March 6, 2026
Home » ସୁବର୍ଣ୍ଣପୁର ଜିଲ୍ଲାରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ଦ୍ବାରା ସାମ୍ବାଦିକ ସମ୍ମିଳନୀ

ସୁବର୍ଣ୍ଣପୁର ଜିଲ୍ଲାରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ଦ୍ବାରା ସାମ୍ବାଦିକ ସମ୍ମିଳନୀ

0
WhatsApp Image 2026-03-06 at 3.15.35 PM

ସୁବର୍ଣ୍ଣପୁର— ଗୁରୁବାର ଦିନ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ମିନି ସମ୍ମିଳନୀ କକ୍ଷରେ ଆସନ୍ତା ଅନ୍ତର୍ଜାତୀୟ ମହିଳା ଦିବସ ପାଇଁ ଏକ ସାମ୍ବାଦିକ ସମ୍ମିଳନୀ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ରାଜେନ୍ଦ୍ର ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ କ୍ରୀଡା ବିଭାଗ ଦ୍ୱାରା ତିନି ଦିନ ଧରି ଆୟୋଜିତ ହେବାକୁ ଥିବା ଅନ୍ତର୍ଜାତୀୟ ମହିଳା ଦିବସ ସମ୍ପର୍କିତ ବିଭିନ୍ନ କାର୍ଯ୍ୟକ୍ରମ ବିଷୟରେ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ଦିଆଯାଇଥିଲା।

ଏହି ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ଚିତ୍ତରଞ୍ଜନ ମିଶ୍ର, ଜିଲ୍ଲା ପଞ୍ଚାୟତ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅର୍ଜୁନ ମାଝୀ ଏବଂ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ସୁଶ୍ରୀ ପ୍ରୀତି ସୁନା ଉପସ୍ଥିତ ଥିଲେ । ସମ୍ମିଳନୀରେ ସୂଚନା ଦିଆଯାଇଛି ଯେ ଏ ବର୍ଷ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ପ୍ରଥମ ଦିନ ୬ ମାର୍ଚ୍ଚରେ ସକାଳ ୬.୩୦ ରୁ ୯.୩୦ ପର୍ଯ୍ୟନ୍ତ ମହିଳାମାନଙ୍କର ଶାରୀରିକ ଓ ମାନସିକ ସୁସ୍ଥତା ପାଇଁ ଯୋଗାଭ୍ୟାସ ଏବଂ ବିଭିନ୍ନ ବ୍ୟୟାମ ଜିଲ୍ଲା ଟାଉନ ହଲରେ ଆୟୋଜିତ ହେବ। ସେହିପରି ଦ୍ୱିତୀୟ ଦିନ ୭ ମାର୍ଚ୍ଚରେ ସକାଳ ସମୟରେ ଆତ୍ମରକ୍ଷା ପ୍ରଶିକ୍ଷଣ ଓ ନେତୃତ୍ୱ ବିକାଶ ସମ୍ବନ୍ଧୀୟ କାର୍ଯ୍ୟକ୍ରମ ଜିଲ୍ଲା ଟାଉନ ହଲରେ ଅନୁଷ୍ଠିତ ହେବ। ଶେଷ ଦିନ ୮ ମାର୍ଚ୍ଚରେ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁରେଶ୍ୱରୀ ମନ୍ଦିରରୁ ସୋନପୁର କଲେଜ ପଡିଆ ପର୍ଯ୍ୟନ୍ତ ଏକ ବିରାଟ ପଦଯାତ୍ରା ଆୟୋଜନ କରାଯିବ। ଏହି ସମସ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରୀ, ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ, ମହିଳା ଖେଳାଳି ଏବଂ ଗୃହିଣୀମାନଙ୍କୁ ମୁଖ୍ୟତଃ ସମ୍ମିଳିତ କରାଯିବ ବୋଲି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ ସୂଚନା ଦେଇଥିଲେ। ଏହି ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ସମ୍ପର୍କିତ ସୂଚନା ଜନସାଧାରଣଙ୍କ ଓ ମହିଳା ମାନଙ୍କ ନିକଟରେ ପହଞ୍ଚାଇବା ସହିତ ସମସ୍ତ କାର୍ଯ୍ୟକ୍ରମ ଗୁଡିକୁ ସେମାନଙ୍କ ସମ୍ବାଦପତ୍ର ଓ ବୈଦ୍ୟୁତିକ ଗଣମାଧ୍ୟମ ମାନଙ୍କରେ ପ୍ରକାଶନ ଓ ପ୍ରସାରଣ କରିବା ପାଇଁ ଅନୁରୋଧ କରାଯାଇଥିଲା l

 

ସୁବର୍ଣ୍ଣପୁର ରୁ ଉଗ୍ରସେନ କର୍ମୀ ଙ୍କ ରିପୋର୍ଟ ଇପିଏ ନ୍ୟୁଜ…

Leave a Reply

Your email address will not be published. Required fields are marked *