February 21, 2026
Home » ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ବିଶ୍ଵ ମିତବ୍ୟୟିତା ଦିବସ ପାଳିତ

ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ବିଶ୍ଵ ମିତବ୍ୟୟିତା ଦିବସ ପାଳିତ

0
WhatsApp Image 2025-10-30 at 5.18.53 PM

ସୁବର୍ଣ୍ଣପୁର:  ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଜିଲ୍ଲା କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ବିଶ୍ଵ ମିତବ୍ୟୟିତା ଦିବସ ପାଳିତ ହୋଇଛି। ଏହି ମିତବ୍ୟୟିତା ଦିବସ ପାଳନ ଅବସରରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିବା ସ୍ଥଳେ ଆରକ୍ଷୀ ଅଧିକ୍ଷକ, ନାରାୟଣ ନାଏକ, ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ) ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ( ସାଧାରଣ ) ଅଞ୍ଜଲିନା ପ୍ରଧାନ, ଅଧିକ୍ଷକ, ଡାକ ବିଭାଗ, ବଲାଙ୍ଗିର, ସଞ୍ଜୟ କୁମାର ବିଶ୍ବାଳ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିଥିଲେ। ଏତଦବ୍ୟତୀତ ଜିଲ୍ଲାର ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ବୃନ୍ଦ, ବିଭିନ୍ନ ସ୍ୱଳ୍ପ ସଞ୍ଚୟ ଯୋଜନାର ଏଜେଣ୍ଟ ବୃନ୍ଦ, ସୁବର୍ଣ୍ଣପୁର ଜିଲ୍ଲା କେତେକ ଜନସାଧାରଣ, ବୁଦ୍ଧିଜୀବି ଓ ବିଭିନ୍ନ ବିଦ୍ୟାଳୟ ମାନଙ୍କର ଛାତ୍ରଛାତ୍ରୀମାନେ ଯୋଗଦାନ କରିଥିଲେ। ମୁଖ୍ୟ ଅତିଥି ଓ ଅନ୍ୟ ସମ୍ମାନିତ ଅତିଥିମାନେ ମିତବ୍ୟୟିତା ଉପରେ ଜନସାଧାରଣ ଙ୍କୁ ଅବଗତ କରିଥିଲେ । ସୁବର୍ଣ୍ଣପୁର ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଅଧିକାରୀ ମଙ୍ଗଳ ପ୍ରଧାନ ଏହି ଅବସରରେ ଡାକ ନିରୀକ୍ଷକ, ସୁବର୍ଣ୍ଣପୁର ଡାକ ବିଭାଗର ବିଭିନ୍ନ ସ୍ୱଳ୍ପ ସଞ୍ଚୟ ଯୋଜନା ବିଷୟରେ ଉପସ୍ଥିତ ସମସ୍ତଙ୍କୁ ଅବଗତ କରାଇଥିଲେ । ଏହି ଦିବସ ପାଳନ ଅବସରରେ ବିଦ୍ୟାଳୟ ସ୍ତରରେ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ କରାଯାଇଥିଲା।ସେଥିରେ କୃତକାର୍ଯ୍ୟ ହୋଇଥିବା ଛାତ୍ର ଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥି ଓ ଅନ୍ୟ ସମ୍ମାନିତ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ ଓ ସମ୍ବର୍ଦ୍ଧିତ କରାଯାଇଥିଲା । ଧ୍ରୁବରାଜ ମିଶ୍ର ସଭା ସଂଯୋଜନା କରିଥିଲେ l

 

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ..

Leave a Reply

Your email address will not be published. Required fields are marked *