May 28, 2026
Home » ସୁବର୍ଣ୍ଣପୁରରେ ଜାତୀୟ କୃମିନାଶକ ଦିବସ ପାଳିତ

ସୁବର୍ଣ୍ଣପୁରରେ ଜାତୀୟ କୃମିନାଶକ ଦିବସ ପାଳିତ

0
WhatsApp Image 2025-02-10 at 2.28.35 PM

ସୁବର୍ଣ୍ଣପୁର: ଜିଲ୍ଲାରେ ଆଜି ୧୦ ଫେବୃୟାରୀ ୨୦୨୫ ତାରିଖ ଜାତୀୟ କୃମିନାଶକ ଦିବସ ପାଳନ କରାଯାଉଅଛି । ଏହି ପରିପ୍ରେକ୍ଷୀରେ ଜିଲ୍ଲା ସ୍ବାସ୍ଥ୍ୟ ସମିତି, ସୁବର୍ଣ୍ଣପୁର ଦ୍ୱାରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଝିପଡ଼ା ଠାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ. ପ୍ରଦୀପ କୁମାର ଗୁରୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କୃମିନାଶକ ଦିବସ ପାଳନର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଆଜି ଶୁଭାରମ୍ଭ ଅବସରରେ ଉକ୍ତ ସ୍କୁଲର ସମୁଦାୟ ୧୭୨ ଜଣ ଛାତ୍ରଛାତ୍ରୀ ମଧ୍ୟରୁ ୧୬୩ ଜଣ ଏହି ଔଷଧ ସେବନ କରିଛନ୍ତି । ଯେଉଁମାନେ ଆଜି ୧୦ ତାରିଖ ଦିନ ଔଷଧ ଖାଇବାରୁ ବଞ୍ଚିତ ରହିବେ ତାଙ୍କୁ ୧୭ ଫେବୃଆରୀରେ ମପ୍ଅପ୍ ରାଉଣ୍ଡରେ ଔଷଧ ଖାଇବାକୁ ଦିଆଯିବ। ଏହି କାର୍ଯ୍ୟକ୍ରମରେ ଆମ ଜିଲ୍ଲାର ୧,୭୭,୨୦୨ ହିତାଧିକାରୀ ଆଲବେଣ୍ଡାଜୋଲ ଔଷଧ ଖାଇବେ । ଏହା ମଧ୍ୟରୁ ୧ ବର୍ଷ ରୁ ୧୯ ବର୍ଷ ପର୍ଯ୍ୟନ୍ତ ୧,୬୫,୨୬୭ ଜଣ ଶିଶୁ ଓ କିଶୋର ଏବଂ ୨୦ ବର୍ଷରୁ ୨୪ ବର୍ଷ ପର୍ଯ୍ୟନ୍ତ ୧୧,୯୩୫ ଜଣ ପ୍ରଜନନକ୍ଷମ ମହିଳା ରହିଛନ୍ତି । ସନ୍ତାନ ପ୍ରଜନନକ୍ଷମ ମହିଳାଙ୍କ ମଧ୍ୟରେ ଥ‌ିବା ଗର୍ଭବତୀ ଓ ପ୍ରସୂତି ମାନେ ଏହି ଔଷଧ ଖାଇବେ ନାହିଁ । ଆମ ଜିଲ୍ଲାର ୧୦୫୭ଟି ସରକାରୀ ଓ ବେସରକାରୀ ସ୍କୁଲ ମହାବିଦ୍ୟାଳୟ , ୧୫୧୬ଟି ଅଙ୍ଗନବାଡ଼ି କେନ୍ଦ୍ରରେ ଏହି କୃମି ନାଶକ ଔଷଧ ମାଗଣାରେ ପ୍ରଦାନ କରିବାର ସୁବ୍ୟବସ୍ଥା କରାଯାଇଅଛି। କାର୍ଯ୍ୟକ୍ରମକୁ ବ୍ୟବସ୍ଥିତ ଓ ସୁଚାରୁ ସମ୍ପାଦନ ପାଇଁ ୯୨ ଜଣ ମହିଳା ସ୍ଵାସ୍ଥ୍ୟ କର୍ମୀ, ୬୪୦ ଜଣ ଆଶାକର୍ମୀ ତଥା ୧୫୧୬ ଜଣ ଅଙ୍ଗନବାଡ଼ି କର୍ମୀଙ୍କୁ ଆବଶ୍ୟକ ତାଲିମ ସହ ଔଷଧ ସେବନ କରାଇବାକୁ ନିୟୋଜିତ କରାଯାଇଥିବା ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ଗୁରୁ ସୂଚନା ପ୍ରଦାନ କରିଛନ୍ତି । ସେବନ କରାଯିବାକୁ ଥିବା ଏହି ଔଷଧ ସମ୍ପୂର୍ଣ୍ଣ ନିରାପଦ ରହିଥିବା ତଥା ଏହି ଔଷଧ ଖାଇବା ଦ୍ବାରା ଶିଶୁର ରକ୍ତହୀନତା ଦୂର ହେବା ସହ ଶିଶୁର ପୌଷ୍ଟିକ ବୃଦ୍ଧି ହେବା ସହିତ ସ୍କୁଲ ଓ ଅଙ୍ଗୱାଡ଼ିରେ ମଧ୍ୟ ଉପସ୍ଥାନ ବଢିବ। କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ କୃମି ମୁକ୍ତ ସୁବର୍ଣ୍ଣପୁର ପାଇଁ ଜିଲ୍ଲାର ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ପରିବାର କଲ୍ୟାଣ ଡ଼ଃ ଦୈତ୍ୟ ନାରାୟଣ ପାଢ଼ୀ, ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ମନୋଜ କୁମାର ଅଦାବର, ପ୍ରଧାନ ଶିଷୟିତ୍ରୀ ମୀନାକ୍ଷୀ ନାୟକ, ଏ ଡି ପି ଏଚ ସି ଓ ବୃନ୍ଦାବନ ସାହୁ,ଡି ଏମ ଆର ସି ଏଚ ସୁଧାଂଶୁ ଶେଖର ନାୟକ, ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ, ଜିଲ୍ଲା ତଥ୍ୟ ପରିଚାଳକ ପ୍ରଦୀପ କୁ ସାହୁ,ଏ ଏମ ସି ପି ତରଣିସେନ୍ ପ୍ରଧାନ , ସ୍ଵାସ୍ଥ୍ୟ କର୍ମୀ, ଆଶା, ଅଙ୍ଗନୱାଡ଼ି କର୍ମୀ ଓ ସାମ୍ବାଦିକ ପ୍ରମୁଖ ଉପସ୍ଥିତ ରହିଥିଲେ l

ରିପୋର୍ଟ – ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

ଆଗାମୀ ରଥଯାତ୍ରା ରେ ଶ୍ରଦ୍ଧାଳୁ ଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଏ ନେଇ ଏକ ସମୀକ୍ଷା ବୈଠକ ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ୩୦ ଟି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଓ ୮ ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅତିରିକ୍ତ ବ୍ୟବସ୍ଥା କରାଯାଉଛି। ଏଥି ସହିତ ୧୦ ଶଯ୍ୟା ବିଶିଷ୍ଟ ୮ ଟି ଅତିରିକ୍ତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ। ଏଥିରେ ଅତିରିକ୍ତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ନିୟୋଜିତ ରହିବେ। ବଡଦାଣ୍ଡ ସମେତ ପୁରୀ ସହର ର ପ୍ରମୁଖ ସ୍ଥାନ ଗୁଡିକରେ ଆଶୁ ଚିକିତ୍ସା କେନ୍ଦ୍ର ଖୋଲାଯିବ।୫୦ ରୁ ଅଧିକ ଆମ୍ବୁଲାନ୍ସ ବିଭିନ୍ନ ସ୍ଥାନରେ ମୁତୟନ କରାଯିବ। ବିଭିନ୍ନ ସ୍ୱେଚ୍ଛାସେବି ସଂଗଠନ ଙ୍କ ସହାୟତା ନିଆଯିବ। ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ସ୍ୱାସ୍ଥ୍ୟ ସେବାର ତଦାରଖ କରିବେ। ଆଇ ସି ୟୁ, ଟ୍ରମା କେୟାର କେନ୍ଦ୍ର ପ୍ରସ୍ତୁତ କରି ରଖାଯିବ। ପୁରୀ ରେ ଥିବା ସବୁ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କୁ ପ୍ରସ୍ତୁତ ରଖାଯିବ। ରେଲୱେ ଷ୍ଟେସନ, ବସଷ୍ଟାଣ୍ଡ ରେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲିବ। ଗୁରୁତର ରୋଗୀ ଙ୍କୁ କଟକ, ଭୁବନେଶ୍ୱର ସ୍ଥାନାନ୍ତର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବ। ଆମ୍ବୁଲାନ୍ସ ଗୁଡ଼ିକ ଯେଭଳି ସୁରୁଖୁରୁରେ ଯାତାୟାତ କରିପାରିବ ସେ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା ହେବ। ରଥଯାତ୍ରା ସମୟରେ ଲୋକ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ୨ ଶହ ଡାକ୍ତର ଙ୍କୁ ନିୟୋଜିତ କରାଯିବ। ଅପମିଶ୍ରିତ ଓ ବାସୀ ଖାଦ୍ୟ ବିକ୍ରି ବନ୍ଦ ପାଇଁ ଖାଦ୍ୟ ନିରାପତ୍ତା ଅଧିକାରୀ ମାନେ ଯାଞ୍ଜ କରିବେ। ରଥଯାତ୍ରା ସ୍ୱାସ୍ଥ୍ୟ ସେବାକୁ ଶୃଙ୍ଖଳିତ କରିବା ପାଇଁ ଅନୁଷ୍ଠିତ ହୋଇଥିବା ବୈଠକ ରେ ପୁରୀ ମହାନଗର ନିଗମ ର କମିଶନର, ଅତିରିକ୍ତ ଜିଲ୍ଲାପାଳ, ଏସପି, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ସାମିଲ ହୋଇଥିଲେ। ରଥଯାତ୍ରା ର ଭକ୍ତ ଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେଉଥିବା ସ୍ୱେଚ୍ଛାସେବୀ ଦେବାଶିଶ ମିଶ୍ର କୁହନ୍ତି, ରଥଯାତ୍ରା ଭିଡ଼ରେ ବଡ ଆମ୍ବୁଲାନ୍ସ ଯାତାୟାତ ରେ ବହୁତ୍ ସମସ୍ୟା ସୃଷ୍ଟି କରୁଛି। ଏଣୁ ଆମେ ଜିଲାପାଳ ଙ୍କୁ ପ୍ରସ୍ତାବ ଦେଲୁ କିଛି ଛୋଟ ଆମ୍ବୁଲାନ୍ସ ନିୟୋଜିତ କରାଯାଉ। ଏହା ଦ୍ଵାରା ଆମ୍ବୁଲାନ୍ସ ଯାତାୟାତ ରେ ସୁବିଧା ହେବା ସହ ଲୋକ ମାନେ ତ୍ୱରିତ ଚିକିତ୍ସା ସେବା ପାଇପାରିବେ। ଆଉ ଏକ ପ୍ରସ୍ତାବ ରହିଚି ବଡ ଦାଣ୍ଡ ରେ ଅଧିକ ଶୀତତାପ ନିୟନ୍ତ୍ରିତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯାଉ। ଏହା ଦ୍ଵାରା ଅଯଥା ରେ ଲୋକ ଙ୍କୁ ମୁଖ୍ୟ ଚିକିତ୍ସାଳୟ କୁ ନିଆନଯାଇ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ । ଆମେ ଜିଲାପାଳ ଙ୍କୁ ଅନୁରୋଧ କରିଛୁ ଗୁଣ୍ଡିଚା ମନ୍ଦିର ନିକଟ ରେ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲାଯିବା ନେଇ ଅନୁମତି ଦିଆଯାଉ। ଏହା ହେଲେ ମନ୍ଦିର ଭିତରେ ଅବା ବାହାରେ କିଛି ଅଘଟଣ ଘଟିଲେ ସଙ୍ଗେ ସଙ୍ଗେ ଚିକିତ୍ସା ସେବା ଲୋକ ଙ୍କୁ ଓ ସେବାୟତ ଙ୍କୁ ଚିକିତ୍ସା ସେବା ଦେଇହେବ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଚଳିତ ରଥଯାତ୍ରା ରେ ଲୋକ ଙ୍କୁ କିଭଳି ତ୍ୱରିତ ଚିକିତ୍ସା ସେବା ଯୋଗାଇ ହେବ ସେ ନେଇ ଏକ ମାର୍ଗଦର୍ଶିକା କରାଯାଇଛି। ବଡଦାଣ୍ଡ ସମେତ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ସ୍ଥାନରେ ୮ ଟି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରହିବ । ମୋଟ ୮୦ ବେଡ ବିଶିଷ୍ଟ ଏହି ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ସବୁ ପ୍ରକାର ଚିକିତ୍ସା ସେବା ବ୍ୟବସ୍ଥା ରହିବ। ସବୁ ପ୍ରକାର ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ଉପକରଣ ଓ ସ୍ପେଶଲିଷ୍ଟ ଡାକ୍ତର ରହିବେ। ଏ ନେଇ ଆଜିର ବୈଠକ ରେ ଆଲୋଚୋନା ହେଲା। ଆମ୍ବୁଲାନ୍ସ କିଭଳି ଯାତାୟାତ କରିବ, ସ୍ୱେଚ୍ଛାସେବୀ ଙ୍କୁ ତାଲିମ ପ୍ରଦାନ ସେ ନେଇ ସବିଶେଷ ଆଲୋଚନା ହୋଇଛି। ମାର୍ଗଦର୍ଶିକା ଅନୁଯାୟୀ ରଥଯାତ୍ରା, ସୁନାବେଶ, ବାହୁଡ଼ା ରେ ସ୍ୱାସ୍ଥ୍ୟ ସେବା ଲୋକ ଙ୍କୁ ଯୋଗାଇ ଦିଆଯିବ। ଆଗାମୀ ଜୁନ ୨୯ ରେ ମହାପ୍ରଭୁ ଙ୍କ ସ୍ନାନଯାତ୍ରା ଓ ଜୁଲାଇ ୧୬ ରେ ରଥଯାତ୍ରା ଅନୁଷ୍ଠିତ ହେବ। ଏହି ଦୁଇ ଯାତ୍ରାରେ ଦଇତାପତି ସେବକ ଙ୍କ ଗୁରୁ ଦାୟିତ୍ୱ ରହିଛି । ଦଇତାପତି ସେବକମାନେ ମହାପ୍ରଭୁ ଙ୍କୁ ସ୍ନାନଯାତ୍ରାରେ ରତ୍ନସିଂହାସନ ରୁ ପହଣ୍ଡି ରେ ଆଣି ସ୍ନାନ ବେଦୀ କୁ ଆଣିବେ। ସେହିପରି ଆଗାମୀ ରଥଯାତ୍ରାରେ ମଧ୍ୟ ଦଇତାପତି ସେବକ ମାନେ ମହାପ୍ରଭୁ ଙ୍କୁ ପହଣ୍ଡି ଆଣି ରଥ ଉପରେ ଠାକୁର ଙ୍କୁ ବିରାଜମାନ କରାଇବେ। ତେବେ ଠାକୁର ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଓ ସୁରକ୍ଷିତ ଢଙ୍ଗରେ ହୋଇ ପାରିବ ସେ ନେଇ ସମୀକ୍ଷା କରିଛନ୍ତି ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପ ମୁଖ୍ୟପ୍ରଶାସକ ଦିବ୍ୟଜ୍ୟୋତି ପରିଡା। ଶ୍ରୀମନ୍ଦିର କାର୍ଯ୍ୟାଳୟ ରେ ଅନୁଷ୍ଠିତ ହୋଇଥିବା ବୈଠକ ରେ ଶ୍ରୀମନ୍ଦିର ଦଇତାପତି ନିଯୋଗ ର କର୍ମକର୍ତ୍ତା ଯୋଗ ଦେଇଥିଲେ।୨୦୨୪ ରଥଯାତ୍ରା ରେ ଆଡ଼ପ ମଣ୍ଡପ ବିଜେ ବେଳେ ବଡ ଠାକୁର ଶ୍ରୀବଳଭଦ୍ର ରଥ ରୁ ଚାରମାଳ କୁ ଖସି ପଡ଼ିଥିଲେ। ଏଣୁ ଏଭଳି ଅଘଟଣ କିଭଳି ଆଗାମୀ ଦିନରେ ହେବ ନାହିଁ ଏବଂ ଶୃଙ୍ଖଳିତ ଢଙ୍ଗରେ ପହଣ୍ଡି କାର୍ଯ୍ୟ ସମାପନ ହେବ ସେ ନେଇ ଜିଲ୍ଲାପାଳ ଆଲୋଚନା କରିଥିଲେ। ପହଣ୍ଡି ପାଇଁ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ସଂଖ୍ୟାରୁ ଯେଭଳି ଅଧିକ ସେବକ ନ ରହିବେ ସେ ନେଇ ଆଲୋଚନା ହୋଇଥିଲା। ସେହିପରି ନିର୍ଦ୍ଧାରିତ ସମୟ ଅନୁସାରେ ସମସ୍ତ ନୀତି ଯେଭଳି ପାଳନ ହେବ ସେ ନେଇ ମଧ୍ୟ ଆଲୋଚାନା ହୋଇଛି। ତେବେ ମହାପ୍ରଭୁ ସ୍ନାନଯାତ୍ରା, ଅଣସର, ନବଯୌବନ, ନେତ୍ରୋତ୍ସବ ସମସ୍ତ ନୀତି ଶୃଙ୍ଖଳିତ କରିବାକୁ ବାଡଗ୍ରାହୀ ସେବକ ମତ ରଖିଛନ୍ତି। ଦଇତାପତି ସେବକ ଭବାନୀ ଦାସ ମହାପାତ୍ର ନିଜ ପ୍ରତିକ୍ରିୟାରେ କୁହନ୍ତି, ଆଗାମୀ ରଥଯାତ୍ରା ରେ କିଭଳି ମହାପ୍ରଭୁ ଙ୍କ ସମସ୍ତ ନିତିକାନ୍ତି, ଭକ୍ତ ଙ୍କ ଦର୍ଶନ ସୁରୁଖୁରୁରେ ଶୃଙ୍ଖଳିତ ଭାବରେ ହୋଇପାରିବ ସେ ନେଇ ଜିଲ୍ଲାପାଳ ଙ୍କ ସହ ଆଲୋଚନା ହୋଇଛି। ସେବାୟତ ଙ୍କ ମଧ୍ୟରେ ଯେଭଳି ଏକ ସମନ୍ଵୟ ରହିବ ସେ ନେଇ ଆଲୋଚନା ହୋଇଥିଲା। ମହାପ୍ରଭୂ ଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ଢଙ୍ଗରେ ହୋଇପାରିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ତେବେ ମହାପ୍ରଭୁ ଙ୍କ କାର୍ଯ୍ଯ କୁ ଶୃଙ୍ଖଳିତ ଭାବରେ କରିବା ପାଇଁ ଦଇତାପତି ସେବକ ସମ୍ପୂର୍ଣ ପ୍ରସ୍ତୁତ ରହିଚନ୍ତି। ଏହି ଭରସା ଆମେ ପ୍ରଶାସନ କୁ ଦେଇଛୁ। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ନିଜ ପ୍ରତିକ୍ରିୟାରେ କହିଛନ୍ତି, ଆଗାମୀ ରଥଯାତ୍ରା କୁ ଶୃଙ୍ଖଳିତ ଭାବେ ଆୟୋଜନ ନେଇ ସବୁ ସେବାୟତ ବିଯୋଗ ସହ ଆଲୋଚନା କରାଯାଉଛି। ମହାପ୍ରଭୁ ଙ୍କ ଶୃଙ୍ଖଳିତ ନୀତି କାନ୍ତି ଓ ପହଣ୍ଡି ପ୍ରସଙ୍ଗ ରେ ମଧ୍ୟ ଦଇତାପତି ସେବକ ଙ୍କ ସହ ଆଲୋଚନା ହୋଇଛି। ଆମର ଆଶା ରହିଛି ମହାପ୍ରଭୁ ଙ୍କ କୃପାରୁ ରଥଯାତ୍ରା ସୁରୁଖୁରୁରେ ସମାପନ ହେବ।

Leave a Reply

Your email address will not be published. Required fields are marked *

You may have missed