June 2, 2026
Home » ସୁବର୍ଣ୍ଣପୁରରେ SIR-୨୦୨୬ ପାଇଁ ସଚେତନତା ରଥର ଶୁଭାରମ୍ଭ

ସୁବର୍ଣ୍ଣପୁରରେ SIR-୨୦୨୬ ପାଇଁ ସଚେତନତା ରଥର ଶୁଭାରମ୍ଭ

0
WhatsApp Image 2026-06-02 at 3.31.22 PM

 

ସୁବର୍ଣ୍ଣପୁର: ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ ସମ୍ପର୍କିତ ଜନସଚେତନତା କାର୍ଯ୍ୟକ୍ରମକୁ ଅଧିକ ବ୍ୟାପକ ଓ ପ୍ରଭାବଶାଳୀ କରିବା ଉଦ୍ଦେଶ୍ୟରେ ଆଜି ସୁବର୍ଣ୍ଣପୁର ଜିଲ୍ଲାରେ ଏକ ସଚେତନତା ରଥର ଶୁଭାରମ୍ଭ କରାଯାଇଛି।ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଅଞ୍ଜଲିନା ପ୍ରଧାନ ଉପସ୍ଥିତ ରହି ସବୁଜ ପତାକା ଦେଖାଇ ସଚେତନତା ରଥର ଶୁଭାରମ୍ଭ କରିଥିଲେ । ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅନ୍ତର୍ଗତ ମତଦାତା ତାଲିକାର ସଠିକ ଓ ସୁନିଶ୍ଚିତ କରିବା ପାଇଁ ଜନସାଧାରଣଙ୍କ ସକ୍ରିୟ ଅଂଶଗ୍ରହଣ ଅତ୍ୟନ୍ତ ଆବଶ୍ୟକ। ଏହି ଲକ୍ଷ୍ୟକୁ ସାମ୍ନାରେ ରଖି ଶୁଭାରମ୍ଭ ହୋଇଥିବା ସଚେତନତା ରଥ ଜିଲ୍ଲାର ବିଭିନ୍ନ ବ୍ଲକ ଓ ଗ୍ରାମାଞ୍ଚଳ ପରିଭ୍ରମଣ କରି ମତଦାତା ତାଲିକା ସଂଶୋଧନ ସମ୍ପର୍କିତ ସୂଚନା ପ୍ରଦାନ କରିବ।
ଏହା ମାଧ୍ୟମରେ ମତଦାତା ତାଲିକା ସଂଶୋଧନ କାର୍ଯ୍ୟରେ ସକ୍ରିୟ ସହଯୋଗ ପାଇଁ ଲୋକଙ୍କୁ ଆହ୍ୱାନ କରାଯିବ। ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ନାଗରିକଙ୍କୁ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମରେ ସହଯୋଗ କରି ଏକ ନିର୍ଭୁଲ ମତଦାତା ତାଲିକା ପ୍ରସ୍ତୁତିରେ ନିଜର ସକ୍ରିୟ ଭୂମିକା ନିର୍ବାହ କରିବାକୁ ଅନୁରୋଧ କରାଯାଇଛି l ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *