February 23, 2025
Home » ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ର ବାର୍ଷିକ ଉତ୍ସବ ଅନୁଷ୍ଠିତ,ଯୋଗ ଦେଲେ ବିଧାୟକ l

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ର ବାର୍ଷିକ ଉତ୍ସବ ଅନୁଷ୍ଠିତ,ଯୋଗ ଦେଲେ ବିଧାୟକ l

0

ସୁବର୍ଣ୍ଣପୁର—ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ଧର୍ମଶାଳା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ର ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇ ଯାଇଛି l ବିଦ୍ୟାଳୟ ପରିସରରେ ଆୟୋଜିତ ଏହି ବାର୍ଷିକ ଉତ୍ସବରେ ପ୍ରଥମେ ଅତିଥି ମାନଙ୍କ ଦ୍ୱାରା ଦୀପ ପ୍ରଜ୍ବଳନ ପୂର୍ବକ ଏକ ସଭା ଅନୁଷ୍ଠିତ ହୋଇଥିଲା l ଉକ୍ତ ସଭାରେ ଅନୁଷ୍ଠାନର ସଭାପତି କେଶବ କୁମାର ଦାଶ ସଭାପତିତ୍ୱ କରିଥିବା ବେଳେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ ଜଗଦଲା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ l ଉଲୁଣ୍ଡା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତିଲତା ମିଶ୍ର, ମୁଣ୍ଡଘାଟ ସରପଞ୍ଚ କିଶାନ ଜଗଦଲା, ବିଦ୍ୟାଳୟର ସମ୍ପାଦକ ପଦ୍ମଲୋଚନ ମିଶ୍ର,ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ମିତ୍ରଭାନୁ ନନ୍ଦ, ସପ୍ତଦୀପା ସାହିତ୍ୟ ସଂସଦର ସଭାପତି ଦ୍ବିତିକୃଷ୍ଣ ପଣ୍ଡା ପ୍ରମୁଖ ମଞ୍ଚାସୀନ ଥିଲେ l ଏକ ସୁସ୍ଥ ସମାଜ ଗଠନରେ ଛାତ୍ର ମାନଙ୍କର ଗୁରୁତ୍ୱ ପୂର୍ଣ୍ଣ ଭୂମିକା ରହିଛି l ଆଜିର ଶିଶୁ କାଲିର ଭବିଷ୍ୟତ ବୋଲି କହିବା ସହିତ ବିଦ୍ୟାଳୟର ଉନ୍ନତି ପାଇଁ ଯାହାବି ଦରକାର ସବୁ ଯୋଗାଇ ଦେବାକୁ ପ୍ରତିଶୃତି ଦେଇଥିଲେ ବିଧାୟକ ଇଂ.ରଘୁନାଥ ଜଗଦଲା l ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ନନ୍ଦ ସ୍ୱାଗତ ଭାଷଣ ଦେଇଥିବାବେଳେ ଗୁରୁଜୀ ରମେଶ ଚନ୍ଦ୍ର ମେଣ୍ଡିଲି ଧନ୍ୟବାଦ ଅର୍ପଣ କରିଥିଲେl କୃତି ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା l ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମକୁ ବିଳମ୍ବିତ ରାତ୍ରୀ ପର୍ଯ୍ୟନ୍ତ ଦର୍ଶକ ଉପଭୋଗ କରିଥିବା ଦେଖିବାକୁ ମିଳିଥିଲା l

ରିପୋର୍ଟ – ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

Leave a Reply

Your email address will not be published. Required fields are marked *