ସୃଷ୍ଟି କରୁଛି। ଏଣୁ ଆମେ ଜିଲାପାଳ ଙ୍କୁ ପ୍ରସ୍ତାବ ଦେଲୁ କିଛି ଛୋଟ ଆମ୍ବୁଲାନ୍ସ ନିୟୋଜିତ କରାଯାଉ। ଏହା ଦ୍ଵାରା ଆମ୍ବୁଲାନ୍ସ ଯାତାୟାତ ରେ ସୁବିଧା ହେବା ସହ ଲୋକ ମାନେ ତ୍ୱରିତ ଚିକିତ୍ସା ସେବା ପାଇପାରିବେ। ଆଉ ଏକ ପ୍ରସ୍ତାବ ରହିଚି ବଡ ଦାଣ୍ଡ ରେ ଅଧିକ ଶୀତତାପ ନିୟନ୍ତ୍ରିତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଉ। ଏହା ଦ୍ଵାରା ଅଯଥା ରେ ଲୋକ ଙ୍କୁ ମୁଖ୍ୟ ଚିକିତ୍ସାଳୟ କୁ ନିଆନଯାଇ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ । ଆମେ ଜିଲାପାଳ ଙ୍କୁ ଅନୁରୋଧ କରିଛୁ ଗୁଣ୍ଡିଚା ମନ୍ଦିର ନିକଟ ରେ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯିବା ନେଇ ଅନୁମତି ଦିଆଯାଉ। ଏହା ହେଲେ ମନ୍ଦିର ଭିତରେ ଅବା ବାହାରେ କିଛି ଅଘଟଣ ଘଟିଲେ ସଙ୍ଗେ ସଙ୍ଗେ ଚିକିତ୍ସା ସେବା ଲୋକ ଙ୍କୁ ଓ ସେବାୟତ ଙ୍କୁ ଚିକିତ୍ସା ସେବା ଦେଇହେବ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଚଳିତ ରଥଯାତ୍ରା ରେ ଲୋକ ଙ୍କୁ କିଭଳି ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ ସେ ନେଇ ଏକ ମାର୍ଗଦର୍ଶିକା କରାଯାଇଛି। ବଡଦାଣ୍ଡ ସମେତ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ ୮ ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ । ମୋଟ ୮୦ ବେଡ ବିଶିଷ୍ଟ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ସବୁ ପ୍ରକାର ଚିକିତ୍ସା ସେବା ବ୍ୟବସ୍ଥା ରହିବ। ସବୁ ପ୍ରକାର ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ଉପକରଣ ଓ ସ୍ପେଶଲିଷ୍ଟ ଡାକ୍ତର ରହିବେ। ଏ ନେଇ ଆଜିର ବୈଠକ ରେ ଆଲୋଚୋନା ହେଲା। ଆମ୍ବୁଲାନ୍ସ କିଭଳି ଯାତାୟାତ କରିବ, ସ୍ୱେଚ୍ଛାସେବୀ ଙ୍କୁ ତାଲିମ ପ୍ରଦାନ ସେ ନେଇ ସବିଶେଷ ଆଲୋଚନା ହୋଇଛି। ମାର୍ଗଦର୍ଶିକା ଅନୁଯାୟୀ ରଥଯାତ୍ରା, ସୁନାବେଶ, ବାହୁଡ଼ା ରେ ସ୍ୱାସ୍ଥ୍ୟ ସେବା ଲୋକ ଙ୍କୁ ଯୋଗାଇ ଦିଆଯିବ। ଆଗାମୀ ଜୁନ ୨୯ ରେ ମହାପ୍ରଭୁ ଙ୍କ ସ୍ନାନଯାତ୍ରା ଓ ଜୁଲାଇ ୧୬ ରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ଦୁଇ ଯାତ୍ରାରେ ଦଇତାପତି ସେବକ ଙ୍କ ଗୁରୁ ଦାୟିତ୍ୱ ରହିଛି । ଦଇତାପତି ସେବକମାନେ ମହାପ୍ରଭୁ ଙ୍କୁ ସ୍ନାନଯାତ୍ରାରେ ରତ୍ନସିଂହାସନ ରୁ ପହଣ୍ଡି ରେ ଆଣି ସ୍ନାନ ବେଦୀ କୁ ଆଣିବେ। ସେହିପରି ଆଗାମୀ ରଥଯାତ୍ରାରେ ମଧ୍ୟ ଦଇତାପତି ସେବକ ମାନେ ମହାପ୍ରଭୁ ଙ୍କୁ ପହଣ୍ଡି ଆଣି ରଥ ଉପରେ ଠାକୁର ଙ୍କୁ ବିରାଜମାନ କରାଇବେ। ତେବେ ଠାକୁର ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଓ ସୁରକ୍ଷିତ ଢଙ୍ଗରେ ହୋଇ ପାରିବ ସେ ନେଇ ସମୀକ୍ଷା କରିଛନ୍ତି ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପ ମୁଖ୍ୟପ୍ରଶାସକ ଦିବ୍ୟଜ୍ୟୋତି ପରିଡା। ଶ୍ରୀମନ୍ଦିର କାର୍ଯ୍ୟାଳୟ ରେ ଅନୁଷ୍ଠିତ ହୋଇଥିବା ବୈଠକ ରେ ଶ୍ରୀମନ୍ଦିର ଦଇତାପତି ନିଯୋଗ ର କର୍ମକର୍ତ୍ତା ଯୋଗ ଦେଇଥିଲେ।୨୦୨୪ ରଥଯାତ୍ରା ରେ ଆଡ଼ପ ମଣ୍ଡପ ବିଜେ ବେଳେ ବଡ ଠାକୁର ଶ୍ରୀବଳଭଦ୍ର ରଥ ରୁ ଚାରମାଳ କୁ ଖସି ପଡ଼ିଥିଲେ। ଏଣୁ ଏଭଳି ଅଘଟଣ କିଭଳି ଆଗାମୀ ଦିନରେ ହେବ ନାହିଁ ଏବଂ ଶୃଙ୍ଖଳିତ ଢଙ୍ଗରେ ପହଣ୍ଡି କାର୍ଯ୍ୟ ସମାପନ ହେବ ସେ ନେଇ ଜିଲ୍ଲାପାଳ ଆଲୋଚନା କରିଥିଲେ। ପହଣ୍ଡି ପାଇଁ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ସଂଖ୍ୟାରୁ ଯେଭଳି ଅଧିକ ସେବକ ନ ରହିବେ ସେ ନେଇ ଆଲୋଚନା ହୋଇଥିଲା। ସେହିପରି ନିର୍ଦ୍ଧାରିତ ସମୟ ଅନୁସାରେ ସମସ୍ତ ନୀତି ଯେଭଳି ପାଳନ ହେବ ସେ ନେଇ ମଧ୍ୟ ଆଲୋଚାନା ହୋଇଛି। ତେବେ ମହାପ୍ରଭୁ ସ୍ନାନଯାତ୍ରା, ଅଣସର, ନବଯୌବନ, ନେତ୍ରୋତ୍ସବ ସମସ୍ତ ନୀତି ଶୃଙ୍ଖଳିତ କରିବାକୁ ବାଡଗ୍ରାହୀ ସେବକ ମତ ରଖିଛନ୍ତି। ଦଇତାପତି ସେବକ ଭବାନୀ ଦାସ ମହାପାତ୍ର ନିଜ ପ୍ରତିକ୍ରିୟାରେ କୁହନ୍ତି, ଆଗାମୀ ରଥଯାତ୍ରା ରେ କିଭଳି ମହାପ୍ରଭୁ ଙ୍କ ସମସ୍ତ ନିତିକାନ୍ତି, ଭକ୍ତ ଙ୍କ ଦର୍ଶନ ସୁରୁଖୁରୁରେ ଶୃଙ୍ଖଳିତ ଭାବରେ ହୋଇପାରିବ ସେ ନେଇ ଜିଲ୍ଲାପାଳ ଙ୍କ ସହ ଆଲୋଚନା ହୋଇଛି। ସେବାୟତ ଙ୍କ ମଧ୍ୟରେ ଯେଭଳି ଏକ ସମନ୍ଵୟ ରହିବ ସେ ନେଇ ଆଲୋଚନା ହୋଇଥିଲା। ମହାପ୍ରଭୂ ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଢଙ୍ଗରେ ହୋଇପାରିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ତେବେ ମହାପ୍ରଭୁ ଙ୍କ କାର୍ଯ୍ଯ କୁ ଶୃଙ୍ଖଳିତ ଭାବରେ କରିବା ପାଇଁ ଦଇତାପତି ସେବକ ସମ୍ପୂର୍ଣ ପ୍ରସ୍ତୁତ ରହିଚନ୍ତି। ଏହି ଭରସା ଆମେ ପ୍ରଶାସନ କୁ ଦେଇଛୁ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଆଗାମୀ ରଥଯାତ୍ରା କୁ ଶୃଙ୍ଖଳିତ ଭାବେ ଆୟୋଜନ ନେଇ ସବୁ ସେବାୟତ ବିଯୋଗ ସହ ଆଲୋଚନା କରାଯାଉଛି। ମହାପ୍ରଭୁ ଙ୍କ ଶୃଙ୍ଖଳିତ ନୀତି କାନ୍ତି ଓ ପହଣ୍ଡି ପ୍ରସଙ୍ଗ ରେ ମଧ୍ୟ ଦଇତାପତି ସେବକ ଙ୍କ ସହ ଆଲୋଚନା ହୋଇଛି। ଆମର ଆଶା ରହିଛି ମହାପ୍ରଭୁ ଙ୍କ କୃପାରୁ ରଥଯାତ୍ରା ସୁରୁଖୁରୁରେ ସମାପନ ହେବ।

Leave a Reply

Your email address will not be published. Required fields are marked *

You may have missed